୧୫ ଦଫା ଦାବି ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନବାଡି କର୍ମୀ

author img

By

Published : Sep 25, 2021, 11:07 AM IST

ସ୍କିମ ୱାର୍କରଙ୍କ ପ୍ରତିବାଦ ଶୋଭାଯାତ୍ରା: ୧୫ ଦଫା ଦାବି ନେଇ ଘେରିଲେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ

ରାଜ୍ୟ ସରକାରଙ୍କର ବିଭିନ୍ନ ଯୋଜନାରେ କାର୍ଯ୍ୟରତ କର୍ମଚାରୀଙ୍କ ୧୫ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ଼ ୟୁନିୟନ ପକ୍ଷରୁ ପ୍ରତିବାଦ ଶୋଭାଯାତ୍ରା କରାଯାଇଛି । ଅଧିକ ପଢନ୍ତୁ...

ଢେଙ୍କାନାଳ: ରାଜ୍ୟ ସରକାରଙ୍କର ବିଭିନ୍ନ ଯୋଜନାରେ କାର୍ଯ୍ୟରତ କର୍ମଚାରୀଙ୍କ ୧୫ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ଼ ୟୁନିୟନ ପକ୍ଷରୁ ପ୍ରତିବାଦ ଶୋଭାଯାତ୍ରା କରାଯାଇଛି । ଏହି ଅବସରରେ ଢେଙ୍କାନାଳ ଜିଲ୍ଲାର ସମସ୍ତ ଅଙ୍ଗନବାଡି କର୍ମୀ, ଆଶା କର୍ମୀ, ପାଚିକା ମାନେ ଏକ ବିଶାଳ ଶୋଭାଯାତ୍ରାରେ ଯାଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଘେରାଉ କରିଥିଲେ ।

ସ୍କିମ ୱାର୍କରଙ୍କ ପ୍ରତିବାଦ ଶୋଭାଯାତ୍ରା: ୧୫ ଦଫା ଦାବି ନେଇ ଘେରିଲେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ

ନିଖିଳ ଓଡିଶା ଅଙ୍ଗନବାଡି କର୍ମୀ ସଙ୍ଘ ପକ୍ଷରୁ ଏହି ସ୍କିମ ୱାର୍କର ମାନଙ୍କୁ ସ୍ଥାୟୀ ନିଯୁକ୍ତି, ସର୍ବନିମ୍ନ ଦରମା ୨୧ ହଜାର ଦାବି ଓ ପେନସନ ଆଦି ୧୫ ଦଫା ଦାବି ନେଇ ଏହି ପ୍ରତିବାଦ ପ୍ରଦର୍ଶନ କରିବା ସହ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଥିଲେ । ଏ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଜିଲ୍ଲା ପ୍ରଶାସନ ମାଧ୍ୟମରେ ପ୍ରଦାନ କରିଛନ୍ତି । ତେବେ ଦାବିପୂରଣ ନହେଲେ ଆଗାମୀ ସମୟରେ ଭୟଙ୍କର ଆନ୍ଦୋଳନ କରାଯିବ ବୋଲି ନିଖିଳ ଓଡିଶା ଅଙ୍ଗନବାଡି କର୍ମୀ ସଂଘ ପକ୍ଷରୁ ଚେତାବନୀ ଦେଇଛନ୍ତି ।

ଢେଙ୍କାନାଳରୁ ଉର୍ମିଳା ପାତ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.