କଂଗ୍ରେସ କାର୍ଯ୍ୟାଳୟ ଭଙ୍ଗାରୁଜା ଘଟଣା; ଜିଲ୍ଲା ସଭାପତିଙ୍କୁ ତଦନ୍ତ ନିର୍ଦ୍ଦେଶ

author img

By

Published : Oct 13, 2021, 8:33 PM IST

Youth congress tension investigate directs by pcc chief niranjan pattnaik

ପ୍ରଦେଶ ଯୁବ କଂଗ୍ରେସ କାର୍ଯ୍ୟାଳୟ ଭଙ୍ଗାରୁଜା ଘଟଣା । ଘଟଣାକୁ ଗୁରୁତ୍ବର ସହ ନେଇଛନ୍ତି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକ । ଅଧିକ ପଢନ୍ତୁ...

ଭୁବନେଶ୍ବର: ପ୍ରଦେଶ ଯୁବ କଂଗ୍ରେସ କାର୍ଯ୍ୟାଳୟ ଭଙ୍ଗାରୁଜା ଘଟଣା । ଘଟଣାକୁ ଗୁରୁତ୍ବର ସହ ନେଇଛନ୍ତି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକ । ଘଟଣାରେ ତ୍ୱରିତ ପଦକ୍ଷେପ ଗ୍ରହଣ କରିଛନ୍ତି ନିରଞ୍ଜନ । ଜିଲ୍ଲା କଂଗ୍ରେସ ସଭାପତିଙ୍କୁ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ପିସିସି ସଭାପତି । ଏଭଳି କାର୍ଯ୍ୟକୁ ବରଦାସ୍ତ କରାଯିବ ନାହିଁ ବୋଲି କହିଛନ୍ତି ନିରଞ୍ଜନ ।

ଅପରପକ୍ଷେ ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବା ପାଇଁ ପିପିସି ସଭାପତି ଭୁବନେଶ୍ୱର ଜିଲ୍ଲା କଂଗ୍ରେସ କମିଟି ସଭାପତି ବିଶ୍ୱଜିତ ଦାଶଙ୍କୁ ଦାୟିତ୍ୱ ଦେଇଛନ୍ତି । ବିଶ୍ୱଜିତ ଖୁବଶୀଘ୍ର ଏକ ପୂର୍ଣ୍ଣାଙ୍ଗ ରିପୋର୍ଟ ପ୍ରଦେଶ କଂଗ୍ରେସ କମିଟିକୁ ପ୍ରଦାନ କରିବାପାଇଁ କୁହାଯାଇଛି । ଏହି ରିପୋର୍ଟ ପାଇବାପରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଉପସଭାପତି ଯଜ୍ଞଶ୍ୱର ବାବୁ ପ୍ରେସ ଇସ୍ତାହାର ମାଧ୍ୟମରେ ଜଣାଇଛନ୍ତି ।

ଏହି ଘଟଣାରେ ଦାୟୀତ୍ୱରେ ଅବହେଳା ଯୋଗୁଁ ରାତ୍ର ଜଗୁଆଳି (ୱାଚମ୍ୟାନ)ଙ୍କୁ ନିଲମ୍ବନ କରାଯାଇଛି ।

ଭୁବନେଶ୍ବରରୁ ଭବାନୀଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.