ଜଗତସିଂହପୁରରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

author img

By

Published : Jan 26, 2023, 1:12 PM IST

ଜଗତସିଂହପୁରରେ ଜିଲ୍ଲାସ୍ତରୀୟ ସାଧାରଣ ତନ୍ତ୍ର ଦିବସ ପାଳିତ

ଜଗତସିଂହପୁରରେ 74ତମ ସାଧାରଣ ତନ୍ତ୍ର ଦିବସ ପାଳିତ ହୋଇଛି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ଜିଲ୍ଲାସ୍ତରୀୟ ସାଧାରଣ ତନ୍ତ୍ର ଦିବସରେ ପତାକା ଉତ୍ତୋଳନ କରିଛନ୍ତି । ଅଧିକ ପଢନ୍ତୁ

republic day celebration in jagatsinghpur

ଜଗତସିଂହପୁର: ସାଧାରଣତନ୍ତ୍ର ଦିବସ ପାଳୁଛନ୍ତି ଦେଶବାସୀ । ସବୁଠି ଫରଫର ହୋଇ ଉଡୁଛି ତ୍ରିରଙ୍ଗା । ଜିଲ୍ଲା ସହରସ୍ଥିତ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମରେ 74ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ଏହାସହ ସମିଳିତ ପରେଡ଼ରେ ଅଭିଭାଦନ ଗ୍ରହଣ କରିଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ।

ରାଜ୍ୟରେ ଜଗତସିଂହପୁର ଜିଲ୍ଲା ଶିକ୍ଷାକ୍ଷେତ୍ରରେ ଏକ ଅଗ୍ରଣୀ ଭୂମିକା ଗ୍ରହଣ କରିଛି । ଜଗତସିଂହପୁର ଜିଲ୍ଲା ବହୁ ସ୍ଵାଧୀନତା ସଂଗ୍ରାମୀଙ୍କୁ ଜନ୍ମ ଦେଇଛି । ଯାହାକୁ ନେଇ ଏ ମାଟି ଧନ୍ୟ ବୋଲି କହିଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ। ରାଜ୍ୟରେ ବିକାଶ ତ୍ୱରାନ୍ୱିତ ହେଉଛି । ରାଜ୍ୟ ସରକାର ବହୁ ଜନ ହିତକର କାର୍ଯ୍ୟ କରି ଦେଶ ଓ ବିଦେଶରେ ଉଞ୍ଚ ପ୍ରଶଂସିତ ହେଉଛନ୍ତି । ଯାହା ଆମ ରାଜ୍ୟର ବିକାଶକୁ ତ୍ୱରାନ୍ୱିତ କରୁଥିବା କହିଛନ୍ତି ମନ୍ତ୍ରୀ ପ୍ରମିଳା ମଲ୍ଲିକ ।


ଏହି ଉତ୍ସଵରେ ଶାସକ ଦଳର ମୁଖ୍ୟ ସଚେତକ ପ୍ରଶାନ୍ତ କୁମାର ମୁଦୁଲି, ଜିଲ୍ଲାପାଳ ପାରୁଲ ପଟୱାରୀ, ଏସପି ରାହୁଲ ପି ଆର ପ୍ରମୁଖ ଉପସ୍ଥିତ ଥିଲେ। ଜିଲ୍ଲା ପୋଲିସ, ସ୍କାଉଟ ଗାଇଡ଼, ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ଭାଗ ନେଇଥିଲେ । ବିଭିନ୍ନ ବାର୍ତ୍ତା ନେଇ ପ୍ରଜ୍ଞାପନ ରଥ ପ୍ରଦର୍ଶିତ ହୋଇଥିଲା । ବିଭିନ୍ନ ଛାତ୍ରଛାତ୍ରୀ ଦ୍ବାରା ପରେଡ ହୋଇଥିଲା ।

୧୯୪୭ ମସିହା ଅଗଷ୍ଟ ୧୫ ତାରିଖରେ ଦେଶ ବ୍ରିଟିଶ ସରକାର କବଳରୁ ସ୍ବାଧୀନ ହୋଇଥିଲା, କିନ୍ତୁ ଦେଶ ପରିଚାଳନା ପାଇଁ କୌଣସି ସାମ୍ବାଧାନିକ ବ୍ୟବସ୍ଥା ନଥିଲା । ଏହାପରେ ବାବା ସାହେବ ଆମ୍ବେଦକରଙ୍କ ନେତୃତ୍ବରେ ଏକ ସମ୍ବିଧାନ ଡ୍ରାଫ୍ଟିଂ କମିଟି ଗଠନ କରାଯାଇ ୧୯୪୯ ମସିହା ନଭେମ୍ବର ୨୬ ତାରିଖରେ ବିଶ୍ବର ଦୀର୍ଘତମ ଲିଖିତ ସମ୍ବିଧାନ ଆଗତ କରାଯାଇଥିଲା । ଏହାର ଠିକ୍ ଦୁଇ ବର୍ଷ ପରେ ଅର୍ଥାତ ୧୯୫୦ ମସିହା ଜାନୁଆରୀ ୨୬ରେ ଭାରତ ଏକ ସାର୍ବଭୌମତ୍ବ ଗଣତାନ୍ତ୍ରିକ ରାଷ୍ଟ୍ର ରୂପେ ପରିଗଣିତ ହେବା ସହ ଲିଖିତ ସମ୍ବିଧାନ ବ୍ୟବସ୍ଥାର କାର୍ଯ୍ୟକାରୀ ହୋଇଥିଲା । ସେବେଠୁ ଏହି ଦିନକୁ ସମ୍ମାନ ଜଣାଇ ସାଧାରଣତନ୍ତ୍ର ଦିବସ ବା ଗଣତନ୍ତ୍ର ଦିବସ ପାଳନ ହୋଇଆସୁଛି ।


ଇଟିଭି ଭାରତ,ଜଗତସିଂହପୁର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.