ETV Bharat / city

ଆଜି ଶ୍ରୀଜିଉଙ୍କ ପଇତାଲାଗି ନୀତି, ଅପରାହ୍ନ 4ଟାରୁ 4ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

author img

By

Published : Apr 25, 2022, 8:30 AM IST

ଆଜି ଶ୍ରୀଜିଉଙ୍କ ପଇତାଲାଗି ନୀତି
ଆଜି ଶ୍ରୀଜିଉଙ୍କ ପଇତାଲାଗି ନୀତି

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି । ପଇତାଲାଗି ନୀତି ପାଇଁ ଆଜି (ସୋମବାର) ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ଅଧିକ ପଢନ୍ତୁ

ପୁରୀ: ଆଜି ଶ୍ରୀମନ୍ଦିରେ ପଇତାଲାଗି ନୀତି । ଆଜି (ସୋମବାର) ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ । ଏନେଇ ଅପରାହ୍ନ 4ଟାରୁ ରାତ୍ର 8ଟା ଯାଏ ସାଧାରଣ ଦର୍ଶନ ବନ୍ଦ ରହିବ ।

ଏହି ବିଶେଷ ନୀତି ଶ୍ରୀଜିଉଙ୍କ ପଇତା ଲାଗି ନୀତି ଦ୍ଵିତୀୟ ଭୋଗ ମଣ୍ଡପ ପରେ ପରେ ଅନୁଷ୍ଠିତ ହେବ । ଏହି ପଇତା ଲାଗି ସେବା ଦଇତାପତି ସେବକ ମାନଙ୍କର ଏକ ଗୋଷ୍ଠୀଗତ ସେବା ଅଟେ । ଶ୍ରୀଜିଉମାନଙ୍କ ଠାରେ ଦୈନଦିନ ଲାଗି ହେଉଥିବା ଚନ୍ଦନର ସୁରକ୍ଷା ନିମନ୍ତେ ମହାପ୍ରଭୁର ପଇତା ଲାଗି କରାଯାଇଥାଏ । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପାଟର ସେବକଙ୍କୁ ପଇତା ବୋଳିବା ପାଇଁ ତିନି ରଙ୍ଗର ବାସୁଙ୍ଗାପାଟ ଯୋଗାଇଥାଏ ।

ପାଟରା ସେବକ ଉକ୍ତ ବାସୁଙ୍ଗା ପାଟ ନେଇ ଶ୍ରୀଲକ୍ଷ୍ମୀ ମନ୍ଦିର ଜଗମୋହନରେ ବସି ପାଟ ପଇତା ବୋଳିଥାନ୍ତି । ପଇତା ବୋଳି ସାରି ପାଟରା ସେବକ ଉକ୍ତ ଦିନ ଦେଉଳ କାରଣଙ୍କୁ ଯୋଗାଇଥାନ୍ତି । ଏହା ଏକ ଗୁପ୍ତ ନୀତି ହୋଇ ଥିବାରୁ ନୀତି ସମ ରେ ସାଧାରଣ ଦର୍ଶନ ବନ୍ଦ ରହେ ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.