ETV Bharat / city

ଖାରକିଭ୍ରୁ ଉଦ୍ଧାର ହେଲେ ଆଉ ୬୫ ଓଡିଆ ଛାତ୍ରଛାତ୍ରୀ

author img

By

Published : Mar 4, 2022, 9:03 PM IST

ଋଷ-ୟୁକ୍ରେନ ଯୁଦ୍ଧ ଅଞ୍ଚଳରେ ଫସି ରହିଥିବା ୬୫ ଜଣ ଓଡ଼ିଆଙ୍କୁ ଉଦ୍ଧାର କରାଯାଇଛି । ରାଜ୍ୟ ସରକାର ଦୁଇଟି ସ୍ବତନ୍ତ୍ର ବସ୍ ଯୋଗେ ସେମାନଙ୍କୁ ନିରାପଦ ଭାବେ ପଶ୍ଚିମ ୟୁକ୍ରେନ ସୀମାକୁ ଆଣିବା ପାଇଁ ସଫଳ ହୋଇଛନ୍ତି । ଅଧିକ ପଢନ୍ତୁ

ଖାରକିଭ୍ରୁ ଉଦ୍ଧାର ହେଲେ ଆଉ ୬୫ ଓଡିଆ ଛାତ୍ରଛାତ୍ରୀ
Russia-Ukraine War Crisis: Odisha Goverment evacuate 65 odia students

ଭୁବନେଶ୍ବର: ଋଷ-ୟୁକ୍ରେନ ଯୁଦ୍ଧ ଅଞ୍ଚଳରେ ଫସି ରହିଥିବା ୬୫ ଜଣ ଓଡ଼ିଆଙ୍କୁ ଉଦ୍ଧାର କରାଯାଇଛି । ରାଜ୍ୟ ସରକାର ଦୁଇଟି ସ୍ବତନ୍ତ୍ର ବସ୍ ଯୋଗେ ସେମାନଙ୍କୁ ନିରାପଦ ଭାବେ ପଶ୍ଚିମ ୟୁକ୍ରେନ ସୀମାକୁ ଆଣିବା ପାଇଁ ସଫଳ ହୋଇଛନ୍ତି । ସେ ଅଞ୍ଚଳରେ ଥିବା ସବୁ ଛାତ୍ରଛାତ୍ରୀଙ୍କୁ ଉଦ୍ଧାର କରି ବିମାନ ଯୋଗେ ଭାରତକୁ ଆଣିବା ପାଇଁ ପ୍ରକ୍ରିୟା ଜାରି ରହିଛି । ଏ ପର୍ଯ୍ୟନ୍ତ ୧୯୯ ଛାତ୍ରଛାତ୍ରୀ ନିରାପଦରେ ଭାରତରେ ପହଞ୍ଚି ସାରିଛନ୍ତି । ଋଷ-ୟୁକ୍ରେନ ଯୁଦ୍ଧ ଅଞ୍ଚଳରେ ଫସିଛନ୍ତି ଅନେକ ଓଡ଼ିଆ । ସେମାନଙ୍କୁ ଯୁଦ୍ଧ ଅଞ୍ଚଳରୁ ଉଦ୍ଧାର ପ୍ରକ୍ରିୟା ଜାରି ରହିଛି । ଯୁଦ୍ଧ ଅଞ୍ଚଳ ଖାରକିଭ୍ ଓ ପେସୋଚିନରେ ବର୍ତ୍ତମାନ ସୁଦ୍ଧା ଫସି ରହିଯାଇଥିବା ଆହୁରି ଅନେକ ଓଡିଆ ଛାତ୍ରଛାତ୍ରୀଙ୍କୁ ଉଦ୍ଧାର କରିବା ପାଇଁ ରାଜ୍ୟ ସରକାର ଉଦ୍ୟମକୁ ଜୋରଦାର କରିଛନ୍ତି ।

ଖାରକିଭ୍ରୁ ଉଦ୍ଧାର ହେଲେ ଆଉ 65 ଓଡିଆ ଛାତ୍ରଛାତ୍ରୀ

ଖାରକିଭ୍ ଓ ପିସୋଚିନ୍ ଅଞ୍ଚଳରେ ଥିବା ଛାତ୍ରଛାତ୍ରୀ ଗତ ତିନି ଦିନ ଧରି ଅଟକି ରହି ଭୀଷଣ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ସେମାନଙ୍କ ମଧ୍ୟରୁ ୬୫ ଜଣଙ୍କୁ ରାଜ୍ୟ ସରକାର ଦୁଇଟି ସ୍ବତନ୍ତ୍ର ବସ୍ ଯୋଗେ ନିରାପଦ ଭାବେ ପଶ୍ଚିମ ୟୁକ୍ରେନ ସୀମାକୁ ଆଣିବା ପାଇଁ ସଫଳ ହୋଇଛନ୍ତି । ସେ ଅଞ୍ଚଳରେ ଥିବା ସବୁ ଛାତ୍ରଛାତ୍ରୀଙ୍କୁ ଉଦ୍ଧାର କରି ବିମାନ ଯୋଗେ ଭାରତକୁ ଆଣିବା ପାଇଁ ପ୍ରକ୍ରିୟା ଜାରି ରହିଛି । ଏ ପର୍ଯ୍ୟନ୍ତ ୧୯୯ ଛାତ୍ରଛାତ୍ରୀ ନିରାପଦରେ ଭାରତରେ ପହଞ୍ଚି ସାରିଛନ୍ତି ।

ସବୁ ଓଡ଼ିଆ ପିଲାଙ୍କୁ ନିରାପଦ ଭାବରେ ଉଦ୍ଧାର କରିବା ପାଇଁ ଓଡ଼ିଶା ସରକାର ଉଦ୍ୟମ ଜାରି ରଖିଛନ୍ତି । ନୂଆଦିଲ୍ଲୀ ସ୍ଥିତ ଆବାସିକ କମିଶନ କାର୍ଯ୍ୟାଳୟ, ନୂଆଦିଲ୍ଲୀ ଉଦ୍ଧାର କାର୍ଯ୍ୟରେ ସମନ୍ବୟ ରକ୍ଷା କରୁଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସରକାର ୟୁକ୍ରେନ ସୀମା ସଂଲଗ୍ନ ୪ଟି ଦେଶ ପାଇଁ ୪ ଜଣ ସ୍ବତନ୍ତ୍ର ପ୍ରତିନିଧିଙ୍କୁ ସମନ୍ବୟ ରଖିବା ପାଇଁ ଦାୟିତ୍ବ ଦେଇଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.