ETV Bharat / city

ପରୀ ହତ୍ୟାକାଣ୍ଡ ମାମଲା, ଆଜି ହାଇକୋର୍ଟରେ ହେବ ଶୁଣାଣି

author img

By

Published : Dec 16, 2020, 9:44 AM IST

ପରୀ ହତ୍ୟାକାଣ୍ଡ ମାମଲା
ପରୀ ହତ୍ୟାକାଣ୍ଡ ମାମଲା

ନୟାଗଡ ପରୀ ହତ୍ୟାକାଣ୍ଡ ମାମଲାରେ ହାଇକୋର୍ଟରେ ଦାଖଲ ହୋଇଥିବା ଜନସ୍ବାର୍ଥ ମାମଲାର ଆଜି ଶୁଣାଣି ହେବ । ଅଧିକ ପଢନ୍ତୁ...

କଟକ: ବହୁଚର୍ଚ୍ଚିତ ନୟାଗଡ ପରୀ ହତ୍ୟାକାଣ୍ଡ ମାମଲାର ସିବିଆଇ ତଦନ୍ତ ପ୍ରାର୍ଥନା କରି ହାଇକୋର୍ଟରେ ଦୁଇଟି ଜନସ୍ବାର୍ଥ ମାମଲା ରୁଜୁ ହୋଇଛି । ଯାହାର ଆଜି ଏକତ୍ର ଶୁଣାଣି ହେବ । ପୂର୍ବ ଶୁଣାଣିରେ ପରୀ ପରିବାରକୁ ସୁରକ୍ଷା ଯୋଗାଇ ଦେବାକୁ ନୟାଗଡ ଏସପିଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ ।

ଏହାସହ ତଦନ୍ତର ଅଗ୍ରଗତି ସମ୍ପର୍କରେ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିବାକୁ ଏସପିଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ । 16 ତାରିଖ ସୁଦ୍ଧା ନୟାଗଡ ଏସପି ସତ୍ୟପାଠ ମାଧ୍ୟମରେ ଏହି ରିପୋର୍ଟ ଦେବେ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଥିଲେ ।

ସୂଚନାଯୋଗ୍ୟ, ପରୀର ପରିବାରକୁ 25 ଲକ୍ଷ ଟଙ୍କାର କ୍ଷତିପୂରଣ ପ୍ରଦାନ ପାଇଁ ମଧ୍ୟ ହାଇକୋର୍ଟରେ ଏହି ଆବେଦନ ହୋଇଛି । ଆଇନଜୀବୀ ପଦ୍ମାଳୟା ମହାପାତ୍ର ଓ ଭାରତୀୟ ବିକାଶ ପରିଷଦ ପକ୍ଷରୁ ପୃଥକ ପୃଥକ ଭାବେ ଦୁଇଟି ମାମଲା ଦାୟର କରାଯାଇଛି ।

ମାମଲା ଦୁଇଟିରେ ରାଜ୍ୟ ଗୃହ ସଚିବ,ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକ, ନୟାଗଡ ଜିଲ୍ଲାପାଳ, ନୟାଗଡ ଏସପି, ନୟାଗଡ ସଦର ଥାନାଧିକାରୀଙ୍କୁ ପକ୍ଷଭୁକ୍ତ କରାଯାଇଛି ।

ଭାରତୀୟ ବିକାଶ ପରିଷଦ ପକ୍ଷରୁ ଆଗତ ଜନସ୍ବାର୍ଥ ମାମଲାରେ ଆବେଦନ କରାଯାଇଛି ଯେ, ବାହ୍ୟ ଚାପ ମୁକ୍ତ ତଦନ୍ତକାରୀ ସଂସ୍ଥାକୁ ଏହି ତଦନ୍ତ ଦାୟିତ୍ବ ଦିଆଯାଉ । ପରୀର ବାପାଙ୍କ ଅଭିଯୋଗ ଅନୁଯାୟୀ, କିଡନୀ ଓ ଆଖି ଚୋର ରାକେଟ ଏହା ପଛରେ ଥିବାବେଳେ ଏହା ଜଘନ୍ୟ ଅପରାଧ । ତେଣୁ ଯେତେ ପ୍ରଭାବଶାଳୀ ବ୍ୟକ୍ତି ଥାଆନ୍ତୁ ନା କାହିଁକି ଏହାର ସଠିକ ତଦନ୍ତ କରାଯାଇ ଅବା ସିବିଆଇ ଦ୍ବାରା ତଦନ୍ତ କରାଯାଉ ।

ସେହିପରି ପରୀ ପରିବାର ମାନସିକ ଚିନ୍ତାରେ ଥିବାବେଳେ ସେମାନଙ୍କୁ ଗାଁରୁ ବିତାଡିତ କରାଯାଇଛି । ତେଣୁ ପୀଡିତାଙ୍କ ପରିବାରକୁ 25 ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ପ୍ରାର୍ଥନା କରାଯାଇଛି ।

ଅନ୍ୟପଟେ ପଦ୍ମାଳୟା ମହାପାତ୍ରଙ୍କ ପକ୍ଷରୁ ହୋଇଥିବା ଆବେଦନରେ ଏହି ଘଟଣାର ତଦନ୍ତ ପାଇଁ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ ଗଠନ କରାଯାଉ କିମ୍ବା ସିବିଆଇ ଦ୍ବାରା ତଦନ୍ତ କରାଯାଉ ବୋଲି ଦର୍ଶାଯାଇଛି । ପରୀ ପରିବାରକୁ ସୁରକ୍ଷା ଯୋଗାଇ ଦେବାକୁ ନୟାଗଡ ଏସପିଙ୍କୁ ନିର୍ଦ୍ଦେଶ ଦିଆଯିବା ସହ ସରକାରଙ୍କ ପକ୍ଷରୁ ତାଙ୍କ ପରିବାରକୁ କ୍ଷତିପୂରଣ ଯୋଗାଇ ଦେବାକୁ ପ୍ରାର୍ଥନା କରାଯାଇଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.