ଓଡିଶାବାସୀଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଅନୁରୋଧ, ବୁଷ୍ଟର ଡୋଜ ନେଇ ସୁସ୍ଥ ରୁହନ୍ତୁ

author img

By

Published : Aug 6, 2022, 7:06 PM IST

ଓଡିଶାବାସୀଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଅନୁରୋଧ, ବୁଷ୍ଟର ଡୋଜ ନେଇ ସୁସ୍ଥ ରୁହନ୍ତୁ

କେନ୍ଦ୍ରମନ୍ତ୍ରୀ ଏକ ବାର୍ତ୍ତା ମାଧ୍ୟମରେ କହିଛନ୍ତି, "ଆଜି ଦେଶରେ ପୁଣି ଥରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ଆଖି ଆଗରେ ରଖି ଦେଶ ଓ ପ୍ରତ୍ୟେକ ନାଗରିକଙ୍କ ସୁରକ୍ଷା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତ ସରକାର ଦ୍ରୁତ ଟିକାକରଣ ଉପରେ ଗୁରୁତ୍ୱ ଦେଉଛନ୍ତି । କୋଭିଡ ଲଢେଇର ମାତ୍ର ୧୮ ମାସ ମଧ୍ୟରେ ୨୦୦ କୋଟିରୁ ଅଧିକ ଟିକାକରଣ କରାଇ ଭାରତ ସାରା ବିଶ୍ୱରେ ଇତିହାସ ରଚିଛି ।" ଅଧିକ ପଢନ୍ତୁ

ଭୁବନେଶ୍ବର: କୋଭିଡ ମହାମାରୀ ବିରୋଧୀ ଲଢ଼େଇକୁ ମଜବୁତ କରିବା ପାଇଁ ଭାରତ ସରକାରଙ୍କ ତରଫରୁ ଅମୃତ ମହୋତ୍ସବ ଅବସରରେ ଟିକାକରଣକୁ ଗୁରୁତ୍ୱ ଦିଆଯାଉଛି । ଜୁଲାଇ ୧୫ରୁ ଆରମ୍ଭ ହୋଇଥିବା ୭୫ ଦିନିଆ ସ୍ୱତନ୍ତ୍ର ଅଭିଯାନ କେନ୍ଦ୍ର ସରକାରଙ୍କ ପକ୍ଷରୁ କରାଯାଉଛି । ଏହି ଅଭିଯାନରେ ସାମିଲ ହୋଇ ଖୁବ ଶୀଘ୍ର ବୁଷ୍ଟର ଡ଼ୋଜ ନେଇ ସୁସ୍ଥ ରହିବା ପାଇଁ ଓଡ଼ିଶାର ଜନସାଧାରଣଙ୍କୁ ଏକ ଭିଡ଼ିଓ ବାର୍ତ୍ତା ଜରିଆରେ ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଓଡିଶାବାସୀଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଅନୁରୋଧ, ବୁଷ୍ଟର ଡୋଜ ନେଇ ସୁସ୍ଥ ରୁହନ୍ତୁ

କେନ୍ଦ୍ରମନ୍ତ୍ରୀ ଏହି ବାର୍ତ୍ତା ମାଧ୍ୟମରେ କହିଛନ୍ତି ଯେ, "ଆଜି ଦେଶରେ ପୁଣି ଥରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ଆଖି ଆଗରେ ରଖି ଦେଶ ଓ ପ୍ରତ୍ୟେକ ନାଗରିକଙ୍କ ସୁରକ୍ଷା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତ ସରକାର ଦ୍ରୁତ ଟିକାକରଣ ଉପରେ ଗୁରୁତ୍ୱ ଦେଉଛନ୍ତି । କୋଭିଡ ଲଢେଇର ମାତ୍ର ୧୮ ମାସ ମଧ୍ୟରେ ୨୦୦ କୋଟିରୁ ଅଧିକ ଟିକାକରଣ କରାଇ ଭାରତ ସାରା ବିଶ୍ୱରେ ଇତିହାସ ରଚିଛି । ଯାହା ଖୁସିର ବିଷୟ । ପ୍ରଧାନମନ୍ତ୍ରୀ ମୋଦିଙ୍କ ଦକ୍ଷ ଏବଂ ବଳିଷ୍ଠ ନେତୃତ୍ୱ ଯୋଗୁଁ ଭାରତ ଆଜି ସମଗ୍ର ବିଶ୍ୱରେ ଏହି ବିରାଟ ବଡ ସଫଳତା ହାସଲ କରିପାରିଛି । ନିରାପଦ ଏବଂ ପ୍ରଭାବଶାଳୀ କୋଭିଡ଼ ଟିକା ଉପଲବ୍ଧ କରାଇ ଆମ ଦେଶ ନିଜର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସଶକ୍ତ କରିବା ସଙ୍ଗେସଙ୍ଗେ ତ୍ୱରିତ ଟିକାକରଣ ପ୍ରକ୍ରିୟାକୁ ନିଶ୍ଚିତ କରିଛି ।"

