ETV Bharat / city

ଆଜି BSKY ସ୍ମାର୍ଟ ସ୍ବାସ୍ଥ୍ୟ ସେବାରେ ସାମିଲ ହେବ କଟକ-ଖୋର୍ଦ୍ଧା

author img

By

Published : Dec 13, 2021, 8:08 AM IST

ସ୍ମାର୍ଟ ସ୍ବାସ୍ଥ୍ୟ ସେବାରେ ସାମିଲ ହେବ କଟକ ଓ ଖୋର୍ଦ୍ଧା
ସ୍ମାର୍ଟ ସ୍ବାସ୍ଥ୍ୟ ସେବାରେ ସାମିଲ ହେବ କଟକ ଓ ଖୋର୍ଦ୍ଧା

ଗତକାଲି ଗଞ୍ଜାମ ଜିଲ୍ଲାରେ ଏହି କାର୍ଯ୍ୟକ୍ରମ ଶେଷ ହୋଇଥିବାବେଳେ ଆଜି (ସୋମବାର) ଖୋର୍ଦ୍ଧା ଓ କଟକ ଜିଲ୍ଲାରେ ସ୍ମାର୍ଟ ହେଲଥ କାର୍ଡ (Smart health card) ବାଣ୍ଟିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (CM Naveen Patnaik) । ଏନେଇ ସ୍ବାସ୍ଥ୍ୟ ପରିବାର କଲ୍ୟାଣ ପକ୍ଷରୁ ସୂଚନା ମିଳିଛି । ଅଧିକ ପଢନ୍ତୁ

କଟକ/ ଖୋର୍ଦ୍ଧା: ସ୍ମାର୍ଟ ସ୍ବାସ୍ଥ୍ୟସେବାରେ ସାମିଲ ହେଉଛି ଆମ ରାଜ୍ୟ ଓଡିଶା । ଲୋକଙ୍କୁ ମାଗଣା ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ଜାରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ (Biju Swasthya Kalyan Yojana) ଯୋଜନାରେ ଜାରି ରହିଛି ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ । ଗତକାଲି ଗଞ୍ଜାମ ଜିଲ୍ଲାରେ ଏହି କାର୍ଯ୍ୟକ୍ରମ ଶେଷ ହୋଇଥିବାବେଳେ ଆଜି (ସୋମବାର) ଖୋର୍ଦ୍ଧା ଓ କଟକ ଜିଲ୍ଲାରେ ସ୍ମାର୍ଟ ହେଲଥ କାର୍ଡ (Smart health card) ବାଣ୍ଟିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (CM Naveen Patnaik) । ଏନେଇ ସ୍ବାସ୍ଥ୍ୟ ପରିବାର କଲ୍ୟାଣ ପକ୍ଷରୁ ସୂଚନା ମିଳିଛି ।

ପ୍ରଥମେ କଟକ ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ । ଜିଲ୍ଲାରେ ୧୦ ଜଣ ହିତାଧିକାରୀଙ୍କୁ ସ୍ମାର୍ଟକାର୍ଡ ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଛି । ସ୍ମାର୍ଟକାର୍ଡର ଶୁଭାରମ୍ଭ ହେବା ପରେ ୧୪ ତାରିଖ ପରଠୁ ଜିଲ୍ଲାର ପ୍ରତି ବ୍ଲକରେ ଏହି ସ୍ମାର୍ଟ ହେଲଥ କାର୍ଡ ବିତରଣ ଆରମ୍ଭ ହେବ । ଜିଲ୍ଲାରେ ପାଖାପାଖି ୫ ଲକ୍ଷ ୫ ହଜାରରୁ ଅଧିକ ହିତାଧିକାରୀ କାର୍ଡ ଦ୍ବାରା ଉପକୃତ ହେବେ । ଏହା ପରେ ଜିଲ୍ଲାରେ ୨୬୭ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପର ଉଦଘାଟନ କରିବେ । ଏହା ସହ ୧୪୫୫ କୋଟି ୧୮ ଲକ୍ଷ ଟଙ୍କାର ପ୍ରକଳ୍ପ କାର୍ଯ୍ୟକାରୀ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ବାଲିଯାତ୍ରା ପଡିଆରେ ସଭାସ୍ଥଳ ଓ ହେଲିପ୍ୟାଡ଼ ନିକଟରେ ୧୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ ।

ଏହାପରେ ଖୋର୍ଦ୍ଧା ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ । ୧୧ଟା ୪୦ରେ ଜିଲ୍ଲା ବେଗୁନିଆସ୍ଥିତ ବିଜୁ ପଟ୍ଟନାୟକ ଷ୍ଟାଡିୟମରେ ପହଞ୍ଚିବେ । ଏ ନେଇ ସେଠାରେ ସମସ୍ତ ବ୍ୟାପକ ପ୍ରସ୍ତୁତି ଶେଷ ହୋଇଛି । ଜିଲ୍ଲାରେ ୩୦୦ ହିତାଧିକାରୀଙ୍କୁ ସ୍ମାର୍ଟ କାର୍ଡ ବଣ୍ଟନ ସହ ୧୨୬ଟି ପ୍ରକଳ୍ପର ଉଦଘାଟନ କରିବେ । ଏହା ସହ ୪୦୬ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି ଯାଞ୍ଚ ହୋଇଛି । ୨ଜଣ ଆଡିସିନାଲ ଏସପି, ୪ଜଣ ଡିଏସପି, ୧୫ଜଣ ପୋଲିସ ଇନସପେକ୍ଟର, ୮ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି ।

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ପରିବାରର ସମସ୍ତ ସଦସ୍ୟଙ୍କ ପାଇଁ ବର୍ଷକୁ ୫ ଲକ୍ଷ ଟଙ୍କା ଓ ବିଶେଷ କରି ମହିଳାଙ୍କ ପାଇଁ ବର୍ଷକୁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସହୟତା ଦେବ ଏହି ସ୍ମାର୍ଟ ହେଲଥ କାର୍ଡ । ଏହା ପୂର୍ବରୁ ଗଞ୍ଜାମ, ବାଲେଶ୍ବର, ଭଦ୍ରକ, ବୌଦ୍ଧ, ଝାରସୁଗୁଡା, ମୟୂରଭଞ୍ଜ, ଗଜପତି, ସୁନ୍ଦରଗଡ, ମାଲକାନଗିରି, କଳାହାଣ୍ଡି, ନୂଆପଡା, ଦେବଗଡ ଓ ବରଗଡ ହିତାଧିକାରୀଙ୍କୁ ସ୍ମାର୍ଟ ହେଲଥ କାର୍ଡ ବିତରଣ ସରିଛି । ମାଲକାନଗିରିରୁ ପ୍ରଥମେ ଆରମ୍ଭ ହୋଇଥିଲା ସ୍ବାସ୍ଥ୍ୟ ସେବାର ଏହି ଐତିହାସିକ ଯାତ୍ରା । ରାଜ୍ୟରେ ସାଢେ 3 କୋଟି ଲୋକଙ୍କୁ ସ୍ମାର୍ଟ ହେଲଥ କାର୍ଡ ଦେବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ରାଜ୍ୟବାସୀଙ୍କୁ ସମୂର୍ଣ୍ଣ ମାଗଣା ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ଏହାର ଲକ୍ଷ୍ୟ ।

କଟକରୁ ନାରାୟଣ ସାହୁ ଓ ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.