ETV Bharat / state

Anubhav-Varsha Marital Discord: 3 ମାସ ମଧ୍ୟରେ ସରିବ ଶୁଣାଣି, ନିର୍ଦ୍ଦେଶ ଦେଲେ ହାଇକୋର୍ଟ

author img

By

Published : Jul 13, 2023, 9:12 PM IST

Anubhav-Varsha Marital Discord
Anubhav-Varsha Marital Discord

ବର୍ଷା ଅନୁଭବ ବିବାହ ବିଚ୍ଛେଦ ମାମଲା । 3 ମାସ ମଧ୍ୟରେ ଶୁଣାଣି ଶେଷ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ । ଅଧିକ ପଢନ୍ତୁ

ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ: ଷ୍ଟାର କପଲ ବର୍ଷା ଅନୁଭବ ବିବାହ ବିଚ୍ଛେଦ ମାମଲା । ଆସନ୍ତା ୩ ମାସ ମଧ୍ୟରେ ମାମଲାର ବିଚାର ପ୍ରକ୍ରିୟା ଶେଷ କରିବାକୁ କଟକ ପରିବାର ଅଦାଲତଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ତେବେ ଆସନ୍ତା ଜୁଲାଇ ୩୧ ସୁଦ୍ଧା ବର୍ଷାଙ୍କ ଜେରା ପ୍ରକ୍ରିୟା ଶେଷ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ମାମଲାର ଶୁଣାଣି ବିଳମ୍ବିତ ହେଉଥିବା ଦର୍ଶାଇ HCଙ୍କ ଦ୍ବାରସ୍ଥ ହୋଇଥିଲେ ସାଂସଦ ଅନୁଭବ ମହାନ୍ତି । ମାମଲାର ତ୍ବରିତ ଶୁଣାଣି କରିବା ପାଇଁ ପ୍ରାର୍ଥନା କରି କୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ଅନୁଭବ ।

ଆସନ୍ତା ଜୁଲାଇ 31 ତାରିଖରେ ବର୍ଷାଙ୍କ ଚୂଡାନ୍ତ ସାକ୍ଷ୍ୟ ଗ୍ରହଣ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ସାକ୍ଷ୍ୟ ଗ୍ରହଣର 4 ସପ୍ତାହ ମଧ୍ୟରେ ଜବାବ ସୁଆଲ ଶେଷ କରିବାକୁ କଟକ ପରିବାର ଅଦାଲତକୁ ନିର୍ଦ୍ଦେଶ ରହିଛି । ଅନୁଭବଙ୍କ ଆବେଦନର ଅନ୍ତ ଘଟାଇ ଏହି ରାୟ ପ୍ରଦାନ କରିଛନ୍ତି ହାଇକୋର୍ଟ । ମାମଲାର ଶୁଣାଣିରେ ଅହେତୁକ ବିଳମ୍ବକୁ ଦାୟୀ କରି ଭୁବନେଶ୍ବର ଫାମିଲି କୋର୍ଟକୁ ମାମଲା ସ୍ଥାନାନ୍ତର ପାଇଁ ଅନୁଭବ ଆବେଦନ କରିଥିଲେ ।

ବିବାହ ବିଚ୍ଛେଦ ମାମଲାରେ ପୂର୍ବରୁ କଟକ ଫାମିଲ ଅଦାଲତରେ ହାଜର ହୋଇଥିଲେ ସାଂସଦ ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ଅଭିନେତ୍ରୀ ବର୍ଷାଙ୍କୁ ଜେରା କରିଛନ୍ତି ଅନୁଭବଙ୍କ ଓକିଲ । ତେବେ ଏହି ଜେରା ସମୟରେ ବର୍ଷା ସମସ୍ତ ପ୍ରକାରର ସହଯୋଗ ମଧ୍ୟ କରିଛନ୍ତି । ହାଇକୋର୍ଟଙ୍କ ପୂର୍ବ ନିର୍ଦ୍ଦେଶ ଅନୁଯାୟୀ ଉଭୟଙ୍କ ବିବାହ ବିଚ୍ଛେଦ ମାମଲାର ଶୁଣାଣି ଫାମିଲି କୋର୍ଟରେ କରାଯାଉଛି ।

ଏହା ବି ପଢନ୍ତୁ- ସୋସିଆଲ ମିଡିଆରେ ଅନୁଭବଙ୍କ ମନ୍ତବ୍ୟ ପ୍ରସଙ୍ଗ, ବର୍ଷାଙ୍କ ଆବେଦନ ଖାରଜ କଲେ ହାଇକୋର୍ଟ

ପୂର୍ବରୁ ସୋସିଆଲ ମିଡିଆରେ ପରସ୍ପର ବିରୋଧରେ ଆକ୍ଷେପ ଘଟଣାରେ ଅଭିନେତ୍ରୀ ବର୍ଷାଙ୍କ ପକ୍ଷରୁ ହାଇକୋର୍ଟରେ ମାମଲା ଦାୟର କରାଯାଇଥିଲା । ସୋସିଆଲ ମିଡିଆରେ ବର୍ଷାଙ୍କ ବିରୋଧରେ ସ୍ବାମୀ ତଥା ସାଂସଦ ଅନୁଭବ ମହାନ୍ତି ବାରମ୍ବାର ଆକ୍ଷେପ କରୁଥିବା ନେଇ ବର୍ଷା ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ । ମାମଲାର ପ୍ରାରମ୍ଭିକ ଶୁଣାଣିରେ ପରସ୍ପର ବିରୋଧରେ କେହି ସୋସିଆଲ ମିଡିଆରେ ଆକ୍ଷେପ କରିବେ ନାହିଁ ବୋଲି କୋର୍ଟ ପୂର୍ବରୁ ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ। ମିଡିଆରେ ଅନୁଭବ ମହାନ୍ତି ଭିଡିଓ ଛାଡି ବିଭିନ୍ନ କଥା କହୁଥିବା ବେଳେ ବର୍ଷା ପ୍ରିୟଦର୍ଶିନୀ ଏହି ପ୍ରସଙ୍ଗ ନେଇ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ।

ସୂଚନା ଥାଉ କି ୨୦୨୨ ମେ ୨୭ରେ ହାଇକୋର୍ଟ ଏ ସମ୍ପର୍କିତ ମାମଲାର ଶୁଣାଣି କରି ବର୍ଷାଙ୍କ ବ୍ୟକ୍ତିଗତ ପ୍ରସଙ୍ଗକୁ ନେଇ ଅନୁଭବ ମହାନ୍ତି ଆଉ କୌଣସି ମନ୍ତବ୍ୟ ସୋସିଆଲ ମିଡିଆରେ ଦେଇ ପାରିବେ ନାହିଁ ବୋଲି ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ । ଏଥି ସହିତ ପରସ୍ପରକୁ ଆକ୍ଷେପ କରି ଆବେଦନକାରୀ ବର୍ଷା ଓ ପ୍ରତିପକ୍ଷ ଅନୁଭବ କୌଣସି ମନ୍ତବ୍ୟ ସୋସିଆଲ ମିଡିଆରେ ଦେଇପାରିବେ ନାହିଁ ବୋଲି ହାଇକୋର୍ଟ କହିଥିଲେ ।

ଇଟିଭି ଭାରତ, କଟକ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.