ETV Bharat / state

ଶପଥ ନେଲେ ହାଇକୋର୍ଟର ମୁଖ୍ୟ ବିଚାରପତି ଶୁଭାଶିଷ ତାଳପତ୍ର

author img

By

Published : Aug 8, 2023, 11:44 AM IST

Updated : Aug 8, 2023, 2:30 PM IST

ଶପଥ ନେଲେ ହାଇକୋର୍ଟର ମୁଖ୍ୟ ବିଚାରପତି ଶୁଭାଶିଷ ତାଳପତ୍ର
ଶପଥ ନେଲେ ହାଇକୋର୍ଟର ମୁଖ୍ୟ ବିଚାରପତି ଶୁଭାଶିଷ ତାଳପତ୍ର

ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଶୁଭାଶିଷ ତାଳପତ୍ର । ରାଜ୍ୟପାଳ କରାଇଲେ ଶପଥ ପାଠ । ଅଧିକ ପଢନ୍ତୁ

ଶପଥ ନେଲେ ହାଇକୋର୍ଟର ମୁଖ୍ୟ ବିଚାରପତି

କଟକ: ଓଡ଼ିଶା ହାଇକୋର୍ଟର ୩୩ତମ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଶୁଭାଶିଷ ତାଳପତ୍ର । ଶପଥ ପାଠ କରାଇଲେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍ । ଆଜି(ମଙ୍ଗଳବାର) ହାଇକୋର୍ଟ ପରିସରରେ ଆୟୋଜିତ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ରାଜ୍ୟପାଳ ଜଷ୍ଟିସ ତାଳପତ୍ରଙ୍କୁ ଶପଥ ପାଠ କରାଇଛନ୍ତି । ୨୦୨୨ ଜୁନ୍‌ ୧୦ରୁ ସେ ଓଡ଼ିଶା ହାଇକୋର୍ଟରେ ବିଚାରପତି ଥିଲେ ।

ସୁପ୍ରିମକୋର୍ଟଙ୍କ କଲେଜିୟମର ସୁପାରିଶ କ୍ରମେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜଷ୍ଟିସ ଶୁଭାଶିଷ ତାଳପତ୍ରଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତ କରିଥିଲେ । ଓଡ଼ିଶା ହାଇକୋର୍ଟ ବ୍ୟତୀତ ଅନ୍ୟ ୬ଟି ହାଇକୋର୍ଟ ପାଇଁ ନୂଆ ବିଚାରପତିଙ୍କ ନାଁ ସୁପାରିଶ କରିଥିଲେ କଲେଜିୟମ । କେରଳ, ମଣିପୁର, ଗୁଜୁରା, ତେଲେଙ୍ଗାନା, ଆନ୍ଧ୍ରପ୍ରଦେଶ ଓ ବମ୍ବେ ହାଇକୋର୍ଟ ପାଇଁ ମୁଖ୍ୟ ବିଚାରପତିଙ୍କ ନାମ ସୁପାରିଶ ହୋଇଥିଲେ । ଏନେଇ କେନ୍ଦ୍ର ସରକାରଙ୍କ ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଥିଲା ।

ଏହାମଧ୍ୟ ପଢନ୍ତୁ: Supreme Court Collegium: ବିଭିନ୍ନ ହାଇକୋର୍ଟକୁ ମିଳିବ ନୂଆ ମୁଖ୍ୟ ବିଚାରପତି, 7ଜଣଙ୍କ ନାଁ ସୁପାରିଶ

୧୯୬୧ ମସିହା ଅକ୍ଟୋବର ୪ ତାରିଖରେ ତ୍ରିପୁରାରେ ଉଦୟପୁରଠାରେ ଜଷ୍ଟିସ ତାଳପତ୍ରଙ୍କ ଜନ୍ମ । ୨୦୧୧ ମସିହା ନଭେମ୍ବର ୧୫ରେ ସେ ଗୌହାଟ୍ଟୀ ହାଇକୋର୍ଟର ଅତିରିକ୍ତ ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ । ୨୦୧୩ ସେପ୍ଟେମ୍ବର ୧୩ରେ ତ୍ରିପୁରାରେ ନୂତନ ହାଇକୋର୍ଟ ପ୍ରତିଷ୍ଠା ହେବା ପରେ ତ୍ରିପୁରା ହାଇକୋର୍ଟକୁ ବଦଳି ହୋଇଥିଲେ ଓ ସ୍ଥାୟୀ ବିଚାରପତି ଭାବେ ଶପଥ ନେଇଥିଲେ । ଜଷ୍ଟିସ ତାଳପତ୍ର ୨୦୧୮ ମସିହା ନଭେମ୍ବର ୨ରୁ ୧୩ ତାରିଖ ଓ ୨୦୧୯ ନଭେମ୍ବର ୧୧ରୁ ୧୫ ତାରିଖ ପର୍ଯ୍ୟନ୍ତ ତ୍ରିପୁରା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ବ ନିର୍ବାହ କରିଥିଲେ ।

ଏହାମଧ୍ୟ ପଢନ୍ତୁ: ପୁରୀରେ ପ୍ରଧାନ ବିଚାରପତି, ମହାପ୍ରଭୁଙ୍କୁ ଦର୍ଶନ କରି ହେଲେ ଭାବବିହ୍ବଳ

ଏହାପରେ ୨୦୨୨ ଜୁନ୍‌ ୧୦ ତାରିଖରୁ ସେ ଓଡ଼ିଶା ହାଇକୋର୍ଟର ବିଚାରପତି ଅଛନ୍ତି । ଗତକାଲି ହାଇକୋର୍ଟର ମୁଖ୍ୟ ବିଚାରପତି ଏସ ମୁରଲୀଧର ଅବସର ନେଇଥିବା ବେଳେ ଆଜି ଜଷ୍ଟିସ ଶୁଭାଶିଷ ତାଳପତ୍ର ୩୩ତମ ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି । ଆଜି ହାଇକୋର୍ଟର ପୁରୁଣା କୋଠରୀ ସମ୍ମିଳନୀ କକ୍ଷରେ ଶପଥ ଗ୍ରହଣ ଉତ୍ସବ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଉପସ୍ଥିତ ରହିଥିଲେ । ସେ ହିଁ ଶପଥ ଗ୍ରହଣ ସମାରୋହ ପରିଚାଳନା କରିଥିଲେ ।

ଇଟିଭି ଭାରତ, କଟକ

Last Updated :Aug 8, 2023, 2:30 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.