ETV Bharat / city

Probable Cyclone: ଅତ୍ୟାବଶ୍ୟକୀୟ ଖାଦ୍ୟ ସାମଗ୍ରୀ ମହଜୁଦ ରହିଛି କହିଲେ ଯୋଗାଣ ମନ୍ତ୍ରୀ

author img

By

Published : May 5, 2022, 5:47 PM IST

ଆବଶ୍ୟକୀୟ ଖାଦ୍ୟ ସାମଗ୍ରୀ ମହଜୁଦ ଅଛି: ଯୋଗଣ ମନ୍ତ୍ରୀ
ଆବଶ୍ୟକୀୟ ଖାଦ୍ୟ ସାମଗ୍ରୀ ମହଜୁଦ ଅଛି: ଯୋଗଣ ମନ୍ତ୍ରୀ

ସମ୍ଭାବ୍ୟ ବାତ୍ୟା ମୁକାବିଲା ଲାଗି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ସଂପୂର୍ଣ୍ଣ ପ୍ରସ୍ତୁତ ରହିଛି । ଆବଶ୍ୟକୀୟ ଖାଦ୍ୟ ଓ ଅନ୍ୟାନ୍ୟ ସାମଗ୍ରୀ ରାଜ୍ୟରେ ମହଜୁଦ ଅଛି । ଏନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ । ଭୟଭୀତ ନହୋଇ କଳାବଜାରୀକୁ ପ୍ରୋତ୍ସାହନ ନଦେବାକୁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଅଧିକ ପଢନ୍ତୁ

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ମୁକାବିଲା ଲାଗି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି । ଆବଶ୍ୟକୀୟ ଖାଦ୍ୟ ଓ ଅନ୍ୟାନ୍ୟ ସାମଗ୍ରୀ ରାଜ୍ୟରେ ମହଜୁଦ ଅଛି । ଏନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ । ଭୟଭୀତ ନହୋଇ କଳାବଜାରୀକୁ ପ୍ରୋତ୍ସାହନ ନଦେବାକୁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ଆବଶ୍ୟକୀୟ ଖାଦ୍ୟ ସାମଗ୍ରୀ ମହଜୁଦ ଅଛି: ଯୋଗଣ ମନ୍ତ୍ରୀ

ମନ୍ତ୍ରୀ କହିଛନ୍ତି ଯେ, ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ଲାଗି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପ୍ରତ୍ୟେକ ଦିନ ବୈଠକ କରୁଛି । ଯାହା ଅଭିଯୋଗ ଆସୁଛି ସମୀକ୍ଷା ବୈଠକରେ ଏନେଇ ପଦକ୍ଷେପ ନିଆଯାଉଛି । ବିଭିନ୍ନ ପ୍ରସଙ୍ଗରେ ଜିଲ୍ଲାପାଳ ମାନଙ୍କୁ ଚିଠି ଲେଖାଯାଇଛି । ଭଗବାନ କରନ୍ତୁ ବାତ୍ୟା ନହେଉ । ତଥାପି ଆମେ ସବୁ ପରିସ୍ଥିତିର ମୁକାବିଲା ପାଇଁ ଆମେ ପ୍ରସ୍ତୁତ ଅଛୁ ।

ଅଧିକାରୀ ମାନଙ୍କୁ ବିଭିନ୍ନ ଜିଲ୍ଲାକୁ ପଠାଯାଇଛି । ବିଶେଷ କରି ଏହି ସମୟରେ କଳାବଜାରୀ ରୋକିବା ପାଇଁ ଆମେ ପଦକ୍ଷେପ ନିଆଯାଉଛି । ବିଭିନ୍ନ ସ୍ଥାନରେ ଚଢାଉ କରାଯାଉଛି । ବିଭିନ୍ନ ସାମଗ୍ରୀ ହୋଡିଂ କରି ରଖୁଥିବା ଲୋକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ଖାଦ୍ୟ ସାମଗ୍ରୀ ଆମ ପାଖରେ ମହଜୁଦ ରହିଛି । ଆବଶ୍ୟକ ପଡିଲେ ଦିଆଯିବ । ସମସ୍ତଙ୍କୁ ହାତ ଯୋଡି ଅପିଲ କରୁଛି ଭୟଭୀତ ହୁଅନ୍ତୁ ନାହିଁ । ରାଜ୍ୟରେ ଖାଦ୍ୟ ସାମଗ୍ରୀ ପର୍ଯ୍ୟାପ୍ତ ପରିମାଣର ମହଜୁଦ ରହିଛି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.