ଆଜି ରାଜ୍ୟ କ୍ୟାବିନେଟ, ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ବାଜିବ ମୋହର

author img

By

Published : Sep 22, 2022, 7:39 AM IST

ଆଜି ରାଜ୍ୟ କ୍ୟାବିନେଟ, ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ବାଜିବ ମୋହର

ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ । ଭିସି ଜରିଆରେ ଏଥିରେ ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ । ଅଧିକ ପଢନ୍ତୁ

ଭୁବନେଶ୍ବର: ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ(State Cabinet Meeting) ଅନୁଷ୍ଠିତ ହେବାକୁ ଯାଉଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ସାଢ଼େ 5ଟାରେ ବୈଠକ ବସିବ । ମୁଖ୍ୟମନ୍ତ୍ରୀ(CM Naveen Patnaik) ଭିସି ଜରିଆରେ କ୍ୟାବିନେଟ ବୈଠକରେ ଅଧ୍ୟକ୍ଷତା କରିବେ । କ୍ୟାବିନେଟ ମନ୍ତ୍ରୀମାନେ ଲୋକସେବା ଭବନ ଓ ଜିଲ୍ଲା ମୁଖ୍ୟାଳୟରୁ ଏଥିରେ ଯୋଡି ହେବେ । ବୈଠକରେ ରାଜ୍ୟ ସ୍ବାର୍ଥ ସମ୍ବଳିତ 10ରୁ ଅଧିକ ପ୍ରସ୍ତାବ ଉପରେ ମୋହର ବାଜିବାର ସମ୍ଭାବନା ରହିଛି ।

ଆଗକୁ ନିର୍ବାଚନ ଥିବାରୁ ଏହାକୁ ଦୃଷ୍ଟିରେ ରଖି କ୍ୟାବିନେଟରେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଆଣିବେ ସରକାର । ବୈଠକରେ ପଞ୍ଚାୟତିରାଜ, ପାନୀୟଜଳ, ମହିଳା ଏବଂ ଶିଶୁ ବିକାଶ, ସ୍ବାସ୍ଥ୍ୟ, ପୂର୍ତ୍ତ, ନଗର ଉନ୍ନୟନ, ଆଇନ, ଯୋଗାଣ ଓ ସମବାୟ ଆଦି ବିଭାଗର ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିପାରେ । ଗତ କ୍ୟାବିନେଟ ବୈଠକ ଅଗଷ୍ଟ 12 ତାରିଖରେ ବସିଥିଲା । ରାଜ୍ୟ କ୍ୟାବିନେଟରେ 17 ପ୍ରସ୍ତାବକୁ ମଞ୍ଜୁରୀ ହୋଇଥିଲା ।

ମିଶନ ଶକ୍ତି, ପାନୀୟ ଜଳ, ଜଳସେଚନ, ଶିଳ୍ପ ବିଭାଗର ପ୍ରସ୍ତାବକୁ ମଞ୍ଜୁରୀ ଦେଇଥିଲା ରାଜ୍ୟ କ୍ୟାବିନେଟ । ମିଲେଟ ମିଶନ ପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମକୁ ଆହୁରି 6 ବର୍ଷ ଲାଗି ସମ୍ପ୍ରସାରିତ କରାଯାଇଛି । ଏଥିପାଇଁ 2808 କୋଟି ଟଙ୍କା ଖର୍ଚ୍ଚ କରାଯିବ । 19 ଟି ଜିଲ୍ଲାର 142 ବ୍ଲକରେ ଏହା କାର୍ଯ୍ୟକାରୀ କରାଯିବ । ଆଦିବାସୀ ଅଧ୍ୟୁଷିତ ଅଞ୍ଚଳବାସୀ ଓ କ୍ଷୁଦ୍ର ଏବଂ ନାମକୁ ମାତ୍ର ଚାଷୀ ମିଲେଟ ମିଶନ ଦ୍ବାରା ଉପକୃତ ହେବ । ଜିଲ୍ଲା ଯୋଜନା କମିଟି ଆଇନ 1998ର ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁର କରିଥିଲା ।

ଏହାମଧ୍ୟ ପଢନ୍ତୁ: ଆସନ୍ତା ଶୁକ୍ରବାର ପରିବେଶ ମନ୍ତ୍ରୀଙ୍କ ସମ୍ମିଳନୀ, ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

ରାଜ୍ୟ ରାଜସ୍ବ ସେବା କ୍ୟାଡର ସଂଖ୍ୟା ବୃଦ୍ଧିକୁ କ୍ୟାବିନେଟ ମୋହର ମାରିଥିଲା । 4 ଜିଲ୍ଲାରେ ବାତ୍ୟା ନିରୋଧୀ ଲୁଣାବନ୍ଧ ଓ ସୁନ୍ଦରଗଡ଼ ଜିଲ୍ଲାରେ କୋଏଲ ନଦୀରେ ଇନଷ୍ଟ୍ରିମ୍ ବ୍ୟାରେଜକୁ ମଞ୍ଜୁରୀ ମିଳିଛି । ସେହିପରି କ୍ୟାବିନେଟ୍ ବୈଠକରେ ଏକାଧିକ ଗ୍ରାମ୍ୟ ପାନୀୟ ଜଳ ପ୍ରକଳ୍ପକୁ ଅନୁମୋଦନ ମିଳିଥିଲା । କାମାକ୍ଷାନଗର, ପରଜଙ୍ଗ, କଙ୍କଡ଼ାହାଡ଼, ପଟ୍ଟାମୁଣ୍ଡାଇ, ରାଜନଗର, ଗରଦପୁର, ବାଲେଶ୍ବର, ରେମୁଣାରେ ପାନୀୟ ଜଳ ପ୍ରକଳ୍ପକୁ ମଞ୍ଜୁରୀ ମିଳିଥିଲା । ଓଏମସି ସହ କଳିଙ୍ଗ ଆଇରନ ଓ୍ବାର୍କ୍ସ ଓ ଫେରୋକ୍ରମର ମିଶ୍ରଣକୁ ମଧ୍ୟ ବୈଠକରେ ଅନୁମୋଦନ ମିଳିଥିଲା ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.