ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା ଉତ୍ସବ ପାଇଁ ମହାଯଜ୍ଞ ଆରମ୍ଭ, LIVE

By ETV Bharat Odisha Team

Published : Jan 15, 2024, 8:00 AM IST

Updated : Jan 15, 2024, 9:38 AM IST

thumbnail

ପୁରୀ: ଆସନ୍ତା ୧୭ ତାରିଖରେ ଐତିହାସିକ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିବେ। କାର୍ଯ୍ୟସୂଚୀ ଅନୁଯାୟୀ ଆଜି ଅଖଣ୍ଡ ଦୀପ ସ୍ଥାପନ ସହ ପ୍ରତିଷ୍ଠା ଉତ୍ସବ ପାଇଁ ମହାଯଜ୍ଞ ଆରମ୍ଭ ହେବ। ୧୬ ତାରିଖରେ ମଧ୍ୟ ବିଭିନ୍ନ ପୂଜାବିଧି ଅନୁଷ୍ଠିତ ହେବ। ୧୭ ତାରିଖ ବୁଧବାର ଦିନ ବିଭିନ୍ନ ପୂଜାବିଧି ସହିତ ଶ୍ରୀମନ୍ଦିର ଚାରିଦ୍ବାରରେ ବେଦ ପାଠ ଓ ନାମ ସଂକୀର୍ତ୍ତନ ଅନୁଷ୍ଠିତ ହେବ। ଦିନ ୧ଟା ୧୫ ରୁ ୧ଟା ୩୦ ମଧ୍ୟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ନ ୧ଟା ୩୦ ରୁ ୨ଟା ମଧ୍ୟରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଦ୍ବାରା ଯଜ୍ଞ ପୂର୍ଣ୍ଣାହୁତି, ଆରତୀ ଓ ପୁଷ୍ପାଞ୍ଜଳି ଅନୁଷ୍ଠିତ ହେବ। ପରେ ଦିନ ୨ଟା ରୁ ୩ଟା ମଧ୍ୟରେ ନାମ ସଂକୀର୍ତ୍ତନ ସହ ଶୋଭାଯାତ୍ରା ଏବଂ ପରେ ସଭାଗୃହରେ ଅତିଥି ଙ୍କୁ ମୁଖ୍ୟମନ୍ତ୍ରୀ ଙ୍କ ଦ୍ବାରା ସମ୍ବର୍ଦ୍ଧିତ କରାଯିବ। ଦିନ ୩ଟା ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରଦକ୍ଷଣ କରିବା ପାଇଁ ସର୍ବସାଧାରଣ ଙ୍କ ପାଇଁ ଉନ୍ମୁକ୍ତ ରହିବ । ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପରେ ଆସନ୍ତା ୧୮ ତାରିଖରୁ ରାଜ୍ୟ ର ବିଭିନ୍ନ ସ୍ଥାନରୁ ନିମନ୍ତ୍ରିତ ଅତିଥିଙ୍କୁ ସ୍ବତନ୍ତ୍ର ବ୍ୟବସ୍ଥା ମାଧ୍ୟମରେ ପୁରୀ ଅଣାଯାଇ ମହାପ୍ରଭୁଙ୍କ ଦର୍ଶନ ସହ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ପ୍ରଦକ୍ଷଣ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ତେବେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ଉତ୍ସବକୁ ନେଇ ଆସନ୍ତାକାଲି ଠାରୁ ପୂଜାବିଧି ଆରମ୍ଭ ହେଉଥିବା ବେଳେ ୧୭ ତାରିଖ ବୁଧବାର ଲୋକାର୍ପଣ ଉତ୍ସବକୁ ଏବେ ପ୍ରତ୍ୟେକ ଜଗନ୍ନାଥ ପ୍ରେମୀ ଦେଖିବା ପାଇଁ ଏବେ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି।

Last Updated : Jan 15, 2024, 9:38 AM IST

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.