ETV Bharat / state

New Chief justice Of Orissa High court: ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ହେବେ ହାଇକୋର୍ଟର ମୁଖ୍ୟବିଚାରପତି

author img

By ETV Bharat Odisha Team

Published : Nov 2, 2023, 11:01 PM IST

SC Collegium Recommends: ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ହେବେ ଓଡିଶା ହାଇକୋର୍ଟର ମୁଖ୍ୟବିଚାରପତି
SC Collegium Recommends: ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ହେବେ ଓଡିଶା ହାଇକୋର୍ଟର ମୁଖ୍ୟବିଚାରପତି

ଆଜି ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡଙ୍କ ଅଧ୍ୟକ୍ଷତାରେ ଗଠିତ କଲେଜିୟମ ବୈଠକ ଅନୁଷ୍ଠିତ ହୋଇଥିଲe । ବୈଠକରେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂଙ୍କୁ ଓଡିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେବା ପାଇଁ ସୁପାରିଶ କରାଯାଇଛି । ଅଧିକ ପଢନ୍ତୁ

କଟକ: ଓଡିଶା ହାଇକୋର୍ଟର ପରବର୍ତ୍ତୀ ନୂଆ ମୁଖ୍ୟବିଚାରପତି ହେବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ। ଏନେଇ ସୁପ୍ରିମକୋର୍ଟ କଲେଜିୟମ ଜଷ୍ଟିସ ସିଂଙ୍କ ନାମକୁ ସୁପାରିଶ କରିଛନ୍ତି । ଜଷ୍ଟିସ ଚକ୍ରଧାରୀ ଏବେ ପାଟନା ହାଇକୋର୍ଟରେ ବରିଷ୍ଠ ବିଚାରପତି ଭାବେ କାର୍ଯ୍ୟରତ ଅଛନ୍ତି ।

ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଜଷ୍ଟିସ ଶୁଭାଶିଷ ତାଳପତ୍ର ଗତ ଅକ୍ଟୋବର 3 ତାରିଖରେ ଅବସର ନେଇଛନ୍ତି । ସେହିଦିନ ଠାରୁ ବରିଷ୍ଠ ବିଚାରପତି ବିଦ୍ୟୁତ ରଞ୍ଜନ ଷଡଙ୍ଗୀ ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ବ ତୁଳାଉଛନ୍ତି । ଏନେଇ ଆଜି ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡଙ୍କ ଅଧ୍ୟକ୍ଷତାରେ ଗଠିତ କଲେଜିୟମ ବୈଠକ ଅନୁଷ୍ଠିତ ହୋଇଥିଲେ । ବୈଠକରେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂଙ୍କୁ ଓଡିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେବା ପାଇଁ ସୁପାରିଶ କରାଯାଇଛି ।

ଅଧିକ ପଢନ୍ତୁ- ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡଙ୍ଗୀ

ବର୍ଷ 1990 ମସିହାରେ ପାଟନା ହାଇକୋର୍ଟରୁ ଆଇନଜୀବୀ ଭାବେ କ୍ୟାରିୟର ଆରମ୍ଭ କରିଥିବା ଜଷ୍ଟିସ ଚକ୍ରଧାରୀ ଶରଣ ସିଂ 20 ଜାନୁୟାରୀ 1963 ମସିହାରେ ଜନ୍ମଗ୍ରହଣ କରିଥିଲେ । 1998 ମସିହାରେ କେନ୍ଦ୍ର ସରକାରଙ୍କ ଅତିରିକ୍ତ ଷ୍ଟାଣ୍ଡିଂ କାଉନସେଲର ଭାବେ ନିଯୁକ୍ତି ପାଇଥିଲେ । ଏହା ବ୍ୟତୀତ ପାଟନା ହାଇକୋର୍ଟରେ ଆକାଉଣ୍ଟାଣ୍ଟ ଜେନେରାଲ କାର୍ଯ୍ୟାଳୟ ପକ୍ଷରୁ ମାମଲା ପରିଚାଳନା ପାଇଁ ସିଏଜିଙ୍କ ପକ୍ଷରୁ ପ୍ୟାନେଲ କାଉନସେଲ ଭାବେ ନିଯୁକ୍ତି ପାଇଥିଲେ ।

ସେହିପରି 2006ରେ ମେଡିଏଟରର ଭାବେ ତାଲିମ ନେଇ ପାଟନା ହାଇକୋର୍ଟ ମେଡିଏସନ ସେଣ୍ଟରରେ ମିଡିଏଟର ଭାବେ ନିଯୁକ୍ତି ପାଇଥିଲେ । ବର୍ଷ 2010 ସେପ୍ଟେମ୍ବରରେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂଙ୍କୁ ବରିଷ୍ଠ ଆଇନଜୀବୀ ମାନ୍ୟତା ମିଳିଥିଲା। ପରେ ପରେ ୨୦୧୦ ମସିହାରେ ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ ଜେନେରାଲ ଭାବେ ନିଯୁକ୍ତି ପାଇଥିଲେ। ସେହିପରି ୨୦୧୨ ଏପ୍ରିଲରେ ତାଙ୍କୁ ପାଟନା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ମିଳିଥିଲା । ଗତ ଫେବୃୟାରୀରେ ପାଟନା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ କାମ କରିଥିଲେ । ଦିଲ୍ଲୀ ବିଶ୍ବବିଦ୍ୟାଳୟରୁ ଏଲଏଲବି ଡିଗ୍ରି ହାସଲ କରିଛନ୍ତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ । ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ୨୦୨୫ ଜାନୁୟାରୀ ମାସରେ ଅବସର ନେବେ ।

ଇଟିଭି ଭାରତ, କଟକ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.