ETV Bharat / city

ଦାନା ବାନ୍ଧୁଛି ଲଘୁଚାପ, ଆସନ୍ତା ସପ୍ତାହରୁ ତାତିରୁ ମିଳିପାରେ ନିସ୍ତାର

author img

By

Published : Apr 29, 2022, 4:45 PM IST

respite from heat wave soon, Low pressure likely Next week
ତାତିରୁ ମିଳିବ ନିସ୍ତାର, ଦାନା ବାନ୍ଧୁଛି ଲଘୁଚାପ

ତାତିରୁ ମିଳିବ ତ୍ରାହି । ଦକ୍ଷିଣ ଆଣ୍ଡାମାନ ସାଗରରେ ଦାନା ବାନ୍ଧୁଛି ଲଘୁଚାପ । ଆସନ୍ତା ୪ ତାରିଖ ରାତି ବା ୫ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ଅଧିକ ପଢନ୍ତୁ

ଭୁବନେଶ୍ବର: ତାତିରୁ ମିଳିବ ତ୍ରାହି । ଦକ୍ଷିଣ ଆଣ୍ଡାମାନ ସାଗରରେ ଦାନା ବାନ୍ଧୁଛି ଲଘୁଚାପ । ମେ' ପ୍ରଥମ ସପ୍ତାହ ସୁଦ୍ଧା ରାଜ୍ୟବାସୀଙ୍କୁ ତାତିରୁ ତ୍ରାହି ମିଳିବା ସମ୍ଭାବନା ରହିଛି । ଆସନ୍ତା ୪ ତାରିଖ ରାତି କିମ୍ବା ୫ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।

ତାତିରୁ ମିଳିବ ନିସ୍ତାର, ଦାନା ବାନ୍ଧୁଛି ଲଘୁଚାପ

ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍‌ଆର ବିଶ୍ବାସଙ୍କ ସୂଚନା ଅନୁସାରେ ମେ' ୪ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ।

ଏହାର ପ୍ରଭାବରେ ପରବର୍ତ୍ତୀ ୨୪ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ମଧ୍ୟ ସମ୍ଭାବନା ରହିଛି । ପରେ ଏହା ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହେବାର ସମ୍ଭାବନା ଥିବା କହିଛନ୍ତି ନିର୍ଦ୍ଦେଶକ ।

ଭୁବନେଶ୍ବରରୁ ଦେବସ୍ମିତା ରାଉତ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.