ETV Bharat / state

ଘର ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

author img

By

Published : Nov 6, 2022, 7:41 PM IST

ଘର ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଗଞ୍ଜାମ ଜିଲ୍ଲା ଆସିକା ସହର କଳିଙ୍ଗ ରୋଡ଼ ସ୍ଥିତ ଏକ ଘର ବାରଣ୍ଡାରୁ ଯୁବକଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରିଛି ଆସିକା ପୋଲିସ । ଅଧିକ ପଢ଼ନ୍ତୁ

ଘର ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଘର ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭଞ୍ଜନଗର : ଘର ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଗଞ୍ଜାମ ଜିଲ୍ଲା ଆସିକା ସହର କଳିଙ୍ଗ ରୋଡ଼ ସ୍ଥିତ ଏକ ଘରୁ ଯୁବକଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରିଛି ଆସିକା ପୋଲିସ । ମୃତ ଯୁବକ ଜଣକ ନୟାଗଡ଼ ଜିଲ୍ଲା ଖଣ୍ଡପଡା ଅଞ୍ଚଳର ସୁଶାନ୍ତ ନାୟକ ବୋଲି ଜଣା ପଡ଼ିଛି । ସୁଶାନ୍ତ କିଛିମାସ ହେଲା ଆସିକା ମେଟ୍ରୋ ବଜାରରେ ଆସିଷ୍ଟାଣ୍ଟ୍‌ ମ୍ୟାନେଜର ଭାବେ କାର୍ଯ୍ୟ କରୁଥିଲେ ।

ଘର ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଆଜି ସକାଳୁ ସୁଶାନ୍ତ ରହୁଥିବା ଭଡ଼ାଘର ବାରଣ୍ଡା ସିଡ଼ି ରେଲିଙ୍ଗରେ ବେକରେ ଲୁଗା ଦେଇ ଝୁଲିପଡ଼ିଥିବା ଅଭିଯୋଗ ହୋଇଛି । ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଝୁଲନ୍ତା ମୃତଦେହକୁ ଉଦ୍ଧାର କରିଛି । ଏନେଇ ପୋଲିସ ଏକ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ସ୍ଥାନୀୟ ହସ୍ପିଟାଲକୁ ପଠାଇଥିଲେ । ସୁଶାନ୍ତଙ୍କ ମୃତ୍ୟୁର କାରଣ ନେଇ କୌଣସି ସୂଚନା ଦେଇନି ପୋଲିସ । ବ୍ୟବଚ୍ଛେଦ ରିପୋର୍ଟ ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ।

ଯଦି ସୁଶାନ୍ତ ଆତ୍ମହତ୍ୟା କରିଛନ୍ତି ତେବେ କେଉଁ କାରଣ ପାଇଁ ସେ ଏଭଳି ନିଷ୍ପତ୍ତି ନେଲେ ସେନେଇ ପଚରାଉଚରା କରୁଛି ପୋଲିସ । ଏହାସହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ପୋଲିସ କହିଛି । ଅନ୍ୟପକ୍ଷରେ ଏହି ଘଟଣା ପରେ ପରିବାରରେ ଶୋକର ଛାୟା ଖେଳିଯାଇଥିବା ବେଳେ କ୍ୟାମେରା ଆଗରେ କୌଣସି ପ୍ରତିକ୍ରିୟା ରଖିନି ପୋଲିସ ।

ଇଟିଭି ଭାରତ, ଭଞ୍ଜନଗର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.