ETV Bharat / state

ଆଜି BSKY ସ୍ମାର୍ଟ ସ୍ବାସ୍ଥ୍ୟ ସେବାରେ ସାମିଲ ହେବ ବାଣୀକ୍ଷେତ୍ର

author img

By

Published : Dec 14, 2021, 7:50 AM IST

ଆଜି BSKY ସ୍ମାର୍ଟ ସ୍ବାସ୍ଥ୍ୟ ସେବାରେ ସାମିଲ ହେବ ବାଣୀକ୍ଷେତ୍ର
ଆଜି BSKY ସ୍ମାର୍ଟ ସ୍ବାସ୍ଥ୍ୟ ସେବାରେ ସାମିଲ ହେବ ବାଣୀକ୍ଷେତ୍ର

ଗତକାଲି କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ଏହି ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଶେଷ ହୋଇଥିବାବେଳେ ଆଜି (ମଙ୍ଗଳବାର) ଜଗତସିଂହପୁର ଜିଲ୍ଲାରେ ସ୍ମାର୍ଟ ହେଲଥ କାର୍ଡ (Smart health card) ବାଣ୍ଟିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (CM Naveen Patnaik) । ଏନେଇ ସ୍ବାସ୍ଥ୍ୟ ପରିବାର କଲ୍ୟାଣ ପକ୍ଷରୁ ସୂଚନା ମିଳିଛି । ଅଧିକ ପଢନ୍ତୁ

ଜଗତସିଂହପୁର: ସ୍ମାର୍ଟ ସ୍ବାସ୍ଥ୍ୟସେବାରେ ସାମିଲ ହେଉଛି ଆମ ରାଜ୍ୟ ଓଡିଶା । ଲୋକଙ୍କୁ ମାଗଣା ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ଜାରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ (Biju Swasthya Kalyan Yojana) ଯୋଜନାରେ ଜାରି ରହିଛି ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ । ଗତକାଲି କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ଏହି କାର୍ଯ୍ୟକ୍ରମ ଶେଷ ହୋଇଥିବାବେଳେ ଆଜି (ମଙ୍ଗଳବାର) ଜଗତସିଂହପୁର ଜିଲ୍ଲାରେ ସ୍ମାର୍ଟ ହେଲଥ କାର୍ଡ (Smart health card) ବାଣ୍ଟିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (CM Naveen Patnaik) । ଏନେଇ ସ୍ବାସ୍ଥ୍ୟ ପରିବାର କଲ୍ୟାଣ ପକ୍ଷରୁ ସୂଚନା ମିଳିଛି ।

ସ୍ମାର୍ଟ ହେଲଥ କାର୍ଡର ଶୁଭାରମ୍ଭ ସହିତ ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଶୁଭାରମ୍ଭ ଓ ଭିତ୍ତିପ୍ରସ୍ତର ସ୍ଥାପନ ହେବ । କାର୍ଡ ବଣ୍ଟନ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ପରିବାରର ସମସ୍ତ ସଦସ୍ୟଙ୍କ ପାଇଁ ବର୍ଷକୁ ୫ ଲକ୍ଷ ଟଙ୍କା ଓ ବିଶେଷ କରି ମହିଳାଙ୍କ ପାଇଁ ବର୍ଷକୁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସହାୟତା ଦେବ ଏହି ସ୍ମାର୍ଟ ହେଲଥ କାର୍ଡ ।

ଏହା ପୂର୍ବରୁ କଟକ, ଖୋର୍ଦ୍ଧା ଗଞ୍ଜାମ, ବାଲେଶ୍ବର, ଭଦ୍ରକ, ବୌଦ୍ଧ, ଝାରସୁଗୁଡା, ମୟୂରଭଞ୍ଜ, ଗଜପତି, ସୁନ୍ଦରଗଡ, ମାଲକାନଗିରି, କଳାହାଣ୍ଡି, ନୂଆପଡା, ଦେବଗଡ ଓ ବରଗଡ ହିତାଧିକାରୀଙ୍କୁ ସ୍ମାର୍ଟ ହେଲଥ କାର୍ଡ ବିତରଣ ସରିଛି । ଆଜି ନୟାଗଡ ଜିଲ୍ଲାରେ ମଧ୍ୟ ଏହି କାର୍ଡ ଶୁଭାରମ୍ଭ ହେବ । ମାଲକାନଗିରିରୁ ପ୍ରଥମେ ଆରମ୍ଭ ହୋଇଥିଲା ସ୍ବାସ୍ଥ୍ୟ ସେବାର ଏହି ଐତିହାସିକ ଯାତ୍ରା । ରାଜ୍ୟରେ ସାଢେ 3 କୋଟି ଲୋକଙ୍କୁ ସ୍ମାର୍ଟ ହେଲଥ କାର୍ଡ ଦେବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ରାଜ୍ୟବାସୀଙ୍କୁ ସମୂର୍ଣ୍ଣ ମାଗଣା ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ଏହାର ଲକ୍ଷ୍ୟ ।

ବ୍ୟୁରୋ ରିପୋର୍ଟ,ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.