ETV Bharat / state

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଆଶ୍ବାସନା, ଖରାମାସରେ ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲରେ ଖୁବଶୀଘ୍ର ବ୍ୟବସ୍ଥା

author img

By

Published : May 1, 2022, 5:30 PM IST

ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି  ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲରେ ବ୍ୟବସ୍ଥା କରାଯିବ: ସ୍ବାସ୍ଥ୍ୟମନ୍ତ୍ରୀ
ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲରେ ବ୍ୟବସ୍ଥା କରାଯିବ: ସ୍ବାସ୍ଥ୍ୟମନ୍ତ୍ରୀ

ରାଜ୍ୟରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଛି । ଏହାକୁ ଦୃଷ୍ଟିରେ ରଖି କଟକ ସ୍ଥିତ ଆଚାର୍ଯ୍ୟ ହରିହର କ୍ୟାନସର ଚିକିତ୍ସାଳୟରେ ବ୍ୟାପକ ବ୍ୟବାସ୍ଥା କରାଯିବା ନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ । ଅଧିକ ପଢନ୍ତୁ

ଝାରସୁଗୁଡ଼ା: ରାଜ୍ୟରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଛି । ତତଲା କଡ଼େଇରେ ସିଝୁଛି ଓଡିଶା । ଯାହା ଫଳରେ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି କଟକ ସ୍ଥିତ ଆଚାର୍ଯ୍ୟ ହରିହର କ୍ୟାନସର ଚିକିତ୍ସାଳୟରେ ବ୍ୟାପକ ବ୍ୟବସ୍ଥା କରାଯିବା ନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ।

ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲରେ ବ୍ୟବସ୍ଥା କରାଯିବ: ସ୍ବାସ୍ଥ୍ୟମନ୍ତ୍ରୀ

କ୍ୟାନସର ଚିକିତ୍ସା ପାଇଁ ରାଜ୍ୟର ପ୍ରାୟ ସମସ୍ତ ସ୍ଥାନରୁ ରୋଗୀ କଟକ ସ୍ଥିତ ଆଚାର୍ଯ୍ୟ ହରିହର କ୍ୟାନସର ଚିକିତ୍ସାଳୟକୁ ଆସିଥାନ୍ତି । ତେବେ ଗ୍ରୀଷ୍ମ ପ୍ରବାହବେଳେ ରୋଗୀଙ୍କ ଆଟାଣ୍ଡେଣ୍ଟଙ୍କ ପାଇଁ କୌଣସି ପ୍ରକାର ଆନୁଷଙ୍ଗୀକ ବ୍ୟବସ୍ଥା ନଥିବାକୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି । ଏପରିକି ନିକଟରେ ଅନେକ ରୋଗୀ ଚିକିତ୍ସାଳୟ ନିକଟରେ ଥିବା ଗଛମୂଳରେ ମଧ୍ୟ ଆଶ୍ରୟ ନେଇଥିବା ଖବର ସାମ୍ନାକୁ ଆସିଥିଲା ।

ଯାହାକୁ ନେଇ ରୋଗୀଙ୍କ ସମ୍ପର୍କୀୟ ମାନଙ୍କ ମଧ୍ୟରେ ଘୋର ଅସନ୍ତୋଷ ଦେଖାଦେଇଛି । ତେବେ ଏ ଦିଗ ଉପରେ ବିଭାଗୀୟ କର୍ତ୍ତୃପକ୍ଷଙ୍କ ସହିତ ଆଲୋଚନା କରି ଅସୁବିଧାକୁ ଦୂର କରିବା ପାଇଁ ଚେଷ୍ଟା କରାଯିବ ବୋଲି କହିଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ।

ଝାରସୁଗୁଡ଼ାରୁ ଗୁରୁଚରଣ ବାଘ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.