ଆଜି ଗଜଲକ୍ଷ୍ମୀ ପୂଜା, ଚଳଚଞ୍ଚଳ ଗାଁ ଠୁ ସହର

author img

By

Published : Oct 19, 2021, 8:19 AM IST

ଆଜି ଧରାପୃଷ୍ଠକୁ ଅବତରଣ କରିବେ ଧନଧାତ୍ରୀ ମା' ଲକ୍ଷ୍ମୀ

ଜଗତଜନନୀ ମା' ଦୁର୍ଗାଙ୍କ ମେଲାଣୀ ପରେ ଆଜି ଧରାପୃଷ୍ଠକୁ ଅବତରଣ କରିବେ ଧନଦାତ୍ରୀ ମା' ଲକ୍ଷ୍ମୀ । ଚଳଚଞ୍ଚଳ ଗାଁ ଠୁ ସହର । ଅଧିକ ପଢନ୍ତୁ...

ଭୁବନେଶ୍ବର/ ଢେଙ୍କାନାଳ: କରାଗ୍ରେ ବସତି ଲକ୍ଷ୍ମୀ, କରମଧ୍ୟେ ସରସ୍ବତୀ । କରମୂଳେ ତୁ ଗୋବିନ୍ଦଃ, ପ୍ରଭାତେ କର ଦର୍ଶନମ୍ । ଆଜି ଓଡିଶାର ଅନ୍ୟତମ ପ୍ରସିଦ୍ଧ ଗଣପର୍ବ ଗଜଲକ୍ଷ୍ମୀ ପୂଜା । ଜଗତଜନନୀ ମା' ଦୁର୍ଗାଙ୍କ ମେଲାଣୀ ପରେ ଆଜି ଧରାପୃଷ୍ଠକୁ ଅବତରଣ କରିବେ ଧନଦାତ୍ରୀ ମା' ଲକ୍ଷ୍ମୀ । ଏନେଇ ଚଳଚଞ୍ଚଳ ହୋଇଉଠିଛି ଗାଁଠୁ ସହର । ସାଧାରଣତ ଓଡିଆ ପରମ୍ପରାରାରେ ମା' ଲକ୍ଷ୍ମୀଙ୍କୁ ପୂଜା କଲେ ଧନ ପ୍ରାପ୍ତି ହେବା ନେଇ ବିଶ୍ବାସ ରହିଛି । ମା'ଲକ୍ଷ୍ମୀଙ୍କୁ ଧନସମ୍ପଦ, ସୌଭାଗ୍ୟ, ସୁଖ୍ୟାତି, ସୁଖସମୃଦ୍ଧି, ସୌନ୍ଦର୍ଯ୍ୟ ଓ ପ୍ରେମର ଦେବୀ ମଧ୍ୟ କୁହାଯାଏ । । ଲକ୍ଷ୍ମୀଙ୍କର ନାମ ଲକ୍ଷ ଶବ୍ଦରୁ ଆସିଛି । ରାମାୟଣ ମତେ ସମୁଦ୍ର ମନ୍ଥନ ସମୟରେ ଅମୃତପାତ୍ର ଧରି ସେ ପୃଥିବୀ ପୃଷ୍ଠକୁ ଆସିଥିଲେ । ଏଥି ପାଇଁ ତାଙ୍କୁ ସମୁଦ୍ର କନ୍ୟା ମଧ୍ୟ କୁହାଯାଏ । ଓଡିଶାର ବିଭିନ୍ନ ସ୍ଥାନରେ ଏହି ପୂଜା ବେଶ ଧୂମଧାମରେ କରାଯାଏ । ସାଧାରଣତଃ ଗଜଲକ୍ଷ୍ମୀଙ୍କୁ ଦିନଟିଏ ପାଇଁ ହିଁ ପୂଜା କରାଯାଉଥିବା ବେଳେ କେତେକ ସ୍ଥାନରେ ଏହି ପୂଜା ୭/୧୦ ଦିନ ଧରି କରାଯାଇଥାଏ ।

