ETV Bharat / state

ବର୍ଦ୍ଧିତ ବିଦ୍ୟୁତ ଦେୟ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ

author img

By

Published : Apr 6, 2021, 4:26 PM IST

ଯାଜପୁରରେ ବର୍ଦ୍ଧିତ ବିଦ୍ୟୁତ ଦେୟ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ । କଂଗ୍ରେସ ପକ୍ଷରୁ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା ସୂଚନା । ଅଧିକ ପଢନ୍ତୁ...

ବର୍ଦ୍ଧିତ ବିଦ୍ୟୁତ ଦେୟ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ
ବର୍ଦ୍ଧିତ ବିଦ୍ୟୁତ ଦେୟ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ

ଯାଜପୁର: ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ବର୍ଦ୍ଧିତ ବିଦ୍ୟୁତ ଦେୟ ପ୍ରତ୍ୟାହାର ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ । କୋରେଇ କଂଗ୍ରେସ ପକ୍ଷରୁ ବିଧାୟିକା ପ୍ରାର୍ଥୀନି ତଥା ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ ବନ୍ଦିତା ପରିଡାଙ୍କ ନେତୃତ୍ୱରେ ଏହି ପ୍ରତିବାଦ କରାଯାଇଛି ।

ବର୍ଦ୍ଧିତ ବିଦ୍ୟୁତ ଦେୟ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ

ପ୍ରଥମେ ବ୍ୟାସନଗରସ୍ଥିତ ବିଦ୍ୟୁତ ଅଧିକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଓ ପରେ ପାଣିକୋଇଲି ବିଦ୍ୟୁତ ଉପଖଣ୍ଡ ଅଧିକାରୀ ଓ କନିଷ୍ଠ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ଉକ୍ତ ବିକ୍ଷୋଭସ୍ଥଳରେ କୋରେଇ ନିର୍ବାଚନ ମଣ୍ଡଳୀର ଶତାଧିକ କଂଗ୍ରେସ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହି ଅଭିଭାଷଣ ପ୍ରଦାନ କରିଥିଲେ । ଗତ କୋଭିଡ ସମୟରେ ବିଦ୍ୟୁତ ବିଲ ୟୁନିଟ ପିଛା ୨୦ ପଇସା ବୃଦ୍ଧି ଏବଂ ଏବେ ନୂଆ ୟୁନିଟ ପିଛା ୩୦ ପଇସା ବୃଦ୍ଧିକୁ ନେଇ ରାଜ୍ୟ ସରକାରଙ୍କୁ ତୀବ୍ର ବିରୋଧ ଓ ସମାଲୋଚନା କରିବା ସହ ମହାମହିମ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି ।

ଯାଜପୁରରୁ ଜ୍ଞାନ ରଞ୍ଜନ ଓଝା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.