ETV Bharat / state

ମହିଳା ସଂରକ୍ଷଣ ବିଲକୁ ନେଇ ଖୁସି ଜାହିର କଲା ବିଜେପି ମହିଳା ମୋର୍ଚ୍ଚା

author img

By ETV Bharat Odisha Team

Published : Oct 12, 2023, 8:02 AM IST

Updated : Oct 12, 2023, 9:57 AM IST

ବିଧାନସଭାରେ ୩୩ ପ୍ରତିଶତ ଆସନ ମହିଳାଙ୍କ ପାଇଁ ସଂରକ୍ଷଣ ବିଲ୍ ପାରିତ ହୋଇଛି । ଏନେଇ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ନରେନ୍ଦ୍ର ମୋଦିଙ୍କୁ କୃତଜ୍ଞତା ଜଣାଇଛନ୍ତି ବିଜେପି ମହିଳା ମୋର୍ଚ୍ଚାର ରାଜ୍ୟ ସଭାନେତ୍ରୀ ଡ଼.ଐଶ୍ୱର୍ଯ୍ୟା ବିଶ୍ୱାଳ । ଅଧିକ ପଢ଼ନ୍ତୁ

women reservation bill
women reservation bill

bjp mahila morcha

ବ୍ରହ୍ମପୁର : ସଂସଦ ଓ ସମସ୍ତ ବିଧାନସଭାରେ ୩୩ ପ୍ରତିଶତ ଆସନ ମହିଳାଙ୍କ ପାଇଁ ସଂରକ୍ଷଣ ବିଲ୍ ପାରିତ ହୋଇଛି । ଏହାକୁ ନେଇ ଖୁସି ଜାହିର କଲା ବିଜେପି ମହିଳା ମୋର୍ଚ୍ଚା । ଏହି ଅବସରରେ ଗଞ୍ଜାମ ଜିଲ୍ଲା ମହିଳା ମୋର୍ଚ୍ଚାର ସଭାନେତ୍ରୀ ରତ୍ନଗର୍ଭା ସରସ୍ଵତୀ ଦେବୀଙ୍କ ନେତୃତ୍ବରେ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଯାଇଛି । ତେବେ ଏହି ସମ୍ମିଳନୀରେ କେନ୍ଦ୍ର ସରକାରଙ୍କ ଏଭଳି ଯୁଗାନ୍ତକାରୀ ନିଷ୍ପତ୍ତିକୁ ନେଇ ବିଜେପି ମହିଳା ମୋର୍ଚ୍ଚାର ରାଜ୍ୟ ସଭାନେତ୍ରୀ ଡ଼.ଐଶ୍ୱର୍ଯ୍ୟା ବିଶ୍ୱାଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଦ୍ଦେଶ୍ୟରେ କୃତଜ୍ଞତା ଜଣାଇଛନ୍ତି ।

ତେବେ ବ୍ରହ୍ମପୁର ଉତ୍କଳ ଆଶ୍ରମ ସ୍ଥିତ ସଭାଗୃହରେ ଗଞ୍ଜାମ ଜିଲ୍ଲା ମହିଳା ମୋର୍ଚ୍ଚାର କର୍ମକର୍ତ୍ତାମାନେ ଉପସ୍ଥିତ ରହି ସ୍ୱାଧୀନତା ପରଠୁ ଦେଶର କୌଣସି ରାଜନୈତିକ ଦଳ ମହିଳାଙ୍କ ଅଧିକାର ସାବ୍ୟସ୍ତ କ୍ଷେତ୍ରରେ ଉଚିତ ପଦକ୍ଷେପ ନେଇନଥିବା ବେଳେ କେବଳ କୁମ୍ଭୀର କାନ୍ଦଣା କାନ୍ଦିଛନ୍ତି ବୋଲି ଅଭିଯୋଗ କରିଛନ୍ତି ବିଜେପି ନେତ୍ରୀ । ମାତ୍ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୃଢ଼ ଇଚ୍ଛାଶକ୍ତି ବଳରେ ଦୀର୍ଘ ୨୭ ବର୍ଷ ଧରି ଅଟକିଥିବା ମହିଳା ଆରକ୍ଷଣ ବିଲ୍ ସଂସଦର ଉଭୟ ଗୃହରେ ପାରିତ ହୋଇ ଆଇନ୍‌ରେ ପରିଣତ ହୋଇପାରିଛି ବୋଲି କହିଛନ୍ତି ବିଜେପି ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଡ଼.ଐଶ୍ୱର୍ଯ୍ୟା ବିଶ୍ୱାଳ । ପ୍ରଥମଥର ପାଇଁ ଭାରତୀୟ ଜନତା ପାର୍ଟି ରାଜନୈତିକ କ୍ଷେତ୍ରରେ ମହିଳାଙ୍କୁ ସୁଯୋଗ ଦେଇ ଦୃଷ୍ଟାନ୍ତମୂଳକ ଉଦାହରଣ ସୃଷ୍ଟି କରିପାରିଛି ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ।

