ହକି ବିଶ୍ୱକପ ଟ୍ରଫିକୁ ଭବ୍ୟ ସ୍ୱାଗତ

author img

By

Published : Jan 5, 2023, 9:00 PM IST

hockey world cup

ଦେବଗଡ ଜିଲ୍ଲାରେ ପୁରୁଷ ହକି ବିଶ୍ବକପ ଟ୍ରଫିକୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଛି। ହକି ଟ୍ରଫି ପରିକ୍ରମା କରୁଥିବା ଟିମ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପରିସରରୁ ଏକ ବିଶାଳ ଶୋଭାଯାତ୍ରା ରେ ବାହାରି ଦେବଗଡ଼ ସହର ପରିକ୍ରମା କରିଥିଲା । ଅଧିକ ପଢନ୍ତୁ

hockey world cup

ଦେବଗଡ: ବିଶ୍ୱକପ ହକି ଟ୍ରଫି ରାଜ୍ୟର ସମସ୍ତ ଜିଲ୍ଲା ପରିକ୍ରମା କରୁଛି । ଏହି ପରିପ୍ରେକ୍ଷୀରେ ଆଜି ଦେବଗଡ ଜିଲ୍ଲାରେ ପୁରୁଷ ହକି ବିଶ୍ବକପ ଟ୍ରଫିକୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଛି । ଦେବଗଡ ଜିଲ୍ଲାରେ ଟ୍ରଫି ପହଞ୍ଚିବା ପରେ ସ୍ଥାନୀୟ ଇନ୍ଦିରାଗାନ୍ଧୀ ଷ୍ଟାଡିୟମ ଠାରେ ଜିଲ୍ଲା ପ୍ରଶାସନ ସମେତ ବହୁ ସଂଖ୍ୟାରେ କ୍ରୀଡ଼ାବିତ ଓ ଜନସାଧାରଣ ଏହାକୁ ସ୍ବାଗତ କରିଛନ୍ତି।

ହକି ଟ୍ରଫି ପରିକ୍ରମା କରୁଥିବା ଟିମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଏକ ବିଶାଳ ଶୋଭାଯାତ୍ରା ରେ ବାହାରି ଦେବଗଡ଼ ସହର ପରିକ୍ରମା କରିଥିଲା । ଏହି ଶୋଭାଯାତ୍ରାରେ ବିଭିନ୍ନ ବିଦ୍ୟାଳୟ ଛାତ୍ରଛାତ୍ରୀ , କ୍ରୀଡ଼ାବିତ ବିଭିନ୍ନ ଅନୁଷ୍ଠାନ କର୍ମକର୍ତ୍ତା ଓ ଜନସାଧାରଣ ସାମିଲ ଥିଲେ । ସହରର ବିଭିନ୍ନ ସାହି ବସ୍ତି ଓ ଛକ ରେ ହଜାର ହଜାର ସଂଖ୍ୟାରେ ଛାତ୍ରଛାତ୍ରୀ କ୍ରୀଡ଼ାବିତ ଓ ଜନସାଧାରଣ ଉତ୍ସାହର ସହିତ ରୁଣ୍ଡ ହୋଇ ପୁଷ୍ପମାଲ୍ୟ ଦେଇ ଟ୍ରଫିକୁ ସ୍ବାଗତ କରିଥିଲେ । ପରେ ସ୍ଥାନୀୟ ଇନ୍ଦିରାଗାନ୍ଧୀ ଷ୍ଟାଡିୟମକୁ ଟ୍ରଫି ଟିମ ପହଞ୍ଚି ଥିଲେ ଓ ସେଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।

ତେବେ ଜିଲ୍ଲାପାଳ ସୋମେଶ ଉପାଧ୍ୟାୟ,ଏସପି ପ୍ରମୋଦ କୁମାର ରଥଙ୍କ ସମେତ ବିଭିନ୍ନ ବିଭାଗୀୟ ବରିଷ୍ଠ ପଦାଧିକାରୀ, କ୍ରୀଡ଼ାବିତ ଓ ଜନସାଧାରଣ ଉପସ୍ଥିତ ରହି ଟ୍ରଫିକୁ ସ୍ୱାଗତ ଓ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ । ପରିଶେଷରେ ଏହି ଟ୍ରଫି ଟିମ କୁ ସମ୍ମାନର ସହିତ ବିଦାୟ ଦେଇ ଅନୁଗୁଳ ଜିଲ୍ଲା ପ୍ରଶାସନ ହସ୍ତାନ୍ତର କରାଯାଇଥିଲା ।

ଏହା ମଧ୍ୟ ପଢନ୍ତୁ- CM Naveen Rourkela Visit: ରାଉରକେଲାରେ ମୁଖ୍ୟମନ୍ତ୍ରୀ, ୧୧୦୦କୋଟି ଟଙ୍କା ପ୍ରକଳ୍ପର କଲେ ଲୋକାର୍ପଣ

ସେପଟେ ଦିନ ଗଡ଼ିବା ସହ ହକି ବିଶ୍ବକପକୁ ନେଇ ବଢ଼ୁଛି ଉତ୍କଣ୍ଠା । ଆସନ୍ତା ୨୦୨୩ ଜାନୁଆରୀ ୧୩ରୁ ୨୯ ଯାଏଁ ଓଡ଼ିଶାରେ ହକି ବିଶ୍ବକପ ଖେଳାଯିବ(Hockey World Cup 2023) । ୨୦୨୩ ହକି ବିଶ୍ବକପ ପାଇଁ ପ୍ରାୟୋଜକ ରହିଛି ଓଡ଼ିଶା । ଭୁବନେଶ୍ବରରେ ଥିବା କଳିଙ୍ଗ ଷ୍ଟାଡିୟମ ଏବଂ ରାଉରକେଲାରେ ନିର୍ମାଣ ହେଉଥିବା ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଏହି ହକି ବିଶ୍ବକପ ଖେଳାଯିବ । କ୍ରୀଡା ରାଜଧାନୀ ଭାବେ ସମସ୍ତଙ୍କୁ ଆକୃଷ୍ଟ କରୁଛି ଓଡ଼ିଶା ।

୨୦୧୮ ହକି ବିଶ୍ବକପର ଚମତ୍କାର ଆୟୋଜନ ସହିତ ବିଶ୍ବ ଦରବାରରେ ସମସ୍ତଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଥିଲା । ୨୦୧୮ ତୁଳନାରେ ୨୦୨୩ ବିଶ୍ବକପକୁ ଅଧିକ ଗ୍ରାଣ୍ଡ କରିବାକୁ ଅଣ୍ଟା ଭିଡିଛନ୍ତି ରାଜ୍ୟ ସରକାର । ଖେଳାଳି, ଅଧିକାରୀ ଓ ଦର୍ଶକମାନଙ୍କ ପାଇଁ ଏହା ଏକ ସ୍ମରଣୀୟ ବିଶ୍ବକପ୍‌ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରୟାସ କରାଯାଉଛି ।

ଇଟିଭି ଭାରତ, ଦେବଗଡ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.