ETV Bharat / sports

IPL 2022: ବାଙ୍ଗାଲୋର ବିପକ୍ଷରେ ଟସ୍‌ ଜିତିଲା ଦିଲ୍ଲୀ

author img

By

Published : Apr 16, 2022, 7:50 PM IST

Updated : Apr 16, 2022, 8:11 PM IST

ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ବିପକ୍ଷରେ ଟସ୍‌ ଜିତି ଦିଲ୍ଲୀ କ୍ୟାପିଟାଲ୍ସ ଋଷଭ ପନ୍ତ ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛନ୍ତି । ଅଧିକ ପଢନ୍ତୁ

IPL 2022: Delhi Capitals opt to bowl against Royal Challengers Bangalore
IPL 2022: ବାଙ୍ଗାଲୋର ବିପକ୍ଷରେ ଟସ୍‌ ଜିତିଲା ଦିଲ୍ଲୀ

ମୁମ୍ବାଇ: ଆଇପିଏଲ ୨୦୨୨ ଟୁର୍ଣ୍ଣାମେଣ୍ଟର ୨୭ତମ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଉଛି । ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଟସ୍‌ ଜିତି ଦିଲ୍ଲୀ କ୍ୟାପିଟାଲ୍ସ ଋଷଭ ପନ୍ତ ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛନ୍ତି । ଫଳରେ ପ୍ରଥମେ ବ୍ୟାଟିଂ କରିବ ବାଙ୍ଗାଲୋର ।

ଚୁଡାନ୍ତ ଏକାଦଶ:
ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର: ଫାଫ ଡୁ ପ୍ଲେସିସ(କ୍ୟାପଟେନ୍‌), ଅନୁଜ ରାୱତ, ଗ୍ଳେନ ମାକ୍ସୱେଲ, ଶାହାବାଜ ଅହମ୍ମଦ, ଦିନେଶ କାର୍ତ୍ତିକ(ୱିକେଟ କିପର), ସୁୟଶ ପ୍ରଭୁଦେଶାଇ, ୱାନିନ୍ଦୁ ହସରଙ୍ଗା, ହର୍ଷଲ ପଟେଲ, ଜସ ହେଜେଲଉଡ୍‌, ମହମ୍ମଦ ସିରାଜ ।

ଦିଲ୍ଲୀ କ୍ୟାପିଟାଲ୍ସ: ପୃଥ୍ବୀ ଶ, ଡେଭିଡ ୱାର୍ଣ୍ଣର, ମିଚେଲ ମାର୍ଶ, ଋଷଭ ପନ୍ତ(କ୍ୟାପଟେନ/ୱିକେଟ କିପର), ରୋଭମନ ପାୱେଲ, ଲଳିତ ଯାଦବ, ଅକ୍ଷର ପଟେଲ, ଶାର୍ଦ୍ଦୁଳ ଠାକୁର, କୁଲଦୀପ ଯାଦବ, ମୁସ୍ତାଫିଜୁର ରେହମାନ, ଖଲିଲ ଅହମ୍ମଦ ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

Last Updated : Apr 16, 2022, 8:11 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.