ଏହା ମଧ୍ୟ ପଢନ୍ତୁ-ମହିଳା ସଂରକ୍ଷଣ ବିଲ୍ ଶ୍ରେୟ କାହାର ? ଶ୍ରେୟ ନେବାକୁ ଜୋର ଧରିଲାଣି ରାଜନୀତି

ସେପଟେ ରାଜ୍ୟରେ ମହିଳା ଉତ୍ପୀଡ଼ନ ଘଟଣା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ମହିଳା ମୋର୍ଚ୍ଚା ରାଜ୍ୟ ସାଧାରଣ ସମ୍ପାଦିକା ବବିତା ପାତ୍ର କ୍ଷୋଭ ପ୍ରକାଶ କରିଛନ୍ତି । ଏଥି ସହିତ ଆଗାମୀ ଦିନରେ ମହିଳା ମୋର୍ଚ୍ଚା ପକ୍ଷରୁ ସାରା ରାଜ୍ୟରେ ଆନ୍ଦୋଳନାତ୍ମକ କାର୍ଯ୍ୟକ୍ରମ ହାତକୁ ନେବ ବୋଲି ସୂଚନା ଦେଇଛନ୍ତି । ଏହି ଅବସରରେ ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଡକ୍ଟର ଐଶ୍ୱର୍ଯ୍ୟା ବିଶ୍ବାଳଙ୍କୁ ଗଞ୍ଜାମ ଜିଲ୍ଲା ମହିଳା ମୋର୍ଚ୍ଚା ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । ଅନ୍ୟମାନଙ୍କ ମଧ୍ୟରେ କର୍ପୋରେଟର ସବିତା ସାହୁ, ବନିତା ସାହୁ,ମହିଳା ମୋର୍ଚ୍ଚା ଜିଲ୍ଲା ସାଧାରଣ ସମ୍ପାଦିକା ଅନୁଜା ନନ୍ଦ ବିଶ୍ଵାଳ, ବର୍ଷା ବିଦ୍ୟୁସ୍ମିତା ପାଳ ପ୍ରମୁଖ ସମ୍ମିଳନୀରେ ମଞ୍ଚାସୀନ ରହିଥିବା ବେଳେ ମହିଳା ମୋର୍ଚ୍ଚା ଜିଲ୍ଲା ନାରୀ ନେତ୍ରୀ ପ୍ରେମଶିଳା ନନ୍ଦ, ବରିଷ୍ଠ ନେତ୍ରୀ ସବିତା ନାୟକ ପ୍ରମୁଖ ଉପସ୍ଥିତ ଥିଲେ । ବିଜେପି ଗଞ୍ଜାମ ଜିଲ୍ଲା ଉପସଭାପତି ତଥା ମିଡ଼ିଆ ପ୍ରଭାରୀ ସୁନିଲ କୁମାର ସାହୁ, ଜିଲ୍ଲା ସାଧାରଣ ସମ୍ପାଦକ ପ୍ରଭାତ କିରଣ ଷଡ଼ଙ୍ଗୀ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

ଇଟିଭି ଭାରତ, ବ୍ରହ୍ମପୁର

Last Updated : Oct 12, 2023, 9:57 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.