ETV Bharat / state

Anubhav-Varsha Marital Discord: ସୋସିଆଲ ମିଡିଆ ଆକ୍ଷେପ ମାମଲା ଶୁଣାଣି ଶେଷ, ରାୟ ସଂରକ୍ଷିତ

author img

By

Published : Jan 6, 2023, 9:33 PM IST

ସୋସିଆଲ ମିଡିଆ ଆକ୍ଷେପ ପ୍ରସଙ୍ଗ, ଶୁଣାଣି ଶେଷ, ରାୟ ସଂରକ୍ଷିତ
ସୋସିଆଲ ମିଡିଆ ଆକ୍ଷେପ ପ୍ରସଙ୍ଗ, ଶୁଣାଣି ଶେଷ, ରାୟ ସଂରକ୍ଷିତ

ମିଡିଆରେ ଅନୁଭବ ମହାନ୍ତି ଭିଡିଓ ଛାଡି ବିଭିନ୍ନ କଥା କହୁଥିବା ବେଳେ ବର୍ଷା ପ୍ରିୟଦର୍ଶିନୀ ଏହି ପ୍ରସଙ୍ଗ ନେଇ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ । ୨୦୨୨, ମେ ୨୭ରେ ହାଇକୋର୍ଟ ଏ ସଂପର୍କିତ ମାମଲାର ଶୁଣାଣି କରି ବର୍ଷାଙ୍କ ବ୍ୟକ୍ତିଗତ ପ୍ରସଙ୍ଗକୁ ନେଇ ଅନୁଭବ ମହାନ୍ତି ଆଉ କୌଣସି ମନ୍ତବ୍ୟ ସୋସିଆଲ ମିଡିଆରେ ଦେଇ ପାରିବେ ନାହିଁ ବୋଲି ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ । ଅଧିକ ପଢନ୍ତୁ

କଟକ: ହାଇକୋର୍ଟରେ ବର୍ଷା ଅନୁଭବ ପାରିବାରିକ ବିବାଦ ପ୍ରସଙ୍ଗ । ସୋସିଆଲ ମିଡିଆରେ ପରସ୍ପର ବିରୋଧରେ ଆକ୍ଷେପ ଘଟଣାରେ, ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପକ୍ଷରୁ ହାଇକୋର୍ଟ ରେ ଦାୟର କରାଯାଇଥିବା ଆବେଦନ ଉପରେ କୋର୍ଟରେ ଆଜି ଶୁଣାଣି ହୋଇଛି। ମାମଲାର ଶୁଣାଣି ଶେଷ କରି କୋର୍ଟ ରାୟ ସଂରକ୍ଷିତ ରଖିଛନ୍ତି। ସୋସିଆଲ ମିଡିଆରେ ବର୍ଷା ପ୍ରିୟଦର୍ଶିନୀଙ୍କ ବିରୋଧରେ ସ୍ବାମୀ ତଥା ସାଂସଦ ଅନୁଭବ ମହାନ୍ତି ବାରମ୍ବାର ଆକ୍ଷେପ କରୁଥିବା ନେଇ ବର୍ଷା ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ମାମଲାର ପ୍ରାରମ୍ଭିକ ଶୁଣାଣୀରେ ପରସ୍ପର ବିରୋଧରେ କେହି ସୋସିଆଲ ମିଡିଆରେ ଆକ୍ଷେପ କରିବେ ନାହିଁ ବୋଲି କୋର୍ଟ ପୂର୍ବରୁ ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ।

ମିଡିଆରେ ଅନୁଭବ ମହାନ୍ତି ଭିଡିଓ ଛାଡି ବିଭିନ୍ନ କଥା କହୁଥିବା ବେଳେ ବର୍ଷା ପ୍ରିୟଦର୍ଶିନୀ ଏହି ପ୍ରସଙ୍ଗ ନେଇ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ । ୨୦୨୨, ମେ ୨୭ରେ ହାଇକୋର୍ଟ ଏ ସଂପର୍କିତ ମାମଲାର ଶୁଣାଣି କରି ବର୍ଷାଙ୍କ ବ୍ୟକ୍ତିଗତ ପ୍ରସଙ୍ଗକୁ ନେଇ ଅନୁଭବ ମହାନ୍ତି ଆଉ କୌଣସି ମନ୍ତବ୍ୟ ସୋସିଆଲ ମିଡିଆରେ ଦେଇ ପାରିବେ ନାହିଁ ବୋଲି ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ। ଏଥି ସହିତ ପରସ୍ପରକୁ ଆକ୍ଷେପ କରି ଆବେଦନକାରୀ ବର୍ଷା ଓ ପ୍ରତିପକ୍ଷ ଅନୁଭବ କୌଣସି ମନ୍ତବ୍ୟ ସୋସିଆଲ ମିଡିଆରେ ଦେଇ ପାରିବେ ନାହିଁ ବୋଲି ହାଇକୋର୍ଟ କହିଥିଲେ।ମାମଲାର ବିବରଣୀରୁ ପ୍ରକାଶ ଯେ ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାହ ବିଚ୍ଛେଦ ଓ ଅନ୍ୟ କେତେକ ମାମଲା ଅଦାଲତରେ ବିଚାରାଧୀନ ଥିବା ବେଳେ ଏବେ ସୋସିଆଲ ମିଡିଆରେ ନାନା କଥା ଚର୍ଚ୍ଚା କରାଯାଉଛି। ସୋସିଆଲ ମିଡିଆରେ ତାଙ୍କ ବିରୋଧରେ ବିଭିନ୍ନ କଥା ଚର୍ଚ୍ଚା ଦ୍ବାରା ମାନ ମର୍ଯାଦା ହାନି ହେଉଛି ବୋଲି ବର୍ଷା ଦର୍ଶାଇ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ତାଙ୍କର ବ୍ୟକ୍ତିଗତ ଜୀବନ ନେଇ ସୋସିଆଲ ମିଡିଆରେ ବିଭିନ୍ନ କଥା ଅନୁଭବ ଆକ୍ଷେପ କରି କହୁଛନ୍ତି।

ଅନୁଭବ ଭିଡିଓ ମାଧ୍ୟମରେ ନିଜ ମତ ରଖୁଥିବା ବେଳେ ଏ ସବୁ ବର୍ଷାଙ୍କ ଜୀବନ ସହିତ ଜଡିତ । ପରିବାର ଅଦାଲତରେ ମାମଲା ବିଚାରାଧୀନ ଥିବା ବେଳେ ସୋସିଆଲ ମିଡିଆରେ ବିଭିନ୍ନ କଥା ଏହି ପ୍ରସଂଗରେ ଚର୍ଚ୍ଚା କରିବା ଆଇନ ଅନୁସାରେ ଗ୍ରହଣୀୟ ନୁହେଁ। କୌଣସି ସତ୍ୟତା ନଥିବା ଓ ଭିତ୍ତିହୀନ କଥା ସବୁ ସୋସିଆଲ ମିଡିଆରେ ତାଙ୍କ ବିରୋଧରେ କୁହାଯାଉଛି। ଏପରି ସୋସିଆଲ ମିଡିଆ ପୋଷ୍ଟ ଉପରେ ଅଙ୍କୁଶ ଜାରି କରାଯିବା ଆବଶ୍ୟକ ବୋଲି ବର୍ଷାଙ୍କ ଆବେଦନରେ ଦର୍ଶାଯାଇଥିଲା ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.