ETV Bharat / city

PIL Seeking Postpone Of Panchayat Election: ନିର୍ବାଚନ ସ୍ଥଗିତ ରଖିବାକୁ ହାଇକୋର୍ଟରେ ମାମଲା

author img

By

Published : Jan 10, 2022, 4:25 PM IST

Updated : Jan 10, 2022, 4:38 PM IST

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ସ୍ଥଗିତ ରଖିବାକୁ ହାଇକୋର୍ଟରେ ମାମଲା
ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ସ୍ଥଗିତ ରଖିବାକୁ ହାଇକୋର୍ଟରେ ମାମଲା

ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସ୍ଥଗିତ ପାଇଁ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ରୁଜୁ କରାଯାଇଛି। ଅଧିକ ପଢନ୍ତୁ

କଟକ: ରାଜ୍ୟରେ ହେବାକୁ ଥିବା ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସ୍ଥଗିତ ପାଇଁ ହାଇକୋର୍ଟରେ ଜନସ୍ବାର୍ଥ ମାମଲା (PIL filed in High Court to postpone panchayat election ) ରୁଜୁ କରାଯାଇଛି । ବିଶେଷ କରି କୋରୋନା ମହାମାରୀ ସଂକ୍ରମଣ ଓ ବିନା ଓବିସି ସଂରକ୍ଷଣକୁ ଦୃଷ୍ଟିରେ ରଖି ପଞ୍ଚାୟତ ନିର୍ବାଚନ ସ୍ଥିଗିତ ରଖିବା ପାଇଁ ପ୍ରାର୍ଥନା କରାଯାଇଛି । ଭାରତୀୟ ବିକାଶ ପରିଷଦ ଜଗତସିଂହପୁର ଜିଲ୍ଲା ସଭାପତି ସୁବ୍ରତ ଦାସଙ୍କ ପକ୍ଷରୁ ଏହି ଜନସ୍ବାର୍ଥ ମାମଲା ରୁଜୁ କରାଯାଇଛି ।

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ସ୍ଥଗିତ ରଖିବାକୁ ହାଇକୋର୍ଟରେ ମାମଲା

ଆଗାମୀ ପଞ୍ଚାୟତ ନିର୍ବାଚନକୁ ସ୍ଥଗିତ ପାଇଁ ହାଇକୋର୍ଟରେ ଜନସ୍ବାର୍ଥ ମାମଲା। ବର୍ତ୍ତମାନ ରାଜ୍ୟରେ ଦୃତ ଗତିରେ କୋରୋନା ସଂକ୍ରମଣ ବଢୁଥିବା ବେଳେ OBC ବର୍ଗଙ୍କୁ ସଂରକ୍ଷଣ ତାଲିକାରୁ ବାଦ ଦିଆଯାଇଛି। କୋରୋନା ସ୍ଥିତି ସୁଧୁରିବା ଭିତରେ ପୁନଃ ବିଚାର କରି OBC ବର୍ଗଙ୍କୁ ସଂରକ୍ଷଣ ଦେବା ପାଇଁ କୋର୍ଟରେ ପ୍ରାର୍ଥନା କରାଯାଇଛି। ଏଥିରେ ରାଜ୍ୟ ନିର୍ବାଚନ କମିଶନ, ପ୍ରମୁଖ ଶାସନ ସଚିବ ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗ ଏବଂ ପ୍ରମୁଖ ଶାସନ ସଚିବ ଗୃହ ଓ ସହରାଞ୍ଚଳ ଉନୟନ ବିଭାଗକୁ ପକ୍ଷଭୁକ୍ତ କରାଯାଇଛି ।

ସେପଟେ ଆଜି ରାଜ୍ୟରେ ପଞ୍ଚାୟତ ନିର୍ବାଚନ ନେଇ ସର୍ବଦଳୀୟ ବୈଠକ ବସିଛି । ଏହି ବୈଠକ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢୀଙ୍କ ଅଧ୍ୟକ୍ଷତାରେ ବସିଛି । ଏହି ବୈଠକରେ ସମସ୍ତ ଦଳର ପ୍ରତିନିଧି ସାମିଲ ହୋଇ ନିଜର ମତ ରଖିଛନ୍ତି । ବିଜେଡି କୋରୋନା କଟକଣା ମଧ୍ୟରେ ନିର୍ବାଚନ କରିବା ପାଇଁ ଦାବି କରିଥିବାବେଳେ ବିରୋଧୀ ବିଜେପି ଓ କଂଗ୍ରେସ ନିର୍ବାଚନକୁ ଘୁଞ୍ଚାଇବା ପାଇଁ ଦାବି କରିଛନ୍ତି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

Last Updated :Jan 10, 2022, 4:38 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.