ETV Bharat / state

ଚାଷଜମିରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, ହାତରେ ଲାଗିଛି ସାଲାଇନ

author img

By

Published : Mar 30, 2022, 1:08 PM IST

ଚାଷ ଜମିରୁ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ
ଚାଷ ଜମିରୁ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ

କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଥାନା ଅନ୍ତର୍ଗତ ମେରିଆବନ୍ଧଲି ନିକଟ ଚାଷଜମିରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର (half burnt dead body recovered ) । ମୃତକଙ୍କ ପରିଚୟ ଅସ୍ପଷ୍ଟ, ପୋଲିସର ତଦନ୍ତ ଜାରି । ଅଧିକ ପଢନ୍ତୁ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ଜୁନାଗଡ଼ ଥାନା ଅନ୍ତର୍ଗତ ମେରିଆବନ୍ଧଲି ନିକଟ ଚାଷ ଜମିରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର (half burnt dead body recovered ) । ମୃତ ମହିଳାଙ୍କ ପରିଚୟ ଅସ୍ପଷ୍ଟ ରହିଥିବା ବେଳେ ତଦନ୍ତ ଜାରି ରଖିଛି ପୋଲିସ ।

ସୂଚନାଅନୁସାରେ, ମେରିଆବନ୍ଧଲି ନିକଟ ଚାଷ ଜମିରେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ପଡିଥିବା ଦେଖି ପୋଲିସକୁ ଖବର ଦେଇଥିଲେ ସ୍ଥାନୀୟ ବାସିନ୍ଦା । ମୃତକଙ୍କ ପରିଚୟ ମିଳି ନ ଥିବାବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି । ତେବେ ମୃତ ମହିଳାଙ୍କ ଅଧାଅଂଶ ପୋଡି ଯାଇଥିବା ବେଳେ ହାତରେ ସାଲାଇନ ଲାଗିଥିବା ଦେଖା ଦେଇଛି । ତେବେ ଘଟଣା ସ୍ଥଳରେ ସାଇଣ୍ଟିଫିକ ଟିମ ପହଞ୍ଚିଥିବା ବେଳେ ବର୍ତ୍ତମାନ ସୁଦ୍ଧା ମୃତ ମହିଳାଙ୍କ ପରିଚୟ ମିଳି ପାରିନଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି ।

କଳାହାଣ୍ଡିରୁ ଅଜିତ କୁମାର ସିଂ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.