Dhanu Yatra: ଗୋପପୁରରେ ଶ୍ରୀକୃଷ୍ଣଙ୍କ ଜନ୍ମ ନେଇ ଆୟୋଜିତ ହେଲା ନନ୍ଦୋତ୍ସବ

author img

By

Published : Dec 30, 2022, 5:21 PM IST

Dhanu Yatra

ତୃତୀୟ ଦିନରେ ନନ୍ଦରାଜା ଓ ନନ୍ଦରାଣୀ ଶ୍ରୀକୃଷ୍ଣଙ୍କୁ ପାଇ ଆତ୍ମବିଭୋର ହୋଇପଡିଛନ୍ତି ସେଥିପାଇଁ ଆୟୋଜନ କରିଛନ୍ତି ନନ୍ଦୋତ୍ସବ । ଅଧିକ ପଢନ୍ତୁ

Dhanu Yatra

ବରଗଡ: ଆରମ୍ଭ ହୋଇଯାଇଛି 75ତମ ବିଶ୍ବ ପ୍ରସିଦ୍ଧ ଧନୁଯାତ୍ରା । ପ୍ରଥମ ଦିନରେ ଦେବକୀ ଓ ବାସୁଦେବଙ୍କ ବିବାହ ସମ୍ପନ୍ନ ହୋଇଥିବା ବେଳେ ଦ୍ବିତୀୟ ଦିନରେ ଯଶୋଦାଙ୍କ କୋଳରେ କୃଷ୍ଣଙ୍କୁ ରଖି ବିଜୁଳି କନ୍ୟାକୁ ନେଇ ମଥୁରା ଫେରିବାର ଦୃଶ୍ୟ ଅଭିନୀତ ହୋଇଥିଲା । ସେହିପରି ତୃତୀୟ ଦିନରେ ନନ୍ଦରାଜା ଓ ନନ୍ଦରାଣୀ ଶ୍ରୀକୃଷ୍ଣଙ୍କୁ ପାଇ ଆତ୍ମବିଭୋର ହୋଇପଡିଛନ୍ତି ସେଥିପାଇଁ ଆୟୋଜନ କରିଛନ୍ତି ନନ୍ଦୋତ୍ସବ।

ଏପଟେ ମହାରାଜା କଂସ ଦେବକୀଙ୍କ ଅଷ୍ଟମ ଗର୍ଭର ସନ୍ତାନକୁ ଦର୍ପଣଶୀଳାରେ ପ୍ରହାର କରିବାକୁ ଯିବାବେଳେ ଶୂନ୍ୟରେ ଆର୍ବିଭାବ ହୋଇ ବିଜୁଳି କନ୍ୟା ଦେଇଛନ୍ତି ଦୈବବାଣୀ । ଏହା ପରେ ମହାରାଜ କଂସ ଅତ୍ୟନ୍ତ ବିବ୍ରତ ହୋଇ ପଡ଼ିଥିବା ବେଳେ କୃଷ୍ଣଙ୍କୁ ମାରିବା ପାଇଁ ଗୋପପୁରକୁ ପଠାଇଛନ୍ତି ଷଢ ମଲ୍ଲ ସହ ପୁତୁନା ରାକ୍ଷସୀଙ୍କୁ ।

କୃଷ୍ଣ ଜନ୍ମ ପରେ ସାରା ଗୋପପୁର ହୋଇପଡ଼ିଛି ଉତ୍ସବ ମୁଖର । ବୃଦ୍ଧକାଳେ ପୁତ୍ର ସନ୍ତାନ ଲାଭ କରି ନନ୍ଦରାଜା ଓ ରାଣୀ ଖୁସୀରେ ଆତ୍ମବିଭୋର ହୋଇପଡ଼ିଛନ୍ତି । ଏହା ସହ କୃଷ୍ଣଙ୍କ ଆଗମନରେ ସମସ୍ତ ଗୋପୀ ଓ ଗୋପାଳ ବେଶ ଉତ୍ସାହିତ ହୋଇ ପଡ଼ିଥିବା ବେଳେ ନନ୍ଦଭବନରେ ବଡ଼ ଧୁମଧାମରେ ଆୟୋଜନ କରାଯାଇଛି ନନ୍ଦୋତ୍ସବ ।

ନନ୍ଦରାଜାଙ୍କ ନିମନ୍ତ୍ରଣ ପାଇ ସମସ୍ତ ଗୋପ, ଗୋପାଳ ନନ୍ଦୋତ୍ସବରେ କୃଷ୍ଣଙ୍କୁ ଦୋଳିଝୁଲା ସହ ରାସନୃତ୍ୟରେ ମାତିଯାଇଛନ୍ତି । କୃଷ୍ଣଙ୍କୁ ଦର୍ଶନ କରି ଗୋପପୁରବାସୀ ଆତ୍ମବିଭୋର ହୋଇପଡ଼ିଥିବା ବେଳେ ଧୂପ, ଦୀପ ନୈବେଦ୍ୟ ଦେଇ କୃଷ୍ଣଙ୍କୁ ପୂଜାର୍ଚ୍ଚନା କରିବା ସହ ଘଣ୍ଟବାଦ୍ୟ, ସଂକୀର୍ତ୍ତନ ରେ ଉଛୁଳି ପଡ଼ୁଛି ଗୋପପୁର ଏବଂ ନନ୍ଦରାଜାଙ୍କ କୋଳରେ ଶୋଭା ପାଉଛନ୍ତି ଶ୍ରୀକୃଷ୍ଣ । ଏହି ଅବସରରେ ଗୋପପୁରରେ ଥିବା ନନ୍ଦଦରବାର ଉଦଘାଟନ କରିଥିଲେ ବରଗଡ ଆରକ୍ଷୀ ଅଧିକ୍ଷକ ।

ତେବେ ଧନୁଯାତ୍ରାର ଚତୁର୍ଥ ଦିନରେ କୃଷ୍ଣବଳରାମ ଙ୍କ ହାତରେ କଂସଙ୍କ ପ୍ରେରିତ ସମସ୍ତ ରାକ୍ଷସ ରାକ୍ଷସୀଙ୍କ ନିଧନ ହେବା ସହ ଗୋପପୁରରେ ଗୋପୀ ଗୋପାଳଙ୍କ ସହ ଲୀଳାଖେଳା ଦୃଶ୍ୟ ଅଭିନୀତ ହେବ ।

ଇଟିଭି ଭାରତ, ବରଗଡ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.