ETV Bharat / city

ORHDC Scam: ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ଉପରେ ହାଇକୋର୍ଟଙ୍କ ରହିତାଦେଶ

author img

By

Published : Oct 19, 2022, 10:48 AM IST

Updated : Oct 19, 2022, 11:53 AM IST

ମହମ୍ମଦ ମୋକିମଙ୍କୁ ଆଶ୍ବସ୍ତି । ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ଉପରେ ରହିତାଦେଶ ଲଗାଇଲେ ହାଇକୋର୍ଟ । ଅଧିକ ପଢନ୍ତୁ

ORHDC Scam: ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ଉପରେ ହାଇକୋର୍ଟଙ୍କ ରହିତାଦେଶ
ORHDC Scam: ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ଉପରେ ହାଇକୋର୍ଟଙ୍କ ରହିତାଦେଶ

କଟକ: ଓଆରଏଚଡିସି ଋଣ ଦୁର୍ନୀତି(ORHDC Scam) ମାମଲାରେ ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କୁ ହାଇକୋର୍ଟଙ୍କ ବଡ଼ ଆଶ୍ବସ୍ତି । ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ଉପରେ ରହିତାଦେଶ ଲଗାଇଲେ ହାଇକୋର୍ଟ । ଓଆରଏଚଡିସି ଦୁର୍ନୀତି ମାମଲାରେ ଭିଜିଲାନ୍ସ କୋର୍ଟ ମହମ୍ମଦ ମୋକିମଙ୍କୁ ୩ ବର୍ଷର ସଶ୍ରମ କାରାଦଣ୍ଡାଦେଶ ଦେଇଥିଲେ । ଏହାକୁ ଚାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ମହମ୍ମଦ ମୋକିମ । ତେବେ ହାଇକୋର୍ଟଙ୍କ ରହିତାଦେଶ ପରେ ମୋକିମଙ୍କ ବିଧାୟକ ପଦ ବଜାୟ ରହିଛି ।

ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ଉପରେ ହାଇକୋର୍ଟଙ୍କ ରହିତାଦେଶ

ପ୍ରକାଶଥାଉ କି, ଗତ ମାସ ୨୯ ତାରିଖରେ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ଓଆରଏଚଡିସି ଦୁର୍ନୀତି ମାମଲାରେ ଶୁଣାଣି ହୋଇଥିଲା । ବିଚାରପତି ଏହି ମାମଲାର ବିଚାର କରି ଓଆରଏଚଡିସିର ତତ୍କାଳୀନ ଅଧ୍ୟକ୍ଷ IAS ଅଧିକାରୀ ବିନୋଦ କୁମାର (IAS Vinod Kumar) ଓ ମେଟ୍ରୋ ବିଲ୍ଡର୍ସର ପରିଚାଳନା ନିର୍ଦ୍ଦେଶକ ତଥା ବିଧାୟକ ମହମ୍ମଦ ମୋକିମ (Barabati MLA Mohammed Moquim)ଙ୍କୁ ୩ ବର୍ଷ ଲେଖାଏଁ ଜେଲଦଣ୍ଡ ଶୁଣାଇଥିଲେ । ଜେଲ ଦଣ୍ଡାଦେଶ ସହ ୫୦ ହଜାର ଟଙ୍କାର ଫାଇନ ଦେବାକୁ ରାୟ ଦେଇଥିଲେ କୋର୍ଟ । ଏହାକୁ ମୋକିମ ହାଇକୋର୍ଟରେ ଚାଲେଞ୍ଜ କରିଥିଲେ ।

ଏହାମଧ୍ୟ ପଢନ୍ତୁ: ORHDC Scam: ହାଇକୋର୍ଟରେ ମୋକିମଙ୍କ ମାମଲା, ରାୟ ସଂରକ୍ଷିତ

ଗତ ୧୦ ତାରିଖରେ ମୋକିମଙ୍କ ଆବେଦନକୁ ଗ୍ରହଣ କରିବା ସହ ହାଇକୋର୍ଟ ମାମଲାର ଶୁଣାଣି କରି ତାଙ୍କୁ ଜାମିନ ପ୍ରଦାନ କରିଥିଲେ । ଏକ ଲକ୍ଷ ଟଙ୍କା ଓ ଦୁଇ ଜଣ ଜାମିନଦାର ବଦଳରେ ସେ ଜାମିନ ଯାଇ ପାରିବେ ବୋଲି ସର୍ତ୍ତ ରଖିଥିଲେ ହାଇକୋର୍ଟ । ସେହିପରି ଜରିମାନା ଆଦାୟ ଉପରେ ଭୁବନେଶ୍ବର ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତଙ୍କ ରାୟ ଉପରେ ରହିତାଦେଶ ଜାରି କରିଥିଲେ ହାଇକୋର୍ଟ ।

ଇଟିଭି ଭାରତ, କଟକ

Last Updated : Oct 19, 2022, 11:53 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.