ETV Bharat / state

ସ୍ଥାୟୀ ନିଯୁକ୍ତି ଦାବିରେ ସ୍ବାସ୍ଥ୍ୟକର୍ମୀଙ୍କ ଆନ୍ଦୋଳନ

author img

By

Published : Feb 26, 2021, 10:51 PM IST

ସ୍ଥାୟୀ ନିଯୁକ୍ତି ଦାବିରେ ସ୍ବାସ୍ଥ୍ୟକର୍ମୀଙ୍କ ଆନ୍ଦୋଳନ
ସ୍ଥାୟୀ ନିଯୁକ୍ତି ଦାବିରେ ସ୍ବାସ୍ଥ୍ୟକର୍ମୀଙ୍କ ଆନ୍ଦୋଳନ

ବଲାଙ୍ଗୀରରେ ସ୍ବାସ୍ଥ୍ଯକର୍ମୀଙ୍କ ଆନ୍ଦୋଳନ । ସ୍ଥାୟୀ ନିଯୁକ୍ତି ଦାବିରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟ ଘେରାଓ । ଅଧିକ ପଢନ୍ତୁ...

ବଲାଙ୍ଗୀର: ଜିଲ୍ଲାରେ କାର୍ଯ୍ୟରତ ସ୍ୱାସ୍ଥ୍ୟକର୍ମୀଙ୍କ ଆନ୍ଦୋଳନ । ସ୍ଥାୟୀ ନିଯୁକ୍ତି ଦାବିରେ ଆନ୍ଦୋଳନକୁ ଓହ୍ଲାଇଥିବା ସୂଚନା । ଦାବି ପୁରଣ ନ ହେଲେ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିବେ ବୋଲି ଚେତାବନୀ ଦେଇଛନ୍ତି ଆନ୍ଦୋଳନକାରୀ ସ୍ବାସ୍ଥ୍ୟକର୍ମୀ ।

ସ୍ଥାୟୀ ନିଯୁକ୍ତି ଦାବିରେ ସ୍ବାସ୍ଥ୍ୟକର୍ମୀଙ୍କ ଆନ୍ଦୋଳନ
ତେବେ ବଲାଙ୍ଗୀରର ସମସ୍ତ ସ୍ବାସ୍ଥ୍ୟକର୍ମୀ ଆଜି(ଶୁକ୍ରବାର) ଆନ୍ଦୋଳନକୁ ଓହ୍ଲାଇବା ସହ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ କରିଛନ୍ତି । ଜିଲ୍ଲାର ବିଭିନ୍ନ ଡାକ୍ତରଖାନାରେ 120ଜଣ ମହିଳା ସ୍ୱାସ୍ଥ୍ୟକର୍ମୀ ଓ 22 ଜଣ ପୁରୁଷ ସ୍ୱାସ୍ଥ୍ୟକର୍ମୀ ଦୀର୍ଘଦିନ ଧରି କାମ କରି ଆସୁଛନ୍ତି । ମାତ୍ର ଏମାନଙ୍କୁ ଆଜି ପର୍ଯ୍ୟନ୍ତ ସ୍ଥାୟୀ ନିଯୁକ୍ତି ଦିଆଯାଇନାହିଁ । ଅନ୍ୟ ଜିଲ୍ଲାରେ ସ୍ବାସ୍ଥ୍ୟକର୍ମୀଙ୍କୁ ସ୍ଥାୟୀ ନିଯୁକ୍ତି ଦିଆଯାଇଥିଲେ ମଧ୍ୟ ବଲାଙ୍ଗୀରରେ ଏହା କାହିଁକି ଲାଗୁ ହୋଇନାହିଁ ବୋଲି ପ୍ରଶ୍ନ କରିଛନ୍ତି ।

ତେଣୁ ତୁରନ୍ତ ସ୍ଥାୟୀ ନିଯୁକ୍ତି ଦାବି କରିଛନ୍ତି ଆନ୍ଦୋଳନରତ ସ୍ବାସ୍ଥ୍ୟକର୍ମୀ । ଯଦି ଏନେଇ କୌଣସି ପଦକ୍ଷେପ ନିଆ ନ ଯାଏ ତେବେ ଆଗାମୀ ଦିନରେ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିବେ ବୋଲି ଚେତାବନୀ ଦେଇଛନ୍ତି ।



ବଲାଙ୍ଗୀରରୁ ଶେଖ୍ ମହମ୍ମଦ ଓ୍ବାହିଦ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.