ETV Bharat / state

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଭିସିରେ ବୈଠକରେ ଯୋଗଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

author img

By

Published : Apr 16, 2020, 4:58 PM IST

the-health-minister
the-health-minister

ଝାରସୁଗୁଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ଏନଆଇସି ଅଫିସରେ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ନବ କିଶୋର ଦାସ ଉପସ୍ଥିତ ରହି ଆଲୋଚନାରେ ଭାଗ ନେଇଛନ୍ତି । ଅଧିକ ପଢନ୍ତୁ...

ଝାରସୁଗୁଡା: ରାଜ୍ୟ ସରକାରଙ୍କ ବରିଷ୍ଠ ମନ୍ତ୍ରୀ ସ୍ତରୀୟ କମିଟିର ପଞ୍ଚମ ବୈଠକରେ ରାଜ୍ୟରେ କରୋନା ମୁକାବିଲା ସଂକ୍ରାନ୍ତରେ ଆଲୋଚନା କରାଯାଇଥିଲା। ଏହି ଆଲୋଚନା ସମୟରେ ସ୍ବାସ୍ଥ୍ୟ ବିପର୍ଯ୍ୟୟ ପ୍ରଶମନ ତାଲିମ କେନ୍ଦ୍ର, ପ୍ରତିରୋଧ କ୍ଷମତା କେନ୍ଦ୍ର ଓ ସମସ୍ତ ପ୍ରମୁଖ ରୋଗର ନିରାକରଣ ପାଇଁ ଉତ୍କର୍ଷ ପ୍ରଶିକ୍ଷଣ କେନ୍ଦ୍ର ପ୍ରତିଷ୍ଠା ଉପରେ ଗୁରୁତ୍ବ ଦେଇଥିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ।

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଭିସିରେ ବୈଠକରେ ଯୋଗଦେଲେ ସ୍ବାସ୍ଥ୍ୟ ମନ୍ତ୍ରୀ

ବିଶ୍ବରେ ମହାମାରୀ କରୋନା କାୟା ବିସ୍ତାର କରୁଥିବା ବେଳେ ଏହାର ପ୍ରଭାବରେ ସାରା ବିଶ୍ବରେ ଆତଙ୍କ ଖେଳିଯାଇଛି । ସାରା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାର ମଧ୍ୟ କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଆଜି ପଞ୍ଚମ କ୍ଷମତା ସମ୍ପନ ମନ୍ତ୍ରୀ ସ୍ତରୀୟ କମିଟିରେ କୋବିଡ଼-୧୯ ମୁକାବିଲା ନେଇ ଗୁରୁତ୍ବପୂର୍ଣ୍ଣ ଆଲୋଚନା ହୋଇଯାଇଛି।

ଭିଡ଼ିଓ କନ୍ଫରେନ୍ସ ଜରିଆରେ ଏହି ଆଲୋଚନା ହୋଇଛି। ଝାରସୁଗୁଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ଏନଆଇସି ଅଫିସରେ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ନବ କିଶୋର ଦାସ ଉପସ୍ଥିତ ରହି ଆଲୋଚନାରେ ଭାଗ ନେବା ସହ ରାଜ୍ୟରେ ଅଧିକ କୋଭିଡ19 ରକ୍ତ ନମୁନା ପରୀକ୍ଷା କେନ୍ଦ୍ର ପାଇଁ କେନ୍ଦ୍ର ସରକାରଙ୍କ ଠାରେ ଦାବି କରିବାକୁ ପରାମର୍ଶ ଦେଇଛନ୍ତି।

ଝାରସୁଗୁଡାରୁ ରବି ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.