ETV Bharat / state

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା

author img

By

Published : Dec 10, 2021, 10:50 PM IST

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟାକାଣ୍ଡ । ଆଜି(ଶୁକ୍ରବାର) ସକାଳୁ ଯାଜପୁର ଥାନା ବୃନ୍ଦାବନପୁର ଗାଁରେ ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଅଧିକ ପଢନ୍ତୁ

ଯାଜପୁର: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟାକାଣ୍ଡ (murder due to past enmity) । ଆଜି(ଶୁକ୍ରବାର) ସକାଳୁ ଯାଜପୁର ଥାନା ବୃନ୍ଦାବନପୁର ଗାଁରେ ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଟୁରି ଚୋଟରେ ଗାଁର ପ୍ରକାଶଚନ୍ଦ୍ର ଦାସଙ୍କ ମୃତ୍ୟୁ ହୋଇଛି । ଗାଁକୁ ଷ୍ଟ୍ରିଟ ଲଗାଇବା ପାଇଁ ଆସିଥିବା ବେଳେ ଏହାକୁ ନେଇ ପ୍ରକାଶ ଏବଂ ଦେବ ମଲ୍ଲିକଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା । ଏଥିରେ ଉତକ୍ଷିପ୍ତ ହୋଇ ଦେବ ପ୍ରକାଶଙ୍କୁ କଟୁରିରେ ହାଣି ଦେଇଥିଲେ ।

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା

ଗୁରୁତର ଅବସ୍ଥାରେ ତାଙ୍କୁ ଯାଜପୁର ଜିଲ୍ଲା ମୁଖ୍ୟ ଡାକ୍ତର ଖାନାରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ସେପଟେ ଅଭିଯୁକ୍ତ ଦେବଙ୍କୁ ଗ୍ରାମବାସୀ ଅଟକ ରଖି ପୋଲିସରେ ଜିମା ଦେଇଛନ୍ତି । ଉଭୟଙ୍କ ମଧ୍ୟରେ ପୂର୍ବରୁ ବିବାଦ ଲାଗି ରହିଥିଲା । ହତ୍ୟାକାଣ୍ଡକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି । ପୋଲିସ ଏହାର ତଦନ୍ତ ଆରମ୍ଭ କରିଛି ।

ଯାଜପୁରରୁ ଜ୍ଞାନ ରଞ୍ଜନ ଓଝା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.