ETV Bharat / state

ଆବାସ ଯୋଜନାରେ ମହାଦୁର୍ନୀତି ଅଭିଯୋଗ, ବ୍ଲକ କାର୍ଯ୍ୟାଳୟ ଘେରିଲା ବିଜେପି

author img

By

Published : Jul 7, 2021, 8:38 PM IST

ଆବାସ ଯୋଜନାରେ ଦୂର୍ନୀତି ଅଭିଯୋଗ, ବ୍ଲକ କାର୍ଯ୍ୟାଳୟ ଘେରିଲା ବିଜେପି
ଆବାସ ଯୋଜନାରେ ଦୂର୍ନୀତି ଅଭିଯୋଗ, ବ୍ଲକ କାର୍ଯ୍ୟାଳୟ ଘେରିଲା ବିଜେପି

ଅନୁଗୋଳ ଜିଲ୍ଲା ତାଳଚେର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିଜେପିର ପ୍ରତିବାଦ ସହ ଧାରଣା । ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗରେ ଦାବିପତ୍ର । ଅଧିକ ପଢନ୍ତୁ.....

ଅନୁଗୋଳ : ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି ଅଭିଯୋଗରେ ବ୍ଲକ କାର୍ଯ୍ୟାଳୟ ଘେରାଉ କଲା ବିଜେପି । ଆଜି ବିଜେପି କର୍ମୀମାନେ ଅନୁଗୋଳ ଜିଲ୍ଲାର ତାଳଚେର ବ୍ଲକ ସମ୍ମୁଖରେ ପ୍ରତିବାଦ ସହ ବିକ୍ଷୋଭ ପ୍ରଦର୍ଶନ କରିଥିବା ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି ଅଭିଯୋଗ କରି ଆଜି ତାଳଚେର ବିଜେପି ପକ୍ଷରୁ ବ୍ଲକ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା । ଦଳର ରାଜ୍ୟ ସମ୍ପାଦକ କାଳନ୍ଦୀ ସାମଲଙ୍କ ନେତୃତ୍ବରେ ଶତାଧିକ କର୍ମକର୍ତ୍ତା ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ ।

ଆବାସ ଯୋଜନାରେ ଦୂର୍ନୀତି ଅଭିଯୋଗ, ବ୍ଲକ କାର୍ଯ୍ୟାଳୟ ଘେରିଲା ବିଜେପି

ବିଜେପି ଆଣିଥିବା ଅଭିଯୋଗ ଅନୁସାରେ, ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ହେବା ସହ ଦୁର୍ନୀତି ହୋଇଛି । ଫଳରେ ପ୍ରକୃତ ହିତାଧିକାରୀ ଘର ଖଣ୍ଡିଏ ପାଇବାରୁ ବଞ୍ଚିତ ହୋଇଛନ୍ତି । ଏହାର ପ୍ରତିବାଦରେ ପ୍ରତ୍ୟେକ ବ୍ଲକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି । ଯେଉଁ ଅଧିକାରୀମାନେ ରାଜ୍ୟ ସରକାରଙ୍କ ହାତବାରିସୀ ସାଜି ବହୁ ଅଯୋଗ୍ୟ ଲୋକଙ୍କୁ ଘର ଦେଇଛନ୍ତି, ସେମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛି ବିଜେପି । ତୁରନ୍ତ ତଦନ୍ତ ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦଳ ପକ୍ଷରୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ବିଡ଼ିଓଙ୍କୁ ପ୍ରଦାନ କରାଯାଇଛି ।

ଅନୁଗୋଳରୁ ସଂଗ୍ରାମ ରଞ୍ଜନ ନାଥ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.