ETV Bharat / state

୩୦୦ ଶଯ୍ୟା ବିଶିଷ୍ଟ ହେବ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ

author img

By

Published : Jul 14, 2021, 10:18 PM IST

ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ କରାଯିବ ୩୦୦ ଶଯ୍ୟା ବିଶିଷ୍ଟ । ଏନେଇ ପଦକ୍ଷେପ ନିଆଯାଇଛି ବୋଲି ଆଜି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ...

୩୦୦ ଶଯ୍ୟା ବିଶିଷ୍ଟ ହେବ ଢେଙ୍କାନାଳର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ
୩୦୦ ଶଯ୍ୟା ବିଶିଷ୍ଟ ହେବ ଢେଙ୍କାନାଳର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ

ଭୁବନେଶ୍ବର: ଜିଲ୍ଲାର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ବଡ଼ ପଦକ୍ଷେପ ନିଆଯାଇଛି । ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ କରାଯିବ ୩୦୦ ଶଯ୍ୟା ବିଶିଷ୍ଟ । ଏନେଇ ପଦକ୍ଷେପ ନିଆଯାଇଛି ବୋଲି ଆଜି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଢେଙ୍କାନାଳ ଜିଲ୍ଲାରେ ଲୋକମାନଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ କରାଯାଉଛି । ଖଣି ଖଚିତ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ୩୦୦ ଶଯ୍ୟା ବିଶିଷ୍ଟ କରାଯିବ । ଏହାସହ ଜିଲ୍ଲାରେ ଚାଲିଥିବା ମେଗା ପାଇପ ଜଳ ଯୋଗାଣ ପ୍ରକଳ୍ପ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହାଦ୍ବାରା ଜିଲ୍ଲାର ୮ଟି ବ୍ଲକ ଓ ସବୁ ସହରାଞ୍ଚଳରେ ଘରେ ଘରେ ପାଇପ ପାଣି ସୁବିଧାରେ ମିଳିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ମହାପାତ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.