ETV Bharat / city

କାଳିଆ ଯୋଜନାରେ 6690 କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି ରାଜ୍ୟ ସରକାର: ଅରୁଣ ସାହୁ

author img

By

Published : Mar 31, 2021, 3:48 PM IST

ବିଧାନସଭାରେ ବିଜେପି ବିଧାୟକ ନାଉରି ନାୟକଙ୍କ ପ୍ରଶ୍ନରେ କୃଷିମନ୍ତ୍ରୀ ଅରୁଣ ସାହୁଙ୍କ ଉତ୍ତର। ଅଧିକ ପଢନ୍ତୁ...

କାଳିଆ ଯୋଜନାରେ  6690 କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି ରାଜ୍ୟ ସରକାର
କାଳିଆ ଯୋଜନାରେ 6690 କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି ରାଜ୍ୟ ସରକାର

ଭୁବନେଶ୍ବର: କାଳିଆ ଯୋଜନାରେ କେତେ ଟଙ୍କା ଖର୍ଚ୍ଚ କରିଛନ୍ତି ରାଜ୍ୟ ସରକାର । ବିଧାନସଭାରେ ବିଜେପି ବିଧାୟକ ନାଉରି ନାୟକଙ୍କ ପ୍ରଶ୍ନରେ କୃଷିମନ୍ତ୍ରୀ ଅରୁଣ ସାହୁଙ୍କ ଉତ୍ତର।

କାଳିଆ ଯୋଜନାରେ  6690 କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି ରାଜ୍ୟ ସରକାର
କାଳିଆ ଯୋଜନାରେ 6690 କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି ରାଜ୍ୟ ସରକାର

୨୦୧୮-୧୯ ଓ ୨୦୧୯-୨୦ ମସିହାରେ କାଳିଆ ଯୋଜନାରେ ୫୧.୦୫ ଲକ୍ଷ ଜଣ କ୍ଷୁଦ୍ର ନାମମାତ୍ର ଚାଷୀ ଓ ଭୂମିହୀନ କୃଷି ପରିବାରଙ୍କୁ ସହାୟତା ପ୍ରଦାନ କରାଯାଇଥିଲା । ଏଥିପାଇଁ ୨୦୧୮-୧୯ ମସିହାରେ ଚାଷୀ ସହାୟତା ଓ ପ୍ରଶାସନିକ ବ୍ୟୟ ବାବଦକୁ ୨ ୧୭୫.୬୬ କୋଟି ବ୍ୟୟ କରାଯାଇଛି ।

ସେହିପରି ୨୦୧୯-୨୦ ମସିହାରେ ୩୨୪୩.୦୧ କୋଟି ଟଙ୍କା ବ୍ୟୟ କରାଯାଇଥିଲା। ପୁନଶ୍ଚ ୨୦୨୦-୨୧ ମସିହାରେ ୫୩.୫୫ ଲକ୍ଷ କ୍ଷୁଦ୍ର ନାମମାତ୍ର ଓ ଭୂମିହୀନ କୃଷି ପରିବାରଙ୍କୁ ସହାୟତା ପ୍ରଦାନ କରାଯାଇଛି ଏବଂ ଏଥିରୁ ଫେବୃଆରୀ ମାସ ସୁଦ୍ଧା ୧୨୭୨.୧୯ କୋଟି ଟଙ୍କା ବ୍ୟୟ କରାଯାଇଥିଲା। କଳିଆ ଯୋଜନାରେ ବର୍ତ୍ତମାନ ସୁଦ୍ଧା 6690 କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି ରାଜ୍ୟ ସରକାର ।

ଭୁବନେଶ୍ବରରୁ ତପନ କୁମାର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.