ଓଡିଶାର ବିଭିନ୍ନ ସ୍ଥାନରେ ଲକ୍ଷ୍ମୀପୂଜା ବେଶ ଜାକଜକମରେ କରାଯାଉଥିବା ବେଳେ ଢେଙ୍କାନାଳ ଜିଲ୍ଲା ଏଥିପାଇଁ ପ୍ରସିଦ୍ଧ । ଲକ୍ଷ୍ମୀପୂଜା ଆସିଲେ ଢେଙ୍କାନାଳ ସହରକୁ ଲୋକଙ୍କ ସୁଅ ଛୁଟେ । ଚିକିମିକି ଆଲୁଅରେ ସହର ଝଲସି ଉଠୁଥିବା ବେଳେ ପୂଜାମଣ୍ଡପ ଗୁଡିକରେ ଲୋକଙ୍କ ଭିଡ ଜମେ । କେତେକ ସ୍ଥାନରେ ଗଜଲକ୍ଷ୍ମୀ ପୂଜା ୭ରୁ ୧୦ ଦିନ ହେଇଥିବା ବେଳେ ଢେଙ୍କାନାଳ ସହରରେ ୧୧ ଦିନ ଧରି ହୋଇଥାଏ । ତେବେ ଚଳିତ ବର୍ଷ ସହରର ୩୮ଟି ପୂଜା ମଣ୍ଡପରେ ପୂଜା ପାଇବେ ମା' । କିନ୍ତୁ ଗତବର୍ଷ ପରି ଚଳିତ ବର୍ଷ ମଧ୍ୟ କୋରୋନା କଟକଣା ମଧ୍ୟରେ ମାଙ୍କୁ ପୂଜା କରାଯିବ । ଭକ୍ତଙ୍କୁ ପୂଜା ମଣ୍ଡପ ଗୁଡିକୁ ଯିବାକୁ ବାରଣ କରାଯାଇଥିବା ବେଳେ କେବଳ ସୀମିତ ସଂଖ୍ୟକ ପୂଜକଙ୍କ ଉପସ୍ଥିତିରେ ମା'ଙ୍କୁ ପୂଜା କରାଯିବ । ଆଜି ସନ୍ଧ୍ୟାରେ ମଣ୍ଡପ ଗୁଡିକରେ ଅର୍ଣ୍ଣପୂର୍ଣ୍ଣା ମା' ଲକ୍ଷ୍ମୀଙ୍କୁ ଆବାହନ କରାଯିବ ।

ଢେଙ୍କାନାଳରେ ମହାଲକ୍ଷ୍ମୀ ପୂଜାର ପ୍ରସିଦ୍ଧି ପଛରେ ଐତିହାସିକ କାରଣ ମଧ୍ୟ ରହିଛି । ଢେଙ୍କାନାଳ ଇତିହାସ ବର୍ଣ୍ଣନା କାରାଯାଇଛି ଯେ ଏଠାକାର ରାଜବଂଶ କୃଷ୍ଣ ବାସୁଦେବଙ୍କର ଉପାସକ ଭାବେ ବୈଷ୍ଣବ ମଠ ପ୍ରତିଷ୍ଠା କରିଥିଲେ । କୁଞ୍ଜକାନ୍ତର କୃଷ୍ଣମନ୍ଦିର ଏହି ରାଜବଂଶ ଆରାଧ୍ୟ ଦେବତା, ବଳରାମ ମନ୍ଦିର, ଜଗନ୍ନାଥ ମନ୍ଦିର, ବୃନ୍ଦାବନ ମନ୍ଦିର, ବୃନ୍ଦାବନଚନ୍ଦ୍ର ମନ୍ଦିର, କପିଳାସର ନାରାୟଣ ମନ୍ଦିର, ନୃସିଂହ ଓ ଲକ୍ଷ୍ମୀମୁର୍ତ୍ତୀ ପ୍ରତିଷ୍ଠା, ଚୈତନ୍ୟଙ୍କ ପାଦଚିହ୍ନ ପ୍ରତିଷ୍ଠା ଇତ୍ୟାଦି ବହୁବିଧ ପଦକ୍ଷେପ ଯୋଗୁଁ ବିଷ୍ଣୁ ପୂଜାର ପରମ୍ପରା ପ୍ରଜାଙ୍କ ଦ୍ଵାରା ଆଦୃତ ହୋଇପାରିଥିବାରୁ ବିଷ୍ଣୁଙ୍କର ପତ୍ନୀ ଭାବରେ ଲକ୍ଷ୍ମୀ ପୂଜାର ପରମ୍ପରା ଏଠାରେ ଗଢିଉଠିଥିଲା ।ଏହି ପୂଜା ପ୍ରଥମ ଥର ପାଇଁ ଢେଙ୍କାନାଳରେ ୧୯୨୩ ମସିହାରେ କୁଞ୍ଜସାହୁ ଛକ (ବର୍ତ୍ତମାନର ଗଣେଶ ବଜାର)ଠାରେ ଆରମ୍ଭ ହୋଇଥିଲା ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.