ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅଙ୍କୁର ପୂଜନ, ଦେଖନ୍ତୁ LIVE

By ETV Bharat Odisha Team

Published : Jan 14, 2024, 12:11 PM IST

Updated : Jan 14, 2024, 1:39 PM IST

thumbnail

ପୁରୀ: ଆସନ୍ତା ୧୭ ତାରିଖରେ ଐତିହାସିକ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିବେ। କାର୍ଯ୍ୟସୂଚୀ ଅନୁଯାୟୀ ଶୁକ୍ରବାର ଠାରୁ ଆରମ୍ଭ ହୋଇଯାଇଛି ପୂଜାର୍ଚ୍ଚନା । ଆଜି ତୃତୀୟ ଦିନରେ ଅଙ୍କୁର ପୂଜନ, ଯଜ୍ଞ ଅଧିବାସ, ମଣ୍ଡଳ ସ୍ଥାପନ, ଧ୍ବଜା ସ୍ଥାପନ ଓ ତୋରଣ ସ୍ଥାପନ ଅନୁଷ୍ଠିତ ହେବ । ରବିବାର ଅଖଣ୍ଡ ଦୀପ ସ୍ଥାପନ ସହ ପ୍ରତିଷ୍ଠା ଉତ୍ସବ ପାଇଁ ମହାଯଜ୍ଞ ଆରମ୍ଭ ହେବ । ୧୬ ତାରିଖରେ ମଧ୍ୟ ବିଭିନ୍ନ ପୂଜାବିଧି ଅନୁଷ୍ଠିତ ହେବ। ୧୭ ତାରିଖ ବୁଧବାର ଦିନ ବିଭିନ୍ନ ପୂଜାବିଧି ସହିତ ଶ୍ରୀମନ୍ଦିର ଚାରିଦ୍ବାରରେ ବେଦ ପାଠ ଓ ନାମ ସଂକୀର୍ତ୍ତନ ଅନୁଷ୍ଠିତ ହେବ । ଦିନ ୧ଟା ୧୫ ରୁ ୧ଟା ୩୦ ମଧ୍ୟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ । ଅପରାହ୍ନ ୧ଟା ୩୦ ରୁ ୨ଟା ମଧ୍ୟରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଦ୍ବାରା ଯଜ୍ଞ ପୂର୍ଣ୍ଣାହୁତି, ଆରତୀ ଓ ପୁଷ୍ପାଞ୍ଜଳି ଅନୁଷ୍ଠିତ ହେବ । ପରେ ଦିନ ୨ଟା ରୁ ୩ଟା ମଧ୍ୟରେ ନାମ ସଂକୀର୍ତ୍ତନ ସହ ଶୋଭାଯାତ୍ରା ଏବଂ ପରେ ସଭାଗୃହରେ ଅତିଥିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ସମ୍ବର୍ଦ୍ଧିତ କରାଯିବ । ଦିନ ୩ଟା ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରଦକ୍ଷଣ କରିବା ପାଇଁ ସର୍ବସାଧାରଣଙ୍କ ପାଇଁ ଉନ୍ମୁକ୍ତ ରହିବ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। 

Last Updated : Jan 14, 2024, 1:39 PM IST

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.