ETV Bharat / city

8ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ଜାରି

author img

By

Published : Jun 26, 2022, 8:57 PM IST

ଗତକାଲି(ଶନିବାର) କେନ୍ଦୁଝର ଜିଲ୍ଲା ଯୋଡ଼ାରେ ସର୍ବାଧିକ 71.2 ମିମି ବର୍ଷା ରେକର୍ଡ କରାଯାଇଛି । ଅଧିକ ପଢନ୍ତୁ

8ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ଜାରି
8ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ଜାରି

ଭୁବନେଶ୍ବର: ଗତକାଲି(ଶନିବାର) କେନ୍ଦୁଝର ଜିଲ୍ଲା ଯୋଡ଼ାରେ ସର୍ବାଧିକ 71.2 ମିମି ବର୍ଷା ରେକର୍ଡ କରାଯାଇଛି । ଉତ୍ତର ପଶ୍ଚିମ ରାଜସ୍ଥାନରୁ ଏକ ନିମ୍ନଚାପ ରେଖା ବାହାରି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ଲମ୍ବିଛି । ଦକ୍ଷିଣ ଛତିଶଗଡ଼ ଉପରେ ମଧ୍ୟ ଏକ ଘୁର୍ଣ୍ଣିବଳୟ ରହିଛି । ଏହାର ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

8ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ଜାରି

ଆସନ୍ତା 24 ଘଣ୍ଟା ଅର୍ଥାତ, ସୋମବାର ସକାଳ 8.30 ମଧ୍ୟରେ 8ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି । ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡା, ନୂଆପଡା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ଜାରି କଲା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ଅନ୍ୟ କିଛି ଜିଲ୍ଲାରେ ମଧ୍ୟ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.