ନିଆଁରେ ପୋଡି ହୋଇ ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

author img

By

Published : Nov 30, 2022, 4:18 PM IST

ନିଆଁରେ ପୋଡି ହୋଇ ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

ନିଆଁରେ ପୋଡ଼ି ହୋଇ ସ୍ତ୍ରୀ ମୃତ ସ୍ବାମୀ ଗୁରୁତର । ଏଭିଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବାଲେଶ୍ଵର ଜିଲ୍ଲା ସିଂଲା ଥାନା ଅଧୀନ ସାର୍ଥା ତରଡ଼ାବୁଦ୍ଧିଆ ଗାଁରେ। ଅଧିକ ପଢ଼ନ୍ତୁ

ବାଲେଶ୍ଵର : ନିଆଁରେ ପୋଡ଼ି ହୋଇ ସ୍ତ୍ରୀ ମୃତ ସ୍ବାମୀ ଗୁରୁତର । ଏଭିଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବାଲେଶ୍ଵର ଜିଲ୍ଲା ସିଂଲା ଥାନା ଅଧୀନ ସାର୍ଥା ତରଡ଼ାବୁଦ୍ଧିଆ ଗାଁରେ । ମୃତ ମହିଳା ଜଣଙ୍କ ହେଲେ ରିନା ଖଣ୍ତା । ରିନାଙ୍କ ସ୍ୱାମୀ ଶିବାନନ୍ଦଙ୍କୁ ଗୁରୁତର ଅବସ୍ଥାରେ କଟକକୁ ସ୍ଥାନାନ୍ତରିତ କରାଯାଇଛି ।

ସୂଚନାନୁସାରେ, ଗତକାଲି(ମଙ୍ଗଳବାର) ରାତିରେ ରିନା ଓ ଶିବାନନ୍ଦ ଘରେ ଶୋଇଥିଲେ । ସେହି ସମୟରେ ହଠାତ ନିଆଁ ଲାଗିଯାଇଥିଲା । ଶିବାନନ୍ଦଙ୍କ ନିଦ ଭାଙ୍ଗିଯିବାରୁ ଦେଖିଲାବେଳକୁ ରିନାଙ୍କ ଦେହରେ ନିଆଁ ଲାଗିଯାଇଛି । ଶିବାନନ୍ଦ ଦୌଡ଼ି ଆସି ସ୍ତ୍ରୀକୁ ବଞ୍ଚାଇବାକୁ ଚେଷ୍ଟା କଲା ବେଳେ ସେ ମଧ୍ୟ ନିଆଁରେ ପୋଡ଼ି ଯାଇ ଗୁରୁତର ଆହତ ହୋଇଥିଲେ ।

ପରିବାର ଲୋକେ ଉଭୟଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ହେଲେ ଡାକ୍ତର ରିନାଙ୍କୁ ମୃତଘୋଷଣା କରିଥିଲେ । ଏହାସହ ଶିବାନନ୍ଦଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତରିତ କରିଥିଲେ । ତେବେ ରିନାଙ୍କ ଦେହରେ କିପରି ନିଆଁ ଲାଗିଲା, ସେ ନିଜ ଦେହରେ ନିଆଁ ଲଗାଇ ଦେଇଥିଲେ କି, ତାର କାରଣ ଜଣାପଡ଼ିନାହିଁ । ପାରିବାରିକ କଳହ ନାଁ ଆଉ କିଛି କାରଣ ଅଛି ତାହା ମଧ୍ୟ ଜଣାପଡ଼ି ନାହିଁ । ଏହାକୁ ନେଇ ପୁଲିସ ଘଟଣାର ତଦନ୍ତ କରୁଛି ।

ଇଟିଭି ଭାରତ, ବାଲେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.