ETV Bharat / sports

ରାଉରକେଲା ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ତଦାରଖ କରିଲେ କ୍ରୀଡା ମନ୍ତ୍ରୀ

author img

By

Published : Jul 24, 2022, 10:23 PM IST

ରାଉରକେଲା ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ଅଗ୍ରଗତି ଅନୁଧ୍ୟାନ କରିଥିଲେ କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା । ଖୁବଶୀଘ୍ର ଏହି ଅନ୍ତର୍ଜାତୀୟ କ୍ରୀଡ଼ା ଭିତ୍ତିଭୂମିର ନିର୍ମାଣ କାର୍ଯ୍ୟ ଶେଷ କରାଯିବ ବୋଲି ସେ ସୂଚନା ଦେଇଛନ୍ତି । ଅଧିକ ପଢନ୍ତୁ

ରାଉରକେଲା ହକି ଷ୍ଚାଡିୟମ ତଦାରଖ କରିଲେ କ୍ରୀଡା ମନ୍ତ୍ରୀ
ରାଉରକେଲା ହକି ଷ୍ଚାଡିୟମ ତଦାରଖ କରିଲେ କ୍ରୀଡା ମନ୍ତ୍ରୀ

ଭୁବନେଶ୍ବର: ଓଡିଶାରେ ଅନୁଷ୍ଠିତ ହେବ ହକି ବିଶ୍ବ କପ । 2023 ମସିହାରେ ଓଡିଶାର ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ ସହିତ ରାଉରକେଲାଠାରେ ନିର୍ମାଣ ହେଉଥିବା ଅତ୍ୟାଧୁନିକ ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଏହି ଅନ୍ତର୍ଜାତୀୟ କ୍ରୀଡ଼ାର ବିଭିନ୍ନ ମ୍ୟାଚ ଖେଳାଯିବ । ଏନେଇ ଏବେଠୁ ତତ୍ପର ରାଉରକେଲା । ଲଗାତାର ଭାବେ ଦ୍ୱିତୀୟ ଥର ପାଇଁ ଓଡ଼ିଶା ଏହି ଅନ୍ତର୍ଜାତୀୟ ଟୁର୍ଣ୍ଣାମେଣ୍ଟର ଆୟୋଜନ କରୁଛି ।

ରାଉରକେଲା ହକି ଷ୍ଚାଡିୟମ ତଦାରଖ କରିଲେ କ୍ରୀଡା ମନ୍ତ୍ରୀ

ରାଉରକେଲାରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ଅଗ୍ରଗତି ଅନୁଧ୍ୟାନ କରିଛନ୍ତି କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା । ଖୁବଶୀଘ୍ର ଏହି ଅନ୍ତର୍ଜାତୀୟ କ୍ରୀଡ଼ା ଭିତ୍ତିଭୂମିର ନିର୍ମାଣ କାର୍ଯ୍ୟ ଶେଷ କରାଯିବ ବୋଲି ସେ ସୂଚନା ଦେଇଛନ୍ତି । ଏହି ଷ୍ଟାଡିୟମରେ ଏକାସାଙ୍ଗରେ ୨୦ ହଜାର ଦର୍ଶକ ବସି ଖେଳ ଉପଭୋଗ କରିବା ପାଇଁ ସୁବିଧା କରାଯାଇଛି ।

ରାଉରକେଲା ହକି ଷ୍ଚାଡିୟମ ତଦାରଖ କରିଲେ କ୍ରୀଡା ମନ୍ତ୍ରୀ
ରାଉରକେଲା ହକି ଷ୍ଚାଡିୟମ ତଦାରଖ କରିଲେ କ୍ରୀଡା ମନ୍ତ୍ରୀ

ତା’ଛଡ଼ା ହକି ବିଶ୍ୱକପକୁ ଦୃଷ୍ଟିରେ ରଖି ରାଉରକେଲା ସହରରେ ବିଭିନ୍ନ ଭିତ୍ତିଭୂମିର ବିକାଶ ସହିତ ସହରର ସୌନ୍ଦର୍ଯ୍ୟକରଣ କାମ ଚାଲିଛି । ଏସବୁ କାର୍ଯ୍ୟ ସଠିକ ସମୟରେ ଶେଷ କରିବା ଲାଗି ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ, ରାଉରକେଲା ମହାନଗର ନିଗମ ଏବଂ ସ୍ମାର୍ଟ ସିଟିର ଅଧିକାରୀମାନଙ୍କୁ ମାନ୍ୟବର ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଏହି ଗସ୍ତ ବେଳେ ମନ୍ତ୍ରୀଙ୍କ ସହ କ୍ରୀଡ଼ା ଓ ଯୁବ ସେବା ବିଭାଗର ସଚିବ ଆର୍‍ ଭିନିଲ କ୍ରିଷ୍ଣା ଏବଂ ଇଡକୋ ପରିଚାଳନା ନିର୍ଦ୍ଦେଶକ ଭୁପିନ୍ଦର ସିଂହ ପୁନିଆ ମଧ୍ୟ ସାମିଲ ହୋଇଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.