ETV Bharat / city

ମହାପ୍ରଭୁଙ୍କ ରାଜେନ୍ଦ୍ରଭିଷେକ ନୀତି, ଚଳଚଞ୍ଚଳ ଶ୍ରୀମନ୍ଦିର

author img

By

Published : Jun 10, 2022, 3:59 PM IST

ମହାପ୍ରଭୁଙ୍କ ରାଜେନ୍ଦ୍ରଭିଷେକ ନୀତି, ଚଳଚଞ୍ଚଳ ଶ୍ରୀମନ୍ଦିର
ମହାପ୍ରଭୁଙ୍କ ରାଜେନ୍ଦ୍ରଭିଷେକ ନୀତି, ଚଳଚଞ୍ଚଳ ଶ୍ରୀମନ୍ଦିର

ଶ୍ରୀମନ୍ଦିରରେ ଆଜି(ଶୁକ୍ରବାର) ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି ଅନୁଷ୍ଠିତ ହେବ । ସୁସଜ୍ଜିତ ରଥରେ ମଦନମୋହନ ଘଣ୍ଟ, ଛତା, କାହାଳି ଓ ପଟୁଆର ମଧ୍ୟରେ ଶ୍ରୀମନ୍ଦିର ବେଢା ପରିକ୍ରମା କରିବେ । ଅଧିକ ପଢନ୍ତୁ

ପୁରୀ: ଶ୍ରୀମନ୍ଦିରରେ ଆଜି(ଶୁକ୍ରବାର) ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି ଅନୁଷ୍ଠିତ ହେବ । ସନ୍ଧ୍ୟାଧୂପ ନୀତି ଶେଷହେବା ପରେ ଆଜ୍ଞାମାଳ ପାଇ ମଦନମୋହନ ଖଟ ଉପରକୁ ବିଜେ କରିଥାନ୍ତି । ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଜଗମୋହନ ଭିତର ଅନ୍ଧାର କରାଯାଇଥାଏ । ମହାପ୍ରଭୁଙ୍କ ଆଲଟ ଲାଗି ନୀତି ସରିବା ପରେ ଡଗର ଆସି ମଦନମୋହନଙ୍କ ନିକଟରେ ରୁକ୍ମିଣୀ ବିବାହ ପ୍ରସ୍ତାବ ଜଣାଇବେ ।

ଏହାପରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି ସରି ସୁସଜ୍ଜିତ ରଥରେ ମଦନମୋହନ ଘଣ୍ଟ, ଛତା, କାହାଳି ଓ ପଟୁଆର ମଧ୍ୟରେ ଶ୍ରୀମନ୍ଦିର ବେଢା ପରିକ୍ରମା କରିବେ । ଆସନ୍ତାକାଲି(ଶନିବାର) ଏକାଦଶୀ ତିଥିରେ ମହାପ୍ରଭୁଙ୍କ ରୁକ୍ମିଣୀ ବିବାହ ଉତ୍ସବ ବିଧି ଅନୁସାରେ ପାଳନ କରାଯିବ ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.