ETV Bharat / state

ଝାରସୁଗୁଡା ଜିଲ୍ଲାପାଳଙ୍କୁ ନିଲମ୍ବନ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

author img

By

Published : Aug 14, 2019, 9:25 AM IST

Updated : Aug 14, 2019, 3:01 PM IST

ଫଟୋ ସୌଜନ୍ୟ- ପ୍ରତିନିଧି, ଝାରସୁଗୁଡା

ଝାରସୁଗୁଡା ଜିଲ୍ଲାର ଜିଲ୍ଲାପାଳଙ୍କୁ ନିଲମ୍ବନ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ । ହାଇକୋର୍ଟଙ୍କ ନିର୍ଦ୍ଦେଶ ଉଲ୍ଲଂଘନ ଅଭିଯୋଗର ଶୁଣାଣି କରି ମୁଖ୍ୟ ବିଚାରପତି ଜଷ୍ଟିସ କେ.ଏସ ଜାଭେରୀ ଓ ଜଷ୍ଟିସ କେ.ଆର ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଏଭଳି ନିର୍ଦ୍ଦେଶ ଦେଇଛନ୍ତି ।

ଝାରସୁଗୁଡା: ଜିଲ୍ଲାର ଜିଲ୍ଲାପାଳଙ୍କୁ ନିଲମ୍ବନ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ । ହାଇକୋର୍ଟଙ୍କ ନିର୍ଦ୍ଦେଶ ଉଲ୍ଲଂଘନ ଅଭିଯୋଗର ଶୁଣାଣି କରି ମୁଖ୍ୟ ବିଚାରପତି ଜଷ୍ଟିସ କେ.ଏସ ଜାଭେରୀ ଓ ଜଷ୍ଟିସ କେ.ଆର ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଏଭଳି ନିର୍ଦ୍ଦେଶ ଦେଇଛନ୍ତି । ତେବେ ହାଇକୋର୍ଟଙ୍କ 2019,ମାର୍ଚ୍ଚ 19 ର ଅନ୍ତରୀଣ ନିର୍ଦ୍ଦେଶ ଉଲ୍ଲଂଘନ ସ୍ପଷ୍ଟ ହେବା ପରେ ଜିଲ୍ଲାପାଳଙ୍କୁ ନିଲମ୍ବନ ପାଇଁ ପଦକ୍ଷେପ ନେବାକୁ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

ଭିଡିଓ ସୌଜନ୍ୟ: ପ୍ରତିନିଧି, ଝାରସୁଗୁଡା

ସୂଚନାଯୋଗ୍ୟ, ଆବେଦନକାରୀଙ୍କୁ ମଦ ଦୋକାନ ପାଇଁ ଲାଇସେନ୍ସ ମଞ୍ଜୁର ହୋଇଥିବାବେଳେ ସ୍ଥାନୀୟ ବାସିନ୍ଦାଙ୍କ ବିରୋଧ ଯୋଗୁଁ ଦୋକାନ ଖୋଲି ପାରିନଥିଲେ । ଦୋକାନ ଖୋଲିନଥିବା ଅବଧି ପାଇଁ ତାଙ୍କ ନିକଟରୁ କିନ୍ତୁ ଅବକାରୀ ବିଭାଗ ଦେୟ ଦାବି କରିଥିଲା । ଅବକାରୀ ବିଭାଗର ଏପରି ପଦକ୍ଷେପକୁ ଚ୍ୟାଲେଞ୍ଜ କରି ଆବେଦନକାରୀ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ।

2019,ମାର୍ଚ୍ଚ 19ରେ ହାଇକୋର୍ଟ ମାମଲାର ଶୁଣାଣି କରି ସରକାରଙ୍କୁ ନୋଟିସ ଜାରି କରିବା ସହ ଆବେଦନକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ଉପରେ ଅନ୍ତରୀଣ ଅଙ୍କୁଶ ଜାରି କରିଥିଲେ । ଏହାପରେ ଆବେଦନକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ସହ ତାଙ୍କ ଲାଇସେନ୍ସ ବାତିଲ ପାଇଁ ପଦକ୍ଷେପ ନିଆଯାଇଥିଲା । ହାଇକୋର୍ଟଙ୍କ ପୂର୍ବ ନିର୍ଦ୍ଦେଶ ଉଲ୍ଲଂଘନ କରି ଝାରସୁଗୁଡା ଜିଲ୍ଲାପାଳ 2019, ଏପ୍ରିଲ 25ରେ ସାନି ନିର୍ଦ୍ଦେଶନାମା ଜାରି କରିଥିଲେ ।

ତେବେ ଏହାକୁ ଚ୍ୟାଲେଞ୍ଜ କରି ଆବେଦନକାରୀ ପୁନର୍ବାର ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ । ଜୁଲାଇ 30ରେ ଏହି ମାମଲାର ଶୁଣାଣି କରି ହାଇକୋର୍ଟ ଜିଲ୍ଲାପାଳଙ୍କ ଏପ୍ରିଲ 25 ନିର୍ଦ୍ଦେଶନାମା ଉପରେ ରହିତାଦେଶ ଜାରି କରିବା ସହ ଅଗଷ୍ଟ 13 ତାରିଖରେ ଜିଲ୍ଲାପାଳଙ୍କୁ ବ୍ୟକ୍ତିଗତ ଭାବେ ହାଜର ହେବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଏଥିସହ ମାମଲାର ଶୁଣାଣି ହାଇକୋର୍ଟ, କୋର୍ଟଙ୍କ ନିର୍ଦ୍ଦେଶ ଉଲ୍ଲଂଘନ ଅଭିଯୋଗରେ ଝାରସୁଗୁଡା ଜିଲ୍ଲାପାଳଙ୍କୁ ନିଲମ୍ବନ ପାଇଁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

କଟକରୁ ନାରାୟଣ ସାହୁ ଓ ଝାରସୁଗୁଡାରୁ ରବି ନାରାୟଣ ସାହୁ, ଇଟିଭି ଭାରତ

Intro:।।


Body:।।।


Conclusion:
Last Updated :Aug 14, 2019, 3:01 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.