ETV Bharat / state

ପୋଖରୀରୁ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

author img

By

Published : Apr 24, 2021, 6:21 PM IST

ପୋଖରୀରୁ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର
ପୋଖରୀରୁ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

ଦେବଗଡ଼ ସହର ସ୍ଥିତ ବାବା ବନ୍ଧ ପୋଖରୀରୁ ଜଣେ ଯୁବକଙ୍କ ଅର୍ଦ୍ଧ ଦଗ୍ଧ ମୃତଦେହ ଉଦ୍ଧାର। ପାରିବାରିକ କଳହରୁ ଯୁବକ ଜଣକ ଆତ୍ମହତ୍ୟା କରିଥାଇପାରନ୍ତି ବୋଲି ପ୍ରାଥମିକ ତଦନ୍ତରୁ ପୋଲିସର ଅନୁମାନ । ଅଧିକ ପଢନ୍ତୁ:

ଦେବଗଡ଼: ଦେବଗଡ଼ ସହର ସ୍ଥିତ ବାବା ବନ୍ଧ ପୋଖରୀରୁ ଜଣେ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର। ମୃତକ ଜଣକ ହେଉଛନ୍ତି ସ୍ଥାନୀୟ ମଠ ସାହିର କୁଶ ନାୟକ ଓ ସେ ମିସ୍ତ୍ରୀ କାମ କରୁଥିବା ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳୁ ପୋଖରୀରେ ଅର୍ଦ୍ଧଦଗ୍ଧ ମୃତଦେହ ପଡିଥିବା କିଛି ସ୍ଥାନୀୟ ଯୁବକ ଦେଖି ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଯୁବକଙ୍କ ଅର୍ଦ୍ଧ ଦଗ୍ଧ ମୃତଦେହ ଉଦ୍ଧାର କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଥିଲା ।

ସ୍ଥାନୀୟ ଲୋକେ ଏହାକୁ ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ସନ୍ଦେହ କରୁଥିବା ବେଳେ ପାରିବାରିକ କଳହ କାରଣରୁ ଯୁବକ ଜଣକ ଆତ୍ମହତ୍ୟା କରିଥାଇପାରନ୍ତି ବୋଲି ପ୍ରାଥମିକ ତଦନ୍ତରୁ ପୋଲିସ ଅନୁମାନ କରୁଛି। ମୃତ୍ୟୁର ସଠିକ କାରଣ ଜଣା ପଡିନଥିବା ବେଳେ ଦେବଗଡ଼ ଏସଡ଼ିପିଓ ପ୍ରତ୍ୟୁଷ କୁମାର ମହାପାତ୍ରଙ୍କ ନେତୃତ୍ବରେ ଏକ ପୋଲିସ ଟିମ ଘଟଣାର ଅନୁସନ୍ଧାନ ଜାରି ରଖିଛି ।

ଦେବଗଡ଼ରୁ ସରୋଜ ଶତପଥି, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.