ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ବାରସ୍ଥ ବାହୁବଳୀ ବିଧାୟକ ପ୍ରଶାନ୍ତ ଜଗଦେବ

author img

By

Published : Oct 13, 2021, 10:54 AM IST

Prashant Jagdev applied for bail in the High Court

ଜାମିନ ପାଇଁ ହାଇକୋର୍ଟର ଦ୍ବାରସ୍ଥ ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ । ଖୋର୍ଦ୍ଧା ଅତିରିକ୍ତ ଦୌରା ଜଜ୍ ଅଦାଲତଙ୍କ ଅକ୍ଟୋବର ୮ର ଜାମିନ ଖାରଜ ନିର୍ଦ୍ଦେଶ ବିରୋଧରେ ସେ ହାଇକୋର୍ଟରେ ଏକ ଆବେଦନ କରିଥିବା ସୂଚନା । ଅଧିକ ପଢନ୍ତୁ...

କଟକ: ଜାମିନ ପାଇଁ ହାଇକୋର୍ଟର ଦ୍ବାରସ୍ଥ ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ । ଖୋର୍ଦ୍ଧା ଅତିରିକ୍ତ ଦୌରା ଜଜ୍ ଅଦାଲତଙ୍କ ଅକ୍ଟୋବର ୮ର ଜାମିନ ଖାରଜ ନିର୍ଦ୍ଦେଶ ବିରୋଧରେ ସେ ହାଇକୋର୍ଟରେ ଏକ ଆବେଦନ କରିଛନ୍ତି ।

ଉଲ୍ଲେଖ ଯୋଗ୍ୟ ଯେ, ବିଜେପି ମଣ୍ଡଳ ସଭାପତିଙ୍କୁ ମାଡ଼ ମାରିବା ଅଭିଯୋଗ ନେଇ ଦାୟର ମାମଲାରେ ଅତିରିକ୍ତ ଦୌରା ଜଜ୍ ଅଦାଲତ ଜଗଦେବଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି । ପୂର୍ବରୁ ଏହି ମାମଲାରେ ପ୍ରଶାନ୍ତ ଜଗଦେବ ମଧ୍ୟ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ । କୋର୍ଟ ଆଗୁଆ ଜାମିନଙ୍କୁ ମଧ୍ୟ ଖାରଜ କରି ଦେଇଥିଲେ । ଏହାପରେ ସେ ନିମ୍ନ ଅଦାଲତରେ ଆତ୍ମସମର୍ପଣ କରି ଜାମିନ ପାଇଁ ଆବେଦନ କରିଥିଲେ ।

ଜାମିନ ଆବେଦନ ନିମ୍ନ ଅଦାଲତ ଖାରଜ କରିବା ସହିତ ବିଧାୟକଙ୍କୁ ବିଚାରବିଭାଗୀୟ ହାଜତକୁ ପଠାଇଥିଲେ । ହାଜତରେ ସେ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇ ଥିଲା । ବର୍ତ୍ତମାନ ବିଧାୟକ ପ୍ରଶାନ୍ତ ଜଗଦେବେ ପୁଣି ଥରେ ଖୋର୍ଦ୍ଧା ଅତିରିକ୍ତ ଦୌରା ଜଜ୍ ଅଦାଲତଙ୍କ ଜାମିନ ଖାରଜ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି ।


କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.