ETV Bharat / city

ଫେରୁଛି ମୌସୁମୀ, ଆସୁଛି ଲଘୁଚାପ

author img

By

Published : Oct 7, 2021, 5:48 PM IST

ଫେରୁଛି ମୌସୁମୀ, ଆସୁଛି ଲଘୁଚାପ
ଫେରୁଛି ମୌସୁମୀ, ଆସୁଛି ଲଘୁଚାପ

ଆସନ୍ତା ୧୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗର ନିକଟରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବିକ୍ଷିପ୍ତ ଭାବେ ଘଡଘଡି ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଅଧିକ ପଢନ୍ତୁ...

ଭୁବନେଶ୍ବର: ଫେରୁଛି ମୌସୁମୀ, ପାଖେଇଆସୁଛି ଲଘୁଚାପ । ଗତକାଲି ଠାରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁର ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ସମଗ୍ର ରାଜସ୍ଥାନ, ଗୁଜୁରାଟ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ, ଦିଲ୍ଲୀ, ଜାମ୍ମୁ କାଶ୍ମୀର, ଲଦାଖ, ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ, ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶର କିଛି ଅଞ୍ଚଳରୁ ମୌସୁମୀବାୟୁ ବିଦାୟ ନେବା ନେଇ ପାଗ ଅନୁକୂଳ ରହିଛି ।

ଫେରୁଛି ମୌସୁମୀ, ଆସୁଛି ଲଘୁଚାପ
ଏହାସହ ଆସନ୍ତା ୧୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗର ନିକଟରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହା ଆହୁରି ଘନୀଭୂତ ହୋଇ ୪ରୁ ୫ ଦିନ ମଧ୍ୟରେ ଦକ୍ଷିଣ ଓଡିଶା ଓ ଉତ୍ତର ଉପକୂଳ ଆନ୍ଧ୍ର ପ୍ରଦେଶ କୂଳରେ ପହଞ୍ଚିବ । ତେବେ ରାଜ୍ୟରେ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବିକ୍ଷିପ୍ତ ଭାବେ ଘଡଘଡି ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତାକାଲି ସକାଳ ୮ଟା ୩୦ ମଧ୍ୟରେ ସୁନ୍ଦରଗଡ, ବରଗଡ, ଝାରସୁଗୁଡା, ସମ୍ବଲପୁର, ଦେଓଗଡ, ଅନୁଗୋଳ, ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ବରରେ ଘଡଘଡି ବିଜୁଳି ଓ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି କେନ୍ଦ୍ର ।ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.