ଜଙ୍ଗଲରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

author img

By

Published : Sep 4, 2022, 10:40 AM IST

ଜଙ୍ଗଲରୁ ଯୁବକର ଝୁଲନ୍ତା ମୃତଦେହ ଉଦ୍ଧାର

ସେରଙ୍ଗ ଥାନା ଅନ୍ତର୍ଗତ ନାମନଗଡ ଗାଁ ଜଙ୍ଗଲରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ପୋଲିସର ତଦନ୍ତ ଜାରି । ଅଧିକ ପଢନ୍ତୁ

ଗଜପତି: ଜଙ୍ଗଲରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଗଜପତି ସେରଙ୍ଗ ଥାନା ଅନ୍ତର୍ଗତ ନାମନଗଡ ଗାଁ ଜଙ୍ଗଲରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ମୃତ ଯୁବକ ଜଣଙ୍କ ହେଉଛନ୍ତି ନାମନଗଡ ବଡସାହି ନାରାୟଣ ପାଇକ, ବୟସ ୩୭ ବର୍ଷ । ଏହା ହତ୍ୟା ନା ଆତ୍ମହତ୍ୟା ସେନେଇ ତଦନ୍ତ କରୁଛି ପୋଲିସ ।

ମିଳିଥିବା ସୂଚନା ଅନୁଯାୟୀ, ନାମନଗଡ ଗାଁର କିଛି ଲୋକ ଶନିବାର ସକାଳୁ କାଠ ସଂଗ୍ରହ ପାଇଁ ଜଙ୍ଗଲକୁ ଯାଇଥିଲେ । ଏହି ସମୟରେ ଜଙ୍ଗଲରେ ଏକ ମୃତଦେହ ଝୁଲୁଥିବା ଦେଖିବାକୁ ପାଇ ଗ୍ରାମବାସୀଙ୍କୁ ଖବର ଦେଇଥିଲେ । ଗ୍ରାମବାସୀ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ସେରଙ୍ଗ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି ।

ଜଙ୍ଗଲରୁ ଯୁବକର ଝୁଲନ୍ତା ମୃତଦେହ ଉଦ୍ଧାର

ଏହା ମଧ୍ୟ ପଢନ୍ତୁ-ଓଡିଶା ଦେଖିବ ସୂର୍ଯ୍ୟକିରଣ ସୋ, ଭୁବନେଶ୍ୱର-ପୁରୀରେ ଦମ ଦେଖାଇବ ବାୟୁସେନା

ଏହି ଘଟଣାର ପୋଲିସ ତଦନ୍ତ ଜାରି ରଖିଥିବା ବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ତେବେ ଏହା ହତ୍ୟା ନା ଆତ୍ମହତ୍ୟା ତାହା ତଦନ୍ତ ପରେ ଜଣାପଡିବ । ଏନେଇ ସେରଙ୍ଗ ଥାନା ଅଧିକାରୀ ଅଶୋକ କୁମାର ହାଁସଦା କହିଛନ୍ତି । ମୃତ ଯୁବକଙ୍କ ପରିବାର ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.