ETV Bharat / state

ବିବାହିତ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

author img

By

Published : Mar 6, 2021, 10:12 AM IST

ବିବାହିତ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର
ବିବାହିତ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

କଳାହାଣ୍ଡି ଜିଲ୍ଲା କେଗାଁ ଥାନା କନକପୁର ଗାଁ ନିକଟ ଜଙ୍ଗଲରେ ଜଣେ ବିବାହିତ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ପୋଲିସ ଉଦ୍ଧାର କରିଛି । ଘଟଣାସ୍ଥଳରେ କେଗାଁ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତ ମହିଳା ଜଣକ କନକପୁର ଗାଁର ଶ୍ୟାମସୁନ୍ଦର ନାଏକଙ୍କ ସ୍ତ୍ରୀ ପ୍ରିୟଙ୍କା ନାଏକ ବୋଲି ଜଣାପଡିଛି।

ଭବାନୀପାଟଣା:କଳାହାଣ୍ଡି ଜିଲ୍ଲା କେଗାଁ ଥାନା କନକପୁର ଗାଁ ନିକଟ ଜଙ୍ଗଲରେ ଜଣେ ବିବାହିତ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ପୋଲିସ ଉଦ୍ଧାର କରିଛି । ଘଟଣାସ୍ଥଳରେ କେଗାଁ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତ ମହିଳା ଜଣକ କନକପୁର ଗାଁର ଶ୍ୟାମସୁନ୍ଦର ନାଏକଙ୍କ ସ୍ତ୍ରୀ ପ୍ରିୟଙ୍କା ନାଏକ ବୋଲି ଜଣାପଡିଛି।

ବିବାହିତ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

ତେବେ କେଉଁ ପରିସ୍ଥିତିରେ ଏହି ଘଟଣା ଘଟିଲା ତାହା ସ୍ପଷ୍ଟ ହୋଇନଥିବା ବେଳେ ପୋଲିସ ପ୍ରାଥମିକ ତଦନ୍ତରେ ପେଟ୍ରୋଲରେ ପୋଡି ଉକ୍ତ ମହିଳା ମୃତ୍ୟୁ ବରଣ କରିଥିବା ସନ୍ଦେହ କରୁଛି ।

କଳାହାଣ୍ଡିରୁ ଅଜିତ ସିଂ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.