ଏହାର ସଫଳତା ପଛରେ ଦେଶର ଲକ୍ଷ ଲକ୍ଷ ଡାକ୍ତର, ସ୍ୱାସ୍ଥ୍ୟ କର୍ମୀ ଓ ବୈଜ୍ଞାନିକ ମାନଙ୍କ ଅକ୍ଲାନ୍ତ ପରିଶ୍ରମ ରହିଛି ଏବଂ ଏଥିପାଇଁ ଆମେ ସମସ୍ତେ ତାଙ୍କ ପାଖରେ ଋଣୀ । ନାଗରିକଙ୍କ ସୁରକ୍ଷା ପାଇଁ ଭାରତ ସରକାରଙ୍କ ତରଫରୁ ପ୍ରଥମେ କୋଭିଡର ଦୁଇଟି ଡୋଜ ଏବଂ ଏବେ ବୁଷ୍ଟର ଡୋଜ ମାଗଣାରେ ଦିଆଯାଉଛି । ବୁଷ୍ଟର ଡୋଜ ଦେବା ପାଇଁ ଅମୃତ କାଳରେ ଜୁଲାଇ ୧୫ରୁ ୭୫ ଦିନ ପର୍ଯ୍ୟନ୍ତ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ କରାଯାଇଛି । ଏହି ଅଭିଯାନରେ ୧୮ ବର୍ଷରୁ ଅଧିକ ନାଗରିକଙ୍କୁ ସରକାରୀ ଟିକା କେନ୍ଦ୍ରରେ ମାଗଣାରେ ଟିକାକରଣ କରାଯାଉଛି । କିନ୍ତୁ କୋଭିଡ଼ ବୁଷ୍ଟର ଡୋଜ ନେବା କ୍ଷେତ୍ରରେ ଜାତୀୟ ହାର ଠାରୁ ଓଡ଼ିଶାର ହାର କମ ଅଛି । ଓଡ଼ିଶାର ୮୭ ପ୍ରତିଶତ ନାଗରିକ ଏ ପର୍ଯ୍ୟନ୍ତ ବୁଷ୍ଟର ଡ଼ୋଜ ଟିକା ନେଇ ନାହାନ୍ତି । ଅଗଷ୍ଟ ୪ ତାରିଖ ସୁଦ୍ଧା ଓଡ଼ିଶାରେ ୩ କୋଟି ୨୩ ଲକ୍ଷ ନାଗରିକ ପ୍ରଥମ ଓ ଦ୍ୱିତୀୟ ଡ଼ୋଜ ଟିକା ନେଇସାରିଛନ୍ତି । କେବଳ ୪୨ ଲକ୍ଷ ୩୪ ହଜାର ଜଣ ବୁଷ୍ଟର ଡୋଜ ନେଇଛନ୍ତି । ରାଜ୍ୟର ୬ଟି ଜିଲ୍ଲା ଯଥା କଟକ, ଖୋର୍ଦ୍ଧା, ଜଗତସିଂପୁର, ସୁନ୍ଦରଗଡ଼, ପୁରୀ ଏବଂ ଅନୁଗୁଳରେ ଏପର୍ଯ୍ୟନ୍ତ ୧୦ ପ୍ରତିଶତ ବରିଷ୍ଠ ନାଗରିକ ପ୍ରଥମ ଡୋଜ ଟିକା ନେଇ ନାହାନ୍ତି । ରାଜ୍ୟର ୮ଟି ଜିଲ୍ଲାରେ ପାଖାପାଖି ୨୫ ଲକ୍ଷ ନାଗରିକ ଦ୍ୱିତୀୟ ଡୋଜ ଟିକା ନେଇ ନାହାନ୍ତି । ଏବେ ବର୍ଷାଋତୁରେ କୋଭିଡ ସଂକ୍ରମଣ ଆହୁରି ବଢିବାର ଆଶଙ୍କା ତିଆରି ହୋଇଛି ।

ଏହି କୋଭିଡ ମହାମାରୀକୁ ପ୍ରତିହତ କରିବା ପାଇଁ ଏକମାତ୍ର ଅସ୍ତ୍ର ହେଉଛି ଟିକା । ତେଣୁ ଯେଉଁମାନେ ପ୍ରିକସନ ଡୋଜ ନେବା ପାଇଁ ଯୋଗ୍ୟ, ସେମାନେ କାଳ ବିଳମ୍ବ ନକରି ତୁରନ୍ତ ନିକଟସ୍ଥ ସରକାରୀ ଚିକିତ୍ସାଳୟକୁ ଯାଇ ଡୋଜ୍ ନିଅନ୍ତୁ । ବୁଷ୍ଟର ଡୋଜ ନେଇ ନଥିବା ଲୋକଙ୍କୁ ଟିକା ନେବା ପାଇଁ ପ୍ରୋତ୍ସାହିତ କରନ୍ତୁ । ନିଜ ପରିବାର, ସମାଜ, ରାଜ୍ୟ ତଥା ଦେଶକୁ ସୁରକ୍ଷିତ ରଖନ୍ତୁ । ବୁଷ୍ଟର ଡୋଜ ନେଇ ସ୍ୱାସ୍ଥ୍ୟକର୍ମୀ ଓ ବୈଜ୍ଞାନିକଙ୍କ ପରିଶ୍ରମକୁ ଉଚିତ ସମ୍ମାନ ଦେବା । କୋଭିଡ଼ ବିରୁଦ୍ଧରେ ଆମ ଲଢ଼େଇକୁ ଆହୁରି ବ୍ୟାପକ କରିବା ଏବଂ ସ୍ୱାଧୀନତାର ଅମୃତ ମହୋତ୍ସବକୁ ସଗୌରବେ ପାଳନ କରିବା ପାଇଁ ଧର୍ମେନ୍ଦ୍ର ନାଗରିକଙ୍କୁ ଆହ୍ୱାନ କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.