ETV Bharat / state

ବିଂଝାରପୁରରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାର ମୁଖ୍ୟ ଅଭିଯୁକ୍ତ ଗିରଫ

author img

By

Published : Feb 20, 2022, 11:02 PM IST

Updated : Feb 21, 2022, 7:11 AM IST

ବିଂଝାରପୁରରେ ସାମ୍ବାଦିକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ । ଅଧିକ ପଢନ୍ତୁ

ବିଂଝାରପୁରରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ
ବିଂଝାରପୁରରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ

ଯାଜପୁର: ବିଂଝାରପୁରରେ ସାମ୍ବାଦିକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାକୁ ନେଇ ରାଜ୍ୟ ସ୍ତରରେ ପ୍ରତିବାଦ ପରେ ଆକ୍ସନ ମୋଡକୁ ଆସିଛି ପୋଲିସ । ତେବେ ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ ରାକେଶ ମଳିକଙ୍କୁ ପୋଲିସ ଗିରଫ କରିଛି। ସେହିପରି ଏହି ଘଟଣାରେ ସମ୍ପୃକ୍ତ ଥିବା କୌଣସି ବ୍ୟକ୍ତିଙ୍କୁ ଛଡ଼ାଯିବ ନାହିଁ ଓ ସେମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସପି ରାହୁଲ ପି ଆର ସୂଚନା ଦେଇଛନ୍ତି ।

ବିଂଝାରପୁରରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାର ମୁଖ୍ୟ ଅଭିଯୁକ୍ତ ଗିରଫ

କେନ୍ଦ୍ରାଞ୍ଚଳ ପୋଲିସ ଆଇଜି ନରସିଂହ ଭୋଳ ଓ ଯାଜପୁର ଏସପି ରାହୁଲ ପି ଆର ବିଂଝାରପୁର ଗସ୍ତ କରି ପରିସ୍ଥିତିର ସମୀକ୍ଷା କରିଛନ୍ତି । ପୂର୍ବରୁ ପୋଲିସ ଫୋର୍ସ ବାଛୋଳ ପଞ୍ଚାୟତର ବିଭିନ୍ନ ସ୍ଥାନରେ ଚଢ଼ାଉ କରି 20ରୁ ଉର୍ଦ୍ଧ୍ବ ଆକ୍ରମଣକାରୀଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି ।

ଯାଜପୁରରୁ ଜ୍ଞାନ ରଞ୍ଜନ ଓଝା, ଇଟିଭି ଭାରତ

Last Updated :Feb 21, 2022, 7:11 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.