ସମ୍ପ୍ରସାରଣ ହେବ ଅନୁଗୋଳ ଏନଏଚ୍-୫୩, ରାଜପଥକୁ ଦୁଇ ଲେନ୍ ବିଶିଷ୍ଟ କରିବାକୁ ୧୭୪ କୋଟି ମଞ୍ଜୁର

author img

By

Published : Jan 16, 2023, 9:47 AM IST

Dharmendra pradhan

ଅନୁଗୋଳ ଏନଏଚ୍ -୫୩ର ସମ୍ପ୍ରସାରଣ ସହ ରାଜପଥକୁ ଦୁଇ ଲେନ୍ ବିଶିଷ୍ଟ କରିବା ପାଇଁ ୧୭୪ କୋଟି ମଞ୍ଜୁର ହୋଇଥିବାରୁ ଏଥିପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରି ଧନ୍ୟବାଦ ଦେଲେ। ଅଧିକ ପଢନ୍ତୁ

ଭୁବନେଶ୍ବର: ଅନୁଗୋଳ ଏନଏଚ୍-୫୩ର ସମ୍ପ୍ରସାରଣ ସହ ରାଜପଥକୁ ଦୁଇ ଲେନ୍ ବିଶିଷ୍ଟ କରିବା ପାଇଁ ୧୭୪ କୋଟି ମଞ୍ଜୁର । ଏନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରି ଧନ୍ୟବାଦ ଦେଇଛନ୍ତି । ତେବେ ଅନୁଗୋଳ ଜିଲ୍ଲା ଜାତୀୟ ରାଜପଥ -୫୩କୁ ସମ୍ପ୍ରସାରଣ କରିବା ସହ ଏହାକୁ ଦୁଇ ଲେନ୍ ବିଶିଷ୍ଟ କରିବା ପାଇଁ ୧୭୪.୨୧୫ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି କେନ୍ଦ୍ର ସଡକ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ।

ଅନୁଗୋଳ ଜିଲ୍ଲା ଏନଏଚ-୫୩ରେ ରେଙ୍ଗାଲି, ବଜ୍ରକୋଟ ଏବଂ ଟାକୁଆରେ ତିନୋଟି ବାଇପାସ ସହ ଜାତୀୟ ରାଜପଥର ସମ୍ପ୍ରସାରଣ ଏବଂ ଦୁଇ ଲେନ୍ କରିବା ପାଇଁ ୧୭୪.୨୧୫ କୋଟି ଟଙ୍କା ଅନୁମୋଦନ କରାଯାଇଛି । ଏହି ଜାତୀୟ ରାଜପଥ ପାରାଦ୍ବୀପ ବନ୍ଦର ସହ ରାଜ୍ୟର ବୃହତ ଶିଳ୍ପାଞ୍ଚଳ ଏବଂ ଖଣି ଅଞ୍ଚଳକୁ ସଂଯୋଗ କରୁଛି । ରାଜପଥର ସମ୍ପ୍ରସାରଣ ଏବଂ ଉନ୍ନତିକରଣ ଦ୍ୱାରା ଲୋକଙ୍କ ଯାତାୟତ ସୁରକ୍ଷିତ ହେବ । ଏହା ବ୍ୟତୀତ ଏହି ରାଜପଥରେ ଭାରି ଯାନର ଯାତାୟତ ସହଜ ହେବ ଏବଂ ଏହି ଶିଳ୍ପ କରିଡର ଯଥା କୋଲ୍ ଇଣ୍ଡିଆ, ଏନଟିପିସି, ଜିନ୍ଦଲ ଷ୍ଟିଲର ସାମାଜିକ ଓ ଆର୍ଥିକ ବିକାଶକୁ ତ୍ୱରାନ୍ୱିତ କରିବ ବୋଲି ଆଶା ରଖାଯାଇଛି । ସେହିପରି ଏନଏଚ ୫୩ର ସମ୍ପ୍ରସାରଣ ଅନୁଗୋଳ ଏବଂ ସମ୍ବଲପୁର ଜିଲ୍ଲାର ଯାତାୟତକୁ ସୁଗମ କରିବା ସହ ଶିଳ୍ପ କ୍ଷେତ୍ରର ବିକାଶ ହେବା ସଙ୍ଗେ ସଙ୍ଗେ ସାମାଜିକ ଓ ଆର୍ଥିକ ବିକାଶରେ ଅଭିବୃଦ୍ଧି ଘଟିବ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.