ETV Bharat / state

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

author img

By

Published : Nov 4, 2020, 10:41 AM IST

ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଅନୁଗୋଳ ଜିଲ୍ଲା ବଇଣ୍ଡା ଗ୍ରାମ ଉନ୍ନୟନ ବିଭାଗ କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ତେବେ ଏକକାଳୀନ ବଇଣ୍ଡାସ୍ଥିତ ସରକାରୀ ବାସଭବନ ଓ ନିଆଳିସ୍ତିତ ବାସଭବନରେ ଚଢାଉ କରିଛି ଭିଜିଲାନ୍ସ । ଅଧିକ ପଢନ୍ତୁ...

Vigilance raid on junior engineer's home
ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ଼

ଅନୁଗୋଳ: ସରକାରୀ ବାବୁଙ୍କ ଘରେ ଭିଜିଲାନ୍ସ ରେଡ଼ । ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଅନୁଗୋଳ ଜିଲ୍ଲା ବଇଣ୍ଡା ଗ୍ରାମ ଉନ୍ନୟନ ବିଭାଗ କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । କନିଷ୍ଠ ଯନ୍ତ୍ରୀ ବସନ୍ତ କୁମାର ବସ୍ତିଆଙ୍କ ବଇଣ୍ଡାସ୍ଥିତ ସରକାରୀ ବାସଭବନ ଓ ନିଆଳିସ୍ତିତ ବାସଭବନରେ ଏକକାଳୀନ ବୁଧବାର ସକାଳୁ କଟକ ଓ ଅନୁଗୋଳ ଭିଜିଲାନ୍ସ ବିଭାଗ ମିଳିତ ଚଢ଼ାଉ କରିଥିବା ସୂଚନା ରହିଛି । ତେବେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରାଯାଉଥିବା ଜଣା ପଡ଼ିଛି ।

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ଼

ବଇଣ୍ଡା ସ୍ଥିତ ସରକାରୀ ବାସଭବନରୁ ନଗଦ ୮୧ ହଜାର ଟଙ୍କା ଓ ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଜବତ କରାଯାଇଛି । ତେବେ ବର୍ତ୍ତମାନ ଚଢ଼ାଉ ପ୍ରକ୍ରିୟା ଜାରି ରହିଥିବା ଯୋଗୁଁ କୌଣସି ପ୍ରତିକ୍ରିୟା ଦେବାକୁ ମନା କରିଛି ଭିଜିଲାନ୍ସ ବିଭାଗ ।

ଅନୁଗୋଳରୁ ସଂଗ୍ରାମ ରଞ୍ଜନ ନାଥ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.