ETV Bharat / city

ଆଜି ସୁନ୍ଦରଗଡ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ, ବାଣ୍ଟିବେ BSKY ସ୍ମାର୍ଟକାର୍ଡ

author img

By

Published : Sep 13, 2021, 10:06 PM IST

Updated : Sep 14, 2021, 7:15 AM IST

Tomorrow  CM visit to sundergarh for BSKY
ମୁଖ୍ୟମନ୍ତ୍ରୀଙ୍କ ସୁନ୍ଦରଗଡ ଗସ୍ତ

ସୁନ୍ଦରଗଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣର ସ୍ମାର୍ଟ କାର୍ଡ ବଣ୍ଟନ ସହ 6 ଶହ କୋଟିରୁ ଊର୍ଦ୍ଧ୍ବ ଟଙ୍କା ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ଅଧିକ ପଢନ୍ତୁ...

ଭୁବନେଶ୍ବର: ଆଜି (ମଙ୍ଗଳବାର) ସୁନ୍ଦରଗଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣର ସ୍ମାର୍ଟ କାର୍ଡ ବଣ୍ଟନ ସହ 6 ଶହ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଜିଲ୍ଲାରେ ଡେରା ପକାଇଛନ୍ତି ମନ୍ତ୍ରୀ ଓ ବିଧାୟକ ।

ମାଲକାନଗିରି ପରେ ସୁନ୍ଦରଗଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବାହ୍ନ 11 ଟାରେ ମୁଖ୍ୟମନ୍ତ୍ରୀ ରାଉରକେଲା ବିମାନବନ୍ଦରରେ ପହଞ୍ଚି ସେଠାରୁ ଇସ୍ପାତ ସୁପର ସ୍ପେଶିଆଲିଟି ହସ୍ପିଟାଲ ଯିବେ । ସେଠାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ସୁନ୍ଦରଗଡରେ 4 ଲକ୍ଷ 36 ହଜାର 948 କାର୍ଡ ବଣ୍ଟନ କରାଯିବ । ଜିଲ୍ଲାର 15 ଲକ୍ଷ 9 ହଜାର 821 ଜଣ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସୁବିଧା ପାଇବେ ।

ଏହା ସହ ସୁନ୍ଦରଗଡ ଜିଲ୍ଲାର ବିଭିନ୍ନ ସ୍ଥାନରେ 6 ଶହ କୋଟି ଟଙ୍କାର ଉଦଘାଟନ ଓ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ଜିଲ୍ଲାରେ ଡେରା ପକାଇଛନ୍ତି 10 ରୁ ଅଧିକ ମନ୍ତ୍ରୀ ଏବଂ 40 ରୁ ଅଧିକ ବିଧାୟକ । ମନ୍ତ୍ରୀ ମାନେ ବିଭିନ୍ନ ବ୍ଳକରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନ କରିବେ ।

ଭୁବନେଶ୍ବରରୁ ଭବାନୀଶଙ୍କର ଦାସ, ଇଟିଭି ଭାରତ

Last Updated :Sep 14, 2021, 7:15 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.