ETV Bharat / city

Cyclone Asani: ପ୍ରସ୍ତୁତ ପୁରୀ ପ୍ରଶାସନ, ମୁକାବିଲା ପାଇଁ ପହଞ୍ଚିଲେ ଓଡ୍ରାଫ ଟିମ୍‌

author img

By

Published : May 10, 2022, 1:51 PM IST

ବାତ୍ୟା ଅସାନିକୁ ନେଇ ପୁରୀ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି
ବାତ୍ୟା ଅସାନିକୁ ନେଇ ପୁରୀ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି

ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟ ବାତ୍ୟାକୁ ନେଇ ପୁରୀ ଜିଲ୍ଲା ପ୍ରଶାସନ ପ୍ରସ୍ତୁତି ଶେଷ ହୋଇଛି । ଜିଲ୍ଲାପାଳ ସମର୍ଥ ବର୍ମା ଭର୍ଚୁଆଲ ମାଧ୍ୟମରେ ସମସ୍ତ ବିଭାଗୀୟ ଅଧିକାରୀମାନଙ୍କ ସହ ପ୍ରସ୍ତୁତି ସଂକ୍ରାନ୍ତରେ ଆଲୋଚନା କରିଛନ୍ତି । ବୈଠକରେ ଜିରୋ କାଜୁଆଲିଟି ଉପରେ ଗୁରୁତ୍ବ ଦିଆଯାଇଛି । ଅଧିକ ପଢନ୍ତୁ

ପୁରୀ: ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟ ବାତ୍ୟାକୁ ନେଇ ପୁରୀ ଜିଲ୍ଲା ପ୍ରଶାସନ ପ୍ରସ୍ତୁତି ଶେଷ ହୋଇଛି । ଜିଲ୍ଲାପାଳ ସମର୍ଥ ବର୍ମା ଭର୍ଚୁଆଲ ମାଧ୍ୟମରେ ସମସ୍ତ ବିଭାଗୀୟ ଅଧିକାରୀମାନଙ୍କ ସହ ପ୍ରସ୍ତୁତି ସଂକ୍ରାନ୍ତରେ ଆଲୋଚନା କରିଛନ୍ତି । ବୈଠକରେ ଜିରୋ କାଜୁଆଲିଟି ଉପରେ ଗୁରୁତ୍ବ ଦିଆଯାଇଛି । ଜିଲ୍ଲାରେ ଥିବା ୧୭୯ଟି ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ ହୋଇ ରହିଛି । ଆବଶ୍ୟକ ସ୍ଥଳେ ଅଧିକ ଆଶ୍ରୟସ୍ଥଳୀର ବନ୍ଦୋବସ୍ତ କରିବାକୁ ପରାମର୍ଶ ଦିଆଯାଇଛି ।

ବାତ୍ୟା ଅସାନିକୁ ନେଇ ପୁରୀ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି

ଜିଲ୍ଲାରେ ବର୍ତ୍ତମାନ ୪ଟି ଓଡ୍ରାଫ ଟିମ ପହଞ୍ଚିଛନ୍ତି । ଓଡ୍ରାଫର ଗୋଟିଏ ଦଳକୁ ଅସ୍ତରଙ୍ଗ ଓ ଗୋପ, ଅନ୍ୟ ତିନୋଟି ଦଳକୁ ପୁରୀ ମୁଖ୍ୟାଳୟ, ବ୍ରହ୍ମଗିରି ଓ କୃଷ୍ଣପ୍ରସାଦରେ ମୁତୟନ କରାଯାଇଛି । ସମସ୍ତ ଆଶ୍ରୟସ୍ଥଳୀରେ ପାଣି ଓ ଆଲୋକ ବ୍ୟବସ୍ଥା କରିବା ଏବଂ ଆବଶ୍ୟକ ପଡିଲେ ଅଧିକ ଆଶ୍ରୟସ୍ଥଳୀ ପ୍ରସ୍ତୁତ କରିବାକୁ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଚୁଡା, ଗୁଡ, ଚାଉଳ ମହଜୁଦ ରହିଛି । ପାନୀୟ ଜଳ, ଔଷଧ, ପଶୁ ଖାଦ୍ୟ ପର୍ଯ୍ୟାପ୍ତ ପରିମାଣରେ ମହଜୁଦ ହୋଇ ରହିଛି । ଆବଶ୍ୟକ ସ୍ଥଳେ ନିରବଚ୍ଛିନ୍ନ ଯୋଗାଯୋଗ ନିମନ୍ତେ ଅଗ୍ନିଶମ, ବିଦ୍ୟୁତ, ଗ୍ରାମ୍ୟ ଉନ୍ନୟନ, ପୂର୍ତ୍ତ ବିଭାଗ ଓ ଡାକ୍ତରୀ ଦଳ ପ୍ରସ୍ତୁତ ହୋଇ ରହିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।

ଜିଲ୍ଲାରେ ଜରୁରୀକାଳୀନ ସେବା ଯେପରି ଅବ୍ୟାହତ ରହିବ ସଜାଗ ରହିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ପରାମର୍ଶ ଦିଆଯାଇଛି । ପ୍ରତି ବ୍ଲକରେ ନିୟନ୍ତ୍ରଣ କକ୍ଷ କାର୍ଯ୍ୟକ୍ଷମ ରହିବ । ଆବଶ୍ୟକସ୍ଥଳେ ତଳିଆ ଅଞ୍ଚଳ, କଚ୍ଚାଘରୁ ଲୋକ ମାନଙ୍କୁ ସୁରକ୍ଷିତ ଅଞ୍ଚଳକୁ ସ୍ଥାନାନ୍ତରିତ କରିବା ପାଇଁ ପ୍ରସ୍ତୁତ ରହିବା ଏବଂ କ୍ଷୟକ୍ଷତି ରିପୋର୍ଟ ସଠିକ ଭାବେ ପ୍ରଦାନ କରିବାକୁ ଅଧିକାରୀମାନଙ୍କୁ କୁହାଯାଇଛି । ବାତ୍ୟା ଆଶଙ୍କା ଥିବାରୁ ମତ୍ସଜୀବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି ।

ବାଲୁଖଣ୍ତ, ଅସ୍ତରଙ୍ଗ, ବ୍ରହ୍ମଗିରି ଓ କାକଟପୁରରେ ବନ ବିଭାଗ ପକ୍ଷରୁ ୮ଟି ଟିମ ମୁତୟନ କରାଯିବ । ସେହିଭଳି ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଗଛ ପଡିବା ଦ୍ବାରା ରାସ୍ତା ଅବରୋଧ ହଟେଇବା ନିମନ୍ତେ JCB ଓ ଟ୍ରାକ୍ଟର ମୁତୟନ କରାଯିବ । ଅମଳ ଶସ୍ୟକୁ ସୁରକ୍ଷିତ ସ୍ଥାନରେ ରଖିବାକୁ ଚାଷୀ ମାନଙ୍କୁ ପରାମର୍ଶ ଦିଆଯାଉଛି । ବିଦ୍ୟୁତ ବିଭାଗ ପକ୍ଷରୁ ଜରୁରୀକାଳୀନ ନିମନ୍ତେ ୨୦୦ ଜଣ ଅତିରିକ୍ତ କର୍ମଚାରୀଙ୍କୁ ମୁତୟନ କରାଯିବ । ପ୍ରକାଶ ଥାଉ କି, ଅସାନିର ଆଖି ଦୃଶ୍ୟମାନ ହୋଇ ସାରିଛି । ଗୋପାଳପୁରଠାରୁ ଦକ୍ଷିଣ-ଦକ୍ଷିଣ ପଶ୍ଚିମରେ ୪୯୦ କିମି ଏବଂ ପୁରୀ ଠାରୁ ଦକ୍ଷିଣ ପଶ୍ଚିମ ଦିଗରେ 570କିମି ଦୂରରେ କେନ୍ଦ୍ରୀଭୂତ ଭୀଷଣ ବାତ୍ୟା ଆସାନି ବର୍ତ୍ତମାନ ଏହାର ଗତି ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟା ପ୍ରତି 10 କିମି ବେଗରେ ଗତି କରୁଛି